ରେପୋ ରେଟ୍‌ରେ ୦.୫୦ ପ୍ରତିଶତ ବୃଦ୍ଧି…

ନୂଆଦିଲ୍ଲୀ, ୮।୬ : ଏବେ ଏଏମ୍‌ଆଇ ମହଙ୍ଗା ହେବାକୁ ଯାଉଛି । କ୍ରମାଗତ ଦ୍ୱିତୀୟ ମାସ ପାଇଁ ରେପୋ ରେଟ୍‌ ବୃଦ୍ଧି କରିବାକୁ ଆରବିଆଇ ନିଷ୍ପତ୍ତି ନେଇଛି। ରେପୋ ରେଟ୍‌କୁ ୫୦ ଆଧାର ପଏଣ୍ଟ ଅର୍ଥାତ୍‌ ୦.୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଫଳରେ ରେପୋ ରେଟ୍‌ ୪.୪୦ ପ୍ରତିଶତରୁ ୪.୯୦ ପ୍ରତିଶତକୁ ବୃଦ୍ଧି ପାଇଛି।

ଆରବିଆଇ ମୁଦ୍ରା ନୀତି ବେଅଠକ ପରେ ଗଭର୍ନର ଶକ୍ତିକାନ୍ତ ଦାସ ଏହି ଘୋଷଣା କରିଛନ୍ତି। ରେପୋ ରେଟ୍‌ ଏକ ମାସରେ ୯୦ ଆଧାର ପଏଣ୍ଟ ବୃଦ୍ଧି ପାଇଛି। ଆରବିଆଇର ଏହି ନିଷ୍ପତ୍ତି ପରେ, ଘର ଋଣ ଠାରୁ ଆରମ୍ଭ କରି କାର ଋଣ ଏବଂ ଶିକ୍ଷାଋଣ ପର୍ଯ୍ୟନ୍ତ ମହଙ୍ଗା ହେବା ନିଶ୍ଚିତ ହୋଇଛି। ଅପରପକ୍ଷରେ ଯେଉଁମାନେ ଘର ଋଣ ନେଇସାରିଛନ୍ତି, ସେମାନଙ୍କର ଇଏମ୍‌ଆଇ ବା ମାସିକ କିସ୍ତି ଅଧିକ ମହଙ୍ଗା ହେବ। ମୁଦ୍ରା ନୀତି କମିଟିର ତିନି ଦିନିଆ ବୈଠକ ପରେ ରେପୋ ରେଟ୍‌ ବୃଦ୍ଧି କରିବାକୁ ଆରବିଆଇ ଗଭର୍ନର ନିଷ୍ପତ୍ତି ନେଇଛନ୍ତି।

ଆରବିଆଇ ମୁଦ୍ରା ନୀତି କମିଟିର ବୈଠକ ୬ ଜୁନ ରୁ ଆରମ୍ଭ ହୋଇଥିଲା ଏବଂ ବୁଧବାର ବୈଠକର ଶେଷ ଦିନ। ଏପ୍ରିଲ ମାସରେ ଖୁଚୁରା ମୁଦ୍ରାସ୍ଫୀତି ହାର ୭.୭୯ ପ୍ରତିଶତ ହୋଇଛି, ଯାହାକି ୮ ବର୍ଷର ସର୍ବୋଚ୍ଚ ସ୍ତରରେ ପହଞ୍ଚିଛ। ଯେଉଁଥିପାଇଁ ଆରବିଆଇ ରେପୋ ହାର ବୃଦ୍ଧି ପାଇଁ ନିଷ୍ପତ୍ତି ନେବାକୁ ପଡ଼ିଥିବା କୁହାଯାଉଛି।

ଏହା ପୂର୍ବରୁ ମେ ୪ ଆରବିଆଇ ରେପୋ ରେଟ୍‌ରେ ୪୦ ଆଧାର ପଏଣ୍ଟ ବୃଦ୍ଧି କରିଥିଲା। ଫଳରେ ଏହା ୪.୪୦ ପ୍ରତିଶତକୁ ବୃଦ୍ଧି ପାଇଥିଲା। ମୁଦ୍ରାସ୍ଫୀତି ବୃଦ୍ଧି ନେଇ ଆରବିଆଇ ଗଭର୍ନର ଉଦ୍‌ବେଗ ପ୍ରକାଶ କରିଛନ୍ତି। ମୁଦ୍ରାସ୍ଫୀତି କ୍ରମାଗତ ଭାବେ ବୃଦ୍ଧି ପାଉଛି । ରୁଷିଆ-ୟୁକ୍ରେନ ଯୁଦ୍ଧ ଯୋଗୁ ଯୋଗାଣ ସମସ୍ୟା ପାଇଁ ମୁଦ୍ରାସ୍ଫୀତି ବୃଦ୍ଧି ପାଇଛି। କୋଭିଡ ମହାମାରୀ ପରେ ଅର୍ଥନୀତିକୁ ବୃଦ୍ଧି କରିବା ପାଇଁ ଆରବିଆଇ ପଦକ୍ଷେପ ଜାରି ରଖିଛି। ସେ କହିଛନ୍ତି ଯେ ସମଗ୍ର ବିଶ୍ୱରେ ଅର୍ଥନୈତିକ କାର୍ଯ୍ୟକଳାପର ଗତି ମନ୍ଥର ହୋଇଛି ଏବଂ ଏହାର ପ୍ରଭାବ ଭାରତୀୟ ବଜାରରେ ମଧ୍ୟ ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?