ରାଜ୍ୟରେ ୧.୧୦ ଲକ୍ଷ ପରିବାର ‘ଓ୍ବାନ୍‌ ନେଶନ, ଓ୍ବାନ୍‌ ରାଶନ କାର୍ଡ’ରେ ଉପକୃତ

ଭୁବନେଶ୍ୱର,୧୩ା୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ‘ଓ୍ବାନ୍‌ ନେଶନ ଓ୍ବାନ ରାଶନ କାର୍ଡ’ ଯୋଗୁ ଓ ମୋଟ୍‌ ୧.୧୦ଲକ୍ଷ ପରିବାର ଉପକୃତ ହୋଇଛନ୍ତି। ଏହି ଯୋଜନାରେ ଅଧିକ ସଂଖ୍ୟକ ହିତାଧିକାରୀଙ୍କୁ ସୁବିଧା ପ୍ରଦାନ ଦେବାକୁ ରାଜ୍ୟ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି।

ବିଧାନସଭାରେ ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲିଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତର ଦେଇ ଖାଦ୍ୟଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି, ୨୦୨୧ ଜୁଲାଇ ୨୯ଠାରୁ ଏହି ଯୋଜନା ଓ ଲାଗୁ ହୋଇଛି। ଏହି ଯୋଜନା ମାଧ୍ୟମରେ ରାଜ୍ୟର ୧୦୫୭୮ଟି ସୁଲଭ ମୂଲ୍ୟ ଦୋକାନ ମାଧ୍ୟମରେ ୧.୧୦ଲକ୍ଷ ପରିବାର ଉପକୃତ ହୋଇଛନ୍ତି। ସେହିପରି ୫୩୩ ଜଣ ଆନ୍ତଃରାଜ୍ୟ ହିତାଧିକାରୀ ଏହି ଯୋଜନାରେ ଉପକୃତ ହେଉଥିବାବେଳେ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ସମସ୍ତ ହିତାଧିକାରୀଙ୍କୁ ଓ୍ବାନ୍‌ ନେଶନ, ଓ୍ବାନ୍‌ ରାଶନ କାର୍ଡ’ ଯୋଜନାର ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି ।

ସୂଚନାଯୋଗ୍ୟ, ଓ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ-୨୦୧୩ ଅନ୍ତର୍ଗତ ମୋଟ୍‌ ୯୩,୧୩,୪୪୮ଟି ପରିବାରକୁ ରାଶନକାର୍ଡ ମିଳିଛି ଓ ୩କୋଟି ୩୩ ଲକ୍ଷ ୨୭ ହଜାର ୨୫୫ ଜଣ ଉପକୃତ ହେଉଛନ୍ତି । ସେହିପରି ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ୨ଲକ୍ଷ ୬୧ହଜାର ୨୨୭ ପରିବାରର ୮ଲକ୍ଷ ୮ହଜାର ୮୦୦ଟି ଜଣ ଯୋଗ୍ୟ ହିତାଧିକାରୀ ସାମିଲ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri