ମୋବାଇଲ ଦୋକାନରୁ ଚୋରି ଘଟଣା: ୩୦ ମୋବାଇଲ ସମେତ ୭୧୦୦ ଟଙ୍କା ଜବତ

ଭବାନୀପାଟଣା,୧୨ା୪: କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଶୁକ୍ରବାର ବିଭିନ୍ନ କମ୍ପାନୀର ୩୦ଟି ଚୋରି ମୋବାଇଲ ସମେତ ନଗଦ ୭୧ଶହ ଟଙ୍କା ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗରେ ଜଣକୁ ପୋଲିସ ଅଟକ ରଖି ପଚରାଉଚରା କରୁଛି।
ପ୍ରାପ୍ତ ସୂଚନାରୁ ପ୍ରକାଶ ଯେ, ଭବାନୀପାଟଣା ସହର ଗାନ୍ଧୀଛକଠାରେ ଥିବା ଏକ ମୋବାଇଲ ଦୋକାନରୁ ଗତ ଏପ୍ରିଲ ୮ ତାରିଖ ରାତିରେ ଚୋରି ହୋଇଥିଲା।ଦୋକାନ ମାଳିକ ରମେଶ ଅଗ୍ରଓ୍ବାଲ ତାପରଦିନ ଅର୍ଥାତ୍‌ ୯ ତାରିଖ ସକାଳରେ ଦୋକାନ ଖୋଲିବାକୁ ଆସିବାବେଳେ ଦୋକାନର ତାଲା ଭଙ୍ଗାଯାଇଥିବା ଦେଖିବାକୁ ପାଇଥିଲେ । ଏହାପରେ ଦୋକାନ ଭିତରକୁ ପଶିବା ପରେ ଦୋକାନରେ ଥିବା ମୋବାଇଲ, ପାର୍ଟି ସମେତ ଟଙ୍କା କେହି ଚୋରି
କରିନେଇଥିବା ଜାଣିବାକୁ ପାଇଥିଲେ। ଏହାକୁ ନେଇଁ ସେ ଭବାନୀପାଟଣା ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ସେହିପରି ଗତ ମାର୍ଚ୍ଚ ୨୮ରେ ଭବାନୀପାଟଣା ଡିଏଚ୍‌ଏଚ୍‌ ଛକଠାରେ ଥିବା ଏକ ମୋବାଇଲ ଦୋକାନରୁ ମଧ୍ୟ ଚୋରି ହୋଇଥିଲା। ଏହାକୁ ନେଇ ଦୋକାନ ମାଳିକ ଦୀପକ ଗୌଡ଼ ମଧ୍ୟ ଥାନାରେ ଲିଖୁତ ଅଭିଯୋଗ କରିଥିଲେ। ଉପରୋକ୍ତ ଘଟଣାକୁ ନେଇ ଟାଉନ ଥାନାରେ ୨ଟି ପୃଥକ୍‌ ମାମଳା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତ ବଢାଇଲା ସାହାଯ୍ୟର ହାତ, ଏହି ଦେଶକୁ ଦେଲା ୩୮ହଜାର ମେଟ୍ରିକ ଟନର ପେଟ୍ରୋଲ

ନୂଆଦିଲ୍ଲୀ,୨୯।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ଏବଂ ଫଳସୱରୂପ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ମଧ୍ୟରେ, ଭାରତ…

ଆଇପିଏଲ୍‌ ଆରମ୍ଭରୁ ବଡ଼ ବିବାଦ: RCB vs SRH ମ୍ୟାଚ୍‌ରେ ଏମିତି କ’ଣ ହେଲା ଯାହାକୁ ନେଇ ଏବେ ବଢୁଛି ହଙ୍ଗାମା…

ନୂଆଦିଲ୍ଲୀ,୨୯।୩: ଶନିବାରଠାରୁ ଆରମ୍ଭ ହୋଇଥିବା IPL 2026ର ଉଦ୍‌ଘାଟନୀ ମ୍ୟାଚ୍‌ ଯେତିକି ରୋମାଞ୍ଚକର ଥିଲା, ସେତିକି ବିବାଦୀୟ ମଧ୍ୟ ହୋଇପଡ଼ିଛି। RCB ଏବଂ SRH ମଧ୍ୟରେ ଖେଳାଯାଇଥିବା…

‘ନୋ କିଙ୍ଗସ୍‌’ ଆନ୍ଦୋଳନରେ ଦୋହଲି ଗଲାଣି ଆମେରିକା, ଗାଦିଚ୍ୟୁତ ହେବେ ଟ୍ରମ୍ପ!

ଓ୍ବାଶିଂଟନ,୨୯।୩: ଆମେରିକା ବର୍ତ୍ତମାନ ଦୁଇଟି ପ୍ରମୁଖ ମୋର୍ଚ୍ଚା ସହିତ ସଂଘର୍ଷ କରୁଛି। ଗୋଟିଏ ପଟେ, ପଶ୍ଚିମ ଏସିଆରେ ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷରେ ହଜାର ହଜାର ଲୋକଙ୍କ…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

ବାଃରେ ପାକିସ୍ତାନ! ନସୀମ ଶାହଙ୍କୁ ଏକ କଠୋର ଦଣ୍ଡ ଦେବାକୁ ପ୍ରସ୍ତୁତ ଦେଶ

ଇସଲାମାବାଦ,୨୯।୩: ପାକିସ୍ତାନରେ, କେବେବି କ’ଣ ଘଟିବ ତାହା କେହି ପୂର୍ବାନୁମାନ କରିପାରିବେ ନାହିଁ। ଦେଶଟି ଅଜବ ନିଷ୍ପତ୍ତି ନେବା ଏବଂ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାରେ ଲିପ୍ତ ହେବା…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

ଏଣ୍ଟ୍ରାନ୍ସ ଦେବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri