ସଙ୍କଟରେ ପୃଥିବୀ: ବିଶ୍ୱ ନେତାଙ୍କୁ ଜାତିସଂଘ ମହାସଚିବଙ୍କ ଚେତାବନୀ…

ଜେନେଭା, ୨୦।୯ : ମିଳିତ ଜାତିସଂଘ ସାଧାରଣ ସଭାର ବାର୍ଷିକ ଶୀର୍ଷ ସ୍ତରୀୟକ ବୈଠକ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରି ଜାତିସଂଘର ମହା ସଚିବ ଆଣ୍ଟୋନିଓ ଗୁଟେରସ ବିଶ୍ୱ ନେତାମାନଙ୍କୁ ଚେତାବନୀ ଦେଇଛନ୍ତି। ଜଳବାୟୁ ପରିବର୍ତ୍ତନ, ଖାଦ୍ୟ ସଙ୍କଟ, ବିଶ୍ୱ ପୋଲାରାଇଜେଶନ, ରୁଷିଆ-ୟୁକ୍ରେନ ବିବାଦ ଏବଂ ଶକ୍ତି ସଙ୍କଟ ନେଇ ସେ ଉଦବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ସମସ୍ତ ଦେଶ ବିଶ୍ୱସ୍ତରରେ ଅଟକି ରହିଛନ୍ତି। ମାନବଜାତି ଏବଂ ପୃଥିବୀର ଭବିଷ୍ୟତ ପ୍ରତି ବିପଦ ଥିବା ବଡ ସମସ୍ୟାର ମୁକାବିଲା କରିବାକୁ କୌଣସି ଦେଶ ପ୍ରସ୍ତୁତ ନୁହଁନ୍ତି।

ଦାରିଦ୍ର୍ୟ ଦୂର କରିବା ଏବଂ ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ଯୋଗାଇବା ପାଇଁ ମିଳିତ ଜାତିସଂଘ ଦ୍ୱାରା ଧାର୍ଯ୍ୟ କରାଯାଇଥିବା ଲକ୍ଷ୍ୟ ହାସଲ ଦିଗରେ ଆଶା କରାଯାଉଥିବା ଅଗ୍ରଗତି ହୋଇପାରି ନାହିଁ। ସେ କହିଛନ୍ତି ଯେ ସମଗ୍ର ବିଶ୍ୱ ବିପଦରେ ଅଛି ଏବଂ ଆମେ ସ୍ଥାଣୁରେ ପରିଣତ ହେଉଛୁ। ସେ କହିଛନ୍ତି ଯେ ବିଶ୍ୱରେ ଭୌଗୋଳିକ ବିଭାଜନ ସୁରକ୍ଷା ପରିଷଦର କାର୍ଯ୍ୟ ଏବଂ ସମସ୍ତ ପ୍ରକାର ଆନ୍ତର୍ଜାତୀୟ ସହଯୋଗକୁ ଦୁର୍ବଳ କରୁଛି। ଏଥିରେ ଦୁଃଖ ପ୍ରକାଶ କରି ଜାତିସଂଘର ମୁଖ୍ୟ ଆଣ୍ଟୋନିଓ ଗୁଟେରସ ଚେତାବନୀ ଦେଇଛନ୍ତି ପୃଥିବୀ ପାଇଁ ବହୁ ବିପଦ ରହିଛି। ସେ କହିଛନ୍ତି ଯେ ବଶ୍ୱସ୍ତରୀୟ ଆହ୍ବାନର ମୁକାବିଲା ପାଇଁ ସହଯୋଗ ଏବଂ ଆଲୋଚନା ହେଉଛି ଏକମାତ୍ର ଉପାୟ। କୌଣସି ଶକ୍ତି କିମ୍ବା ଗୋଷ୍ଠୀ ଏକାକୀ ନିଷ୍ପତ୍ତି ନେଇପାରିବେ ନାହିଁ। ତାଙ୍କ ସମ୍ବୋଧନରେ ସେ ସଭାରେ ଉପସ୍ଥିତ ଥିବା ସମସ୍ତ ନେତାଙ୍କୁ ଏକାଠି କାମ କରିବାକୁ ଆହ୍ବାନ ଦେଇଛନ୍ତିି।

ତିନି ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ବିଶ୍ୱସ୍ତରୀୟ ନେତାଙ୍କ ସହ ସିଧାସଳଖ ବୈଠକରେ ସେ ଯୋଗଦେଇ ଜଳବାୟୁ ସଙ୍କଟ, ଦାରିଦ୍ର୍ୟ-ଅନାହାର ଏବଂ ଅସମାନତାକୁ ଦୂର କରିବା ଲାଗି ଅପିଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri