୧୯% ଅଧିକ ଧାନ ସଂଗ୍ରହ ହୋଇଛି

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ଚଳିତ ଖରିଫ ଧାନ ୬୦.୪୦ ଲକ୍ଷ ମେଟ୍ରିକ ଟନ୍‌ ସଂଗ୍ରହ କରାଯାଇଛି, ଯାହାକି ଗତବର୍ଷ ତୁଳନାରେ ୧୯% ଅଧିକ। ଗତବର୍ଷ ୯.୧୭ ଲକ୍ଷ ଚାଷୀ ଧାନ ବିକ୍ରି କରିଥିବାବେଳେ ଚଳିତବର୍ଷ ୧୧.୨୫ ଲକ୍ଷ ଚାଷୀ ସରକାରଙ୍କୁ ଧାନ ବିକିଛନ୍ତି। ଫେବୃୟାରୀ ୨୬ ସୁଦ୍ଧା ୧୦.୫୩ ଲକ୍ଷ ଚାଷୀଙ୍କଠାରୁ ୫୭.୬୭ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ହୋଇଥିବାବେଳେ ମାର୍ଚ୍ଚ ୧୨ ସୁଦ୍ଧା ୧୧.୨୫ ଲକ୍ଷ ଚାଷୀଙ୍କଠାରୁ ୬୦.୪୦ ଲକ୍ଷ ମେଟ୍ରିକ ଟନ ଧାନ କିଣାଯାଇଛି। ଅର୍ଥାତ୍‌ ଚଳିତ ବର୍ଷ ୭୨ ହଜାରରୁ ଅଧିକ ଚାଷୀଙ୍କଠାରୁ ୨.୭୩ ଲକ୍ଷ ମେଟ୍ରିକ ଟନ୍‌ ଧାନ ସଂଗ୍ରହ କରାଯାଇଛି। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଶୁକ୍ରବାର ଅପରାହ୍ନରେ ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ନିୟମିତ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଜିଲା ମୁଖ୍ୟ ଯୋଗାଣ ଅଧିକାରୀ, ଯୋଗାଣ ଅଧିକାରୀ, ଉପସମବାୟ ନିବନ୍ଧକ, ସରକାରୀ ସମବାୟ ନିବନ୍ଧକମାନଙ୍କୁ ପ୍ରକୃତ ଚାଷୀ ଚିହ୍ନଟ କରି ସେମାନଙ୍କଠାରୁ ଧାନ ସଂଗ୍ରହ କରିବା ପାଇଁ ନିର୍ଦ୍ଦେଶ ଦିଆଯାଉଛି। ଭୂତ ଚାଷୀ ଓ ବେପାରୀମାନଙ୍କଠାରୁ ଧାନ ସଂଗ୍ରହ ନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଭୂତଚାଷୀ ଓ ବେପାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କ୍ଷେତ୍ରାଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଚଳିତ ମାସ ୨ ତାରିଖ ସୁଦ୍ଧା ବୈଧତା ହରାଇଥିବା ଟୋକନଗୁଡ଼ିକ ସମ୍ପର୍କରେ ତଦନ୍ତ କରିବା ପାଇଁ କ୍ଷେତ୍ରାଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବଲାଙ୍ଗୀର ଜିଲାରେ ୧୫୦ ଜଣ ଚାଷୀଙ୍କ ଟୋକନ ଅବଧି ଶେଷ ହୋଇଥିବା ଘଟଣାର ତଦନ୍ତ ଜାରି ରହିଛି। ଦେବଗଡ଼ ଜିଲାରେ ବୈଧତା ହରାଇଥିବା ୨୯୦୦ ଏବଂ ମୟୂରଭଞ୍ଜ ଜିଲାରେ ୫୦୦୦ ଟୋକନ ବାବଦରେ ତଦନ୍ତ ଚାଲୁରହିଛି। ସେହିପରି ନବରଙ୍ଗପୁର ଜିଲାରେ ମଧ୍ୟ ପ୍ରାୟ ୨୦୦ ଚାଷୀଙ୍କ ବାବଦରେ ତଦନ୍ତ କାର୍ଯ୍ୟ ଜାରି ରହିଛି। ଧାନ କ୍ରୟରେ ଅବହେଳା ପାଇଁ ୯୨ ଜଣ ପ୍ୟାକ୍ସ ସମ୍ପାଦକଙ୍କୁ ନିଲମ୍ବିତ କରାଯାଇଛି। ଚାନ୍ଦବାଲି ଆରଏମ୍‌ସି ସମ୍ପାଦକଙ୍କୁ ଧାନ କ୍ରୟରେ ଅବହେଳା ପାଇଁ ନିଲମ୍ବିତ କରାଯାଇଛି। ତାଙ୍କ ବିରୋଧରେ ଫୌଜଦାରି ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଗଜପତି ଓ ଭଦ୍ରକ ଜିଲାରେ ଜାଲିଆତି କରିଥିବା ୨ ଜଣ ଚାଷୀଙ୍କ ବିରୋଧରେ ଫୌଜଦାରି ମାମଲା ରୁଜୁ କରାଯାଇଛି। ବଲାଙ୍ଗୀର ଜିଲାର ୪୦୦ ଜଣ ଭୂତଚାଷୀଙ୍କ ବାବଦରେ ତଦନ୍ତ ଚାଲୁରହିଛି। ଯଦି କୌଣସି ଯୋଗ୍ୟ ଚାଷୀ ଧାନ କ୍ରୟ ସୁଯୋଗରୁ ବଞ୍ଚିତ ହୋଇଛନ୍ତି, ତାହାର ତାଲିକା ଦେଲେ ସେ ବାବଦରେ ତଦନ୍ତ କରାଯାଇ ଧାନ ଉଠାଣ କରାଯିବ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା

କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ…

ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା

କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ…

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

ଆଜି ଶ୍ରାବଣ ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ, ଏହି କାରଣରୁ…

ଭୁବନେଶ୍ୱର,୩ା୮: ଆଜି ଶ୍ରାବଣର ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ହୋଇଛି। ପୂଜାପଣ୍ଡା ସେବାୟତ-ବଡୁ ସେବାୟତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାରୁ ନୀତିକାନ୍ତି ବନ୍ଦ ହୋଇଥିବା…

ଆଜି ଆସୁଛନ୍ତି ରାଷ୍ଟ୍ରପତି, ଟ୍ରେନ୍‌ରେ ଯାତ୍ରା କରି…

ଭୁବନେଶ୍ୱର,୩ା୮(ତ୍ରିନାଥ ମହାନ୍ତି): ସୋମବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ ଲୋକଭବନରେ କିଛି ସମୟ ବିତାଇବେ। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri