Posted inଜାତୀୟ

୬ ଦେଶରୁ ଆସୁଥିବା ଯାତ୍ରୀଙ୍କ ପାଇଁ ଆର୍‌ଟି-ପିସିଆର୍‌ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୯।୧୨: ବିଭିନ୍ନ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ମଧ୍ୟରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜାନୁଆରୀ ୧ରୁ ଚାଇନା, ହଂକଂ, ଜାପାନ, ଦକ୍ଷିଣ କୋରିଆ, ସିଙ୍ଗାପୁର ଏବଂ ଥାଇଲ୍ୟାଣ୍ଡରୁ ଆସୁଥିବା ଯାତ୍ରୀମାନଙ୍କ ପାଇଁ ଆର୍‌ଟି-ପିସିଆର୍‌ ପରୀକ୍ଷା ବାଧ୍ୟତାମୂଳକ କରାଯାଇଛି। ଯାତ୍ରା ପୂର୍ବରୁ ସେମାନଙ୍କୁ ଏୟାର ସୁବିଧା ପୋର୍ଟାଲରେ ଯାତ୍ରା ସମ୍ପର୍କରେ ଅପଲୋଡ କରିବାକୁ ପଡିବ। ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡବ୍ୟ ଟୁଇଟ କରିଛନ୍ତି।
ଗୋଟିଏ ଦିନ ପୂର୍ବରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ପକ୍ଷରୁ କୁହାଯାଇଥିଲା ଯେ, ଆସନ୍ତା ୪୦ ଦିନ ଗୁରୁତ୍ୱପୂର୍ଣ୍ଣ। କାରଣ ଜାନୁଆରୀରେ ଭାରତରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢିପାରେ।
ଚାଇନା ଏବଂ ଦକ୍ଷିଣ କୋରିଆ ସମେତ କେତେକ ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବାରୁ ସରକାର ଲୋକଙ୍କୁ ସଜାଗ ରହିବାକୁ କହିଛନ୍ତି ଏବଂ କୌଣସି ଅପ୍ରତ୍ୟାଶିତ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି।

https://twitter.com/mansukhmandviya/status/1608394011722776578


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri