ଜାତିସଂଘରେ ହେବ ୧୦୦ ତମ ମନ କି ବାତର ସିଧା ପ୍ରସାରଣ…

ନୂଆଦିଲ୍ଲୀ/ନ୍ୟୁୟର୍କ,୨୯।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି (ଏପ୍ରିଲ ୩୦)ରେ ୧୦୦ ତମ ଥର ପାଇଁ ଦେଶବାସୀଙ୍କ ସହ ‘ମନ କି ବାତ’ କରିବେ। ରେଡିଓ କାର୍ଯ୍ୟକ୍ରମ ମନ କି ବାତର ୧୦୦ ତମ ଏପିସୋଡ ଆସନ୍ତାକାଲି ମିଳିତ ଜାତିସଂଘ (ଜାତିସଂଘ) ମୁଖ୍ୟାଳୟରେ ମଧ୍ୟ ସିଧା ପ୍ରସାରଣ ହେବ। ଏ ସମ୍ପର୍କରେ ଜାତିସଂଘରେ ଭାରତର ସ୍ଥାୟୀ ମିଶନ ଶନିବାର ଟୁଇଟ କରିଛନ୍ତି। ଏହା ଏକ ଐତିହାସିକ ମୁହୂର୍ତ୍ତ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ମିଳିତ ଜାତିସଂଘର ହେଡ କ୍ୱାର୍ଟରରେ ଟ୍ରଷ୍ଟିଶିପ କାଉନସିଲ ଚାମ୍ବରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ମନ କି ବାତ’ କାର୍ଯ୍ୟକ୍ରମର ସିଧା ପ୍ରସାରଣ ହେବ।

ନ୍ୟୁୟର୍କରେ ମିଳିତ ଜାତିସଂଘ ମୁଖ୍ୟାଳୟରେ ସ୍ଥାନୀୟ ସମୟ ଅନୁଯାୟୀ ମନ କି ବାତ ରାତି ସାଢ଼େ ଗୋଟାଏରେ ପ୍ରସାରିତ ହେବ। ମିଳିତ ଜାତିସଂଘରେ ପ୍ରଥମ ଥର ପାଇଁ ଏହିପରି କୌଣସି କାର୍ଯ୍ୟକ୍ରମ ସିଧା ପ୍ରସାରଣ ହେବ। କନସୁଲେଟ ଜେନେରାଲ ଅଫ ଇଣ୍ଡିଆ ମଧ୍ୟ ଆମେରିକା ତଥା ନ୍ୟୁ ଜର୍ସିରେ ଥିବା ଡାଏସପୋରାର ସଦସ୍ୟମାନଙ୍କ ପାଇଁ ମନ କି ବାତ ଶୁଣିବାକୁ ବ୍ୟବସ୍ଥା କରିବେ। ‘ମନ କି ବାତ’ କାର୍ଯ୍ୟକ୍ରମ କେବଳ ଜାତିସଂଘରେ ନୁହେଁ ବରଂ ବିଶ୍ୱର ଅନେକ ଦେଶରେ ସିଧା ପ୍ରସାରିତ ହେବ। ଏକ ରିପୋର୍ଟରେ କୁହାଯାଇଛି, ଏହି କାର୍ଯ୍ୟକ୍ରମର ଅଧିକରୁ ଅଧିକ ଦେଶରେ ଲାଇଭ ଶୁଣିବା ପାଇଁ ବ୍ୟବସ୍ଥା କରାଯିବ, କାରଣ ପ୍ରଧାନମନ୍ତ୍ରୀ ମୋଦି ଜଣେ ଅନ୍ତର୍ଜାତୀୟ ନେତା ଏବଂ ସାରା ବିଶ୍ୱରେ ଲୋକମାନେ ତାଙ୍କ କାର୍ଯ୍ୟ ପାଇଁ ତାଙ୍କୁ ପ୍ରଶଂସା କରୁଛନ୍ତି।

ସୂଚନାଯୋଗ୍ୟ, ମନ କି ବାତର ୧୦୦ ତମ ଏପିସୋଡର ପ୍ରସାରଣ ଆସନ୍ତାକାଲି ରବିବାର ପୂର୍ବାହ୍ନ ୧୧ ଟାରେ ଅଲ ଇଣ୍ଡିଆ ରେଡିଓ ଏବଂ ଦୂରଦର୍ଶନର ସମସ୍ତ ଚ୍ୟାନେଲରେ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri