ଡାକ୍ତରଙ୍କ ଘରୁ ନଗଦ ୧.୧ କୋଟି ଜବତ

ନିମାପଡ଼ା(ଡି.ଏନ୍‌.ଏ.)/ଭୁବନେଶ୍ୱର, ୧୭।୨(ବ୍ୟୁରୋ):ପ୍ରସବ ପୂର୍ବରୁ ନେଇଥିଲେ ୫ହଜାର। ପରେ ଆଉ ୩ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଗଲେ ଡାକ୍ତର। ସେ ହେଲେ ପୁରୀ ଜିଲା ନିମାପଡ଼ା ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସ୍ତ୍ରୀ ଓ ପ୍ରସୂତି ବିଭାଗର ଡାକ୍ତର ସୁକାନ୍ତ ଜେନା। ବୁଧବାର ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଭିଜିଲାନ୍ସ ପକ୍ଷରୁ ତାଙ୍କ ନାମରେ ଏକ ମାମଲା (ନଂ.୪/୨୦୨୨) ରୁଜୁ କରାଯାଇ ତଦନ୍ତ ସହ ଚଢ଼ାଉ ଆରମ୍ଭ ହୋଇଛି। ଭୁବନେଶ୍ୱର ଇନ୍‌ଫୋସିଟି ଥାନା ଅନ୍ତର୍ଗତ ପଟିଆରେ ଥିବା ତାଙ୍କ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଯାଞ୍ଚବେଳେ ତାଙ୍କ ଘରୁ ନଗଦ ୧ କୋଟି ୧୨ ଲକ୍ଷ ଟଙ୍କା ଜବତ କରାଯାଇଛି। ନଗଦ ଟଙ୍କା ଜବତ ଘଟଣାରେ ଏହା ସର୍ବାଧିକ ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ସେ ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ସନ୍ଦେହ କରାଯାଉଛି। ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଚଢ଼ାଉ ଓ ଯାଞ୍ଚ ଜାରି ରହିଥିବାରୁ ତାଙ୍କ ସମ୍ପତ୍ତି ସମ୍ପର୍କରେ ଅଧିକ ସୂଚନା ଦିଆଯାଇ ନାହିଁ। ସୂଚନା ଅନୁଯାୟୀ, ପୁରୀ ଜିଲା କୋଣାର୍କ ଅଞ୍ଚଳର ପବିତ୍ର ଭୋଇ ତାଙ୍କ ସମ୍ପର୍କୀୟ ଭଉଣୀଙ୍କୁ ପ୍ରସବ ପାଇଁ ମଙ୍ଗଳବାର ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଭର୍ତ୍ତି କରିଥିଲେ। ତେବେ ଉକ୍ତ ବିଭାଗର ଡାକ୍ତର ସୁକାନ୍ତ ଜେନା ପ୍ରସବ ପାଇଁ ଟଙ୍କା ଦାବି କରିଥିଲେ। ପ୍ରସବ ପୂର୍ବରୁ ୫ ହଜାର ଓ ପରେ ୩ ହଜାର ଟଙ୍କା ନେବେ ବୋଲି କହିଥିଲେ। ଦାବି ଅନୁସାରେ ସୁକାନ୍ତଙ୍କୁ ପ୍ରଥମେ ସେ ୫ ହଜାର ଟଙ୍କା ଦେଇଥିଲେ। ଏଥିସହ ଘଟଣା ସମ୍ପର୍କରେ ସେ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଯୋଜନା ମୁତାବକ, ପ୍ରସବ ପରେ ବୁଧବାର ଅପରାହ୍ନରେ ସୁକାନ୍ତ ଆଉ ୩ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିଥିଲା। ଗୁରୁବାର ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?