କାଳିଆରେ ୧.୦୪ ଲକ୍ଷ ଚାଷୀ ଅଯୋଗ୍ୟ

ଭୁବନେଶ୍ୱର, ୨୫ା୨(ବ୍ୟୁରୋ):ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପ୍ରଶ୍ନର ଉତ୍ତରରେ କୃଷିମନ୍ତ୍ରୀ ଅରୁଣ ସାହୁ କହିଛନ୍ତି, କାଳିଆରେ ୫୬ ଲକ୍ଷ ୧୪ ହଜାର ୭୦୭ ଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇଛନ୍ତି। ଏହି ଯୋଜନାରେ ବର୍ତ୍ତମାନ ସୁଦ୍ଧା ୩୬ ଲକ୍ଷ ୫୦ ହଜାର ୮୭୩ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ୧୭ ଲକ୍ଷ ୦୪ ହଜାର ୭୩୩ ଜଣ ଭୂମିହୀନ କୃଷକ ପରିବାର ଉପକୃତ ହୋଇଥିବା କୃଷିମନ୍ତ୍ରୀ କହିଛନ୍ତି। ଯେଉଁମାନେ ଏଯାଏ ଯୋଜନାରେ ଅନ୍ତର୍ଭୁକ୍ତ ହୋଇପାରି ନାହାନ୍ତି ସେମାନେ କାଳିଆ ଓ୍ବେବ୍‌ ପୋର୍ଟାଲରେ ଆବଶ୍ୟକ ଡକ୍ୟୁମେଣ୍ଟ ସହ ଅନ୍‌ଲାଇନ ଆବେଦନ କରିପାରିବେ। ସେହିଭଳି ବଳିଆ ଯୋଜନା ପାଇଁ ଯୋଗ୍ୟ ବିବେଚିତ ଚାଷୀଙ୍କ ତାଲିକା ପ୍ରସ୍ତୁତି ପ୍ରକ୍ରିୟା ଚାଲିଛି। କାଳିଆ ଯୋଜନାରେ ଅଯୋଗ୍ୟଙ୍କ ସଂଖ୍ୟା ଲକ୍ଷେ ଟପିଛି।
ବିଜେଡି ସଭ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ପ୍ରଶ୍ନରେ କୃଷିମନ୍ତ୍ରୀ ସାହୁ ଏହି ଉତ୍ତର ରଖିଛନ୍ତି। କାଳିଆ ଯୋଜନାରେ ମୋଟ ୧,୦୪,୦୭୬ ଜଣ ଅଯୋଗ୍ୟ ଘୋଷିତ ହୋଇଛନ୍ତି। ଏଥିରେ ଚାଷୀଙ୍କୁ ସହାୟତା କାର୍ଯ୍ୟକ୍ରମରେ ଯୋଗ୍ୟ ହିତାଧିକାରୀ ଚୟନ ପାଇଁ କୃଷି ବିଭାଗ ଦ୍ୱାରା ଡିବିଟି ତାଲିକା ଓ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗ ପ୍ରଦତ୍ତ ତାଲିକା ପ୍ରାଥମିକ ସ୍ତରରେ ବ୍ୟବହାର କରାଯାଇଥିଲା। ଯେଉଁମାନଙ୍କ ଆଧାର ନମ୍ବର ଓ ବ୍ୟାଙ୍କ ତଥ୍ୟ ଉପଲବ୍ଧ ଥିଲା ତାହାର ଏକ ତାଲିକା ଗ୍ରାମପଞ୍ଚାୟତ ସ୍ତରରେ ପ୍ରଦର୍ଶିତ ହୋଇଥିଲା। ଅଯୋଗ୍ୟ ବ୍ୟକ୍ତିବିଶେଷଙ୍କ ପାଇଁ ଆପତ୍ତି ଅଭିଯୋଗ ଓ ସ୍ବତଃପ୍ରବୃତ୍ତ ବାଦ୍‌ ଦେବା ପାଇଁ ଲାଲରଙ୍ଗ ଫର୍ମରେ ଦରଖାସ୍ତ ଗ୍ରହଣ କରାଯିବା ସଙ୍ଗେସଙ୍ଗେ ପଞ୍ଚାୟତ ନୋଡାଲ ଅଧିକାରୀ ସ୍ବତଃ ବାଦ୍‌ ଦେବା ଲାଗି ନିର୍ଦ୍ଦେଶ ଥିଲା। ଉକ୍ତ ତାଲିକାରେ ଯେଉଁମାନଙ୍କ ନାମ ନ ଥିଲା ସେମାନଙ୍କଠାରୁ ସବୁଜ ଆବେଦନପତ୍ର, ଚାଷୀଙ୍କ ବ୍ୟାଙ୍କଖାତାର ବିବରଣୀ ଓ ଆଧାର ନମ୍ବର ତଥ୍ୟ ଗ୍ରହଣ କରାଯାଇ ସେଗୁଡିକ କ୍ଷେତ୍ରସ୍ତରରେ ଥିବା ଗ୍ରାମ, ବ୍ଲକ, ଜିଲାସ୍ତରୀୟ କମିଟି ମାଧ୍ୟମରେ ଯାଞ୍ଚ କରାଗଲା। ଏହାପରେ ପୁନର୍ବାର କୌଣସି ତ୍ରୁଟିକୁ ଦୂରକରିବା ଲାଗି ରାଜ୍ୟସ୍ତରରେ ବିଭିନ୍ନ ତଥ୍ୟାବଳୀ ସହିତ ମେଳକ କରି ତର୍ଜମା କରାଗଲାପରେ ହିତାଧିକାରୀ ଚୟନ ହୋଇଥାଏ। ସେହିପରି ବାଦ୍‌ ପଡିଯାଇଥିବା ଚାଷୀଙ୍କୁ ସାମିଲ ଲାଗି ଅନ୍‌ଲାଇନ ମାଧ୍ୟମରେ ମଧ୍ୟ ଆବେଦନପତ୍ର ଗ୍ରହଣ କରାଯାଇଥିଲା। ସେହି ଅନ୍‌ଲାଇନ ଆବେଦନଗୁଡିକ ମଧ୍ୟ କ୍ଷେତ୍ର ଓ ରାଜ୍ୟସ୍ତରରେ ଯାଞ୍ଚ କରାଯିବା ପରେ ପ୍ରକୃତ ହିତାଧିକାରୀ ଚୟନ କରାଯାଇଥିଲା। କାଳିଆ ଯୋଜନାରେ ବର୍ତ୍ତମାନ ସୁଦ୍ଧା ୫୬,୧୪,୭୦୭ ଜଣ ଯୋଗ୍ୟ ହିତାଧିକାରୀ ଚିହ୍ନଟ କରାଯାଇଛି। କୌଣସି ହିତାଧିକାରୀ ଯେପରି ଡିବିଟି ଜରିଆରେ ସହାୟତା ପାଇବାରୁ ବଞ୍ଚିତ ନ ହୁଅନ୍ତି ସେଥିପାଇଁ କାଳିଆ ଯୋଜନାରେ ଆଧାରଭିତ୍ତିକ ଓ ବ୍ୟାଙ୍କ ଆକାଉଣ୍ଟ ଭିତ୍ତିକ ଅର୍ଥରାଶି ପ୍ରେରଣ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri