ଜାଣନ୍ତୁ କେତେ ବର୍ଷ ପର୍ଯ୍ୟନ୍ତ ମିଳିବ ସୁଭଦ୍ରା ସହାୟତା ରାଶି, ଏମିତି କହିଲେ…

ଭୁବନେଶ୍ୱର,୨୩।୮: ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ଦେବାକୁ ପ୍ରତିଶ୍ରୁତି ରଖିଥିଲା ଭାଜପା। ଏହାକୁ ମୁଦ୍ଦା କରି ନିର୍ବାଚନ ବୈତରଣୀ ମଧ୍ୟ ପାର ହୋଇଥିଲା। ତେବେ ଶୁକ୍ରବାର ସରକାର ଏହି ଯୋଜନାର ଏସ୍‌ଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଏହି ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଅନ୍ୟପକ୍ଷେ, ପ୍ରତିବର୍ଷ ୨ଥର, ୫ ବର୍ଷ ପର୍ଯ୍ୟନ୍ତ ସହାୟତା ରାଶି ଦିଆଯିବ। ଏନେଇ ହିତାଧିକାରୀଙ୍କ ସୁଭଦ୍ରା ଡେବିଟ କାର୍ଡ ପ୍ରଦାନ କରାଯିବ।

ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗୃହରେ ‘ସୁଭଦ୍ରା’ ଯୋଜନା ଏସ୍‌ଓପି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି କ୍ୟାବିନେଟ୍‌ରେ ଏସ୍‌ଓପି ପାରିତ ହୋଇଥିବା ସେ ସୂଚନା ଦେଇଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ।

ଡିବିଟି ମାଧ୍ୟମରେ ୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ୫ ହଜାର ଟଙ୍କା ପ୍ରଦାନ କରାଯିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଅର୍ଥାତ ପ୍ରତିବର୍ଷ ୨ଥର, ୫ ବର୍ଷ ପର୍ଯ୍ୟନ୍ତ ଏହି ସହାୟତା ରାଶି ମିଳିବ। ଏହାଦ୍ୱାରା ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଯୋଜନା ପାଇଁ ସରକାର ହିତାଧିକାରୀଙ୍କୁ ସୁଭଦ୍ରା ଡେବିଟ୍‌ କାର୍ଡ ପ୍ରଦାନ କରିବେ।

ଏଥିସହିତ ରାଜ୍ୟରେ ଡିଜିଟାଲ କାରବାରକୁ ପ୍ରୋତ୍ସାହନ ପାଇଁ ସରକାର ଅତିରିକ୍ତ ସହାୟତା ପ୍ରଦାନ କରିବେ। ସର୍ବାଧିକ ଡିଜିଟାଲ କାରବାର କରିଥିବା ହିତାଧିକାରୀଙ୍କୁ ଅତିରିକ୍ତ ୫ଶହ ପୁରସ୍କାର ସ୍ୱରୂପ ମିଳିବ। ପ୍ରତି ପଞ୍ଚାୟତର ୧୦୦ ଜଣ ହିତାଧିକାରୀଙ୍କୁ ଏହି ଅତିରିକ୍ତ ୫ଶହ ଟଙ୍କା ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?