ରାସ୍ତାରେ ୧୦୮ ଆମ୍ବୁଲାନ୍ସ ପଙ୍କଚର, ରୋଗୀ ହଇରାଣ

ଖୋର୍ଦ୍ଧା ଅଫିସ,୨୯।୪: ରୋଗୀଙ୍କୁ ଉତ୍ତମ ସେବା ପ୍ରଦାନ ଲାଗି ସରକାର ଗୁରୁତ୍ୱ ଦେଉଛନ୍ତି। ଗୁରୁତର ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ଲାଗି କେନ୍ଦ୍ର ସରକାରଙ୍କ ସହଯୋଗରେ ରାଜ୍ୟ ସରକାରଙ୍କ ସହଭାଗିତାରେ ୧୦୮ ଆମ୍ବୁଲାନ୍ସ ସେବା ଚାଲିଛି। ରୋଗୀଙ୍କୁ ୨୪ ଘଣ୍ଟିଆ ସେବା ଯୋଗାଉଛି। ତେବେ ଏହି ଆମ୍ବୁଲାନ୍ସ ଗୁଡିକର ଯନ୍ତ୍ରାଂଶକୁ ନିୟମିତ ଯାଞ୍ଚ କରାଯାଉ ନ ଥିବାରୁ ବିଭିନ୍ନ ସମୟରେ ରୋଗୀ ହଇରାଣ ହେଉଥିବା ନଜିର ରହିଛି। ଶୁକ୍ରବାର ମଧ୍ୟାହ୍ନରେ ଖୋର୍ଦ୍ଧା ନିକଟ ପୋଡାପୁଟ ଗ୍ରାମର ପଠାଣି ବାରିକ (୮୫)ଙ୍କ ଚିକିତ୍ସା ପାଇଁ ପରିବାର ଲୋକେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଡାକ୍ତର ଏମ୍ସ ରେଫର କରିଥିଲେ। ୧୦୮ଆମ୍ବୁଲାନ୍ସ(ଓଡି ୦୨ବିଜେ ୯୭୩୭)ରେ ଖୋର୍ଦ୍ଧା ମେଡିକାଲରୁ ଏମ୍ସକୁ ଯାଉଥିଲେ। ଗଡ଼ଖୋର୍ଦ୍ଧା ଛକ ନିକଟରେ ଗାଡିର ପଛ ଚକ ହଠାତ୍‌ ପଙ୍କଚର ହୋଇଯାଇଥିଲା। ତେବେ ଏକ ଦୃର୍ଘଟଣା ଏଡାଇ ଯାଇଥିବା ବେଳେ ରୋଗୀ ପ୍ରାୟ ଏକ ଘଣ୍ଟା ଧରି ସେଠାରେ ରୋଗୀ ଓ ସମ୍ପର୍କୀୟ ଫସିରହିଲେ। ଫଳରେ ରୋଗୀଙ୍କ ସମ୍ପର୍କୀୟ ଅନ୍ୟ ଏକ ଆମ୍ବୁଲାନ୍ସ ପାଇଁ ୧୦୮କୁ ଯୋଗାଯୋଗ କରିଥିଲେ। ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ ହେବ କିମ୍ବା ଅନ୍ୟ ଗାଡ଼ିରେ ନେଇଯାଆନ୍ତୁ ବୋଲି କହିଥିଲେ। ଦୀର୍ଘ ସମୟ ପରେ ଅନ୍ୟ ଏକ ଆମ୍ବୁଲାନ୍ସ ପହଞ୍ଚି ରୋଗୀଙ୍କୁ ଏମ୍‌ସ ନେଇଥିଲେ। ଏନେଇ ମୁଖ୍ୟ ଚିକିତ୍ସା ଅଧିକାରୀ ଆର୍ତ୍ତବନ୍ଧୁ ନାୟକ କୁହନ୍ତି, ଏଭଳି ଘଟଣା ଘଟିବା ଦୁଃଖର ବିଷୟ। ଏହା ଉପରେ ତଦନ୍ତ କରାଯାଇ ଆବଶ୍ୟକ ପଦକ୍ଷେପ ନିଆଯିବ। ପ୍ରକାଶ ଯେ, ଖୋର୍ଦ୍ଧା ମେଡିକାଲରୁ ପ୍ରାୟ ରୋଗୀଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଉଛି। ତେଣୁ ଏଭଳି ଆଗକୁ ଯେପରି ନ ଘଟିବ ସେଥିପାଇଁ ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବା ଜରୁରୀ ହୋଇ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri