୧.୧୫ କୋଟି ଠକେଇ, ବ୍ୟାଙ୍କ କ୍ୟାଶିୟର ଗିରଫ

ଭୁବନେଶ୍ୱର,୩୦।୧(ବ୍ୟୁରୋ):ଦେଢ କୋଟି ଟଙ୍କା ଅର୍ଥ ହେରଫେର ଅଭିଯୋଗରେ ଜଣେ ବ୍ୟାଙ୍କ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) କଳାହାଣ୍ଡି ଜିଲା ଭବାନୀପାଟଣାରୁ ଗିରଫ କରିଛି। ସେ ହେଲେ କଟକ ଜିଲା ନିଆଳି ଅଞ୍ଚଳରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ପହଙ୍ଗା ଶାଖାର କ୍ୟାଶିୟର ବଂଶୀଧର ମାଝି। ଏନେଇ ଇଓଡବ୍ଲ୍ୟୁ ମାମଲା (ନଂ.୪/୨୩) ରୁଜୁ କରି ନିିଆଳି ଜେଏମ୍‌ସି କୋର୍ଟରେ ହାଜର କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ଅଭିଯୁକ୍ତ ମାଝି ୨୪ ମେ ୨୦୨୧ରୁ ୧୯ ମେ ୨୦୨୨ ପର୍ଯ୍ୟନ୍ତ ଓଡିଶା ଗ୍ରାମ ବ୍ୟାଙ୍କର ପହଙ୍ଗା ଶାଖା ଏବଂ ୨୦ ମେ ୨୦୨୨ରୁ ୨୩ ମେ ୨୦୨୨ ପର୍ଯ୍ୟନ୍ତ ବିନିଶପୁର ଶାଖାର କ୍ୟାସିଅର୍‌ ଭାବରେ କାର୍ଯ୍ୟ କରିଥିଲେ। ଏହି ସମୟରେ ଗ୍ରାହକଙ୍କ ଟଙ୍କାକୁ ସେମାନଙ୍କ ଆକାଉଣ୍ଟ ବଦଳରେ ନିଜ ଆକାଉଣ୍ଟରେ ଜମା କରୁଥିଲେ। ଏପରିକି ବିଶ୍ୱାସ ଜନ୍ମାଇବା ଲାଗି ଜମାକାରୀଙ୍କୁ ଏକ ନକଲି ରସିଦ ଦେଇ ଆକାଉଣ୍ଟରେ ଜମା ହୋଇଗଲା ବୋଲି କହୁଥିଲେ। ଏହାସହ ସେ ବେଆଇନ ଭାବେ ଏସ୍‌ଏଚ୍‌ଜି ଗ୍ରୁପ ଆକାଉଣ୍ଟରୁ ତାଙ୍କ ବ୍ୟକ୍ତିଗତ ତଥା ଅନ୍ୟାନ୍ୟ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର କରିଦେଉଥିଲେ। ଗ୍ରାହକଙ୍କ ଜମା ଟଙ୍କାକୁ ମଧ୍ୟ ଅପବ୍ୟବହାର କରୁଥିଲେ। ଗ୍ରାହକଙ୍କ ନାମରେ ଏଟିଏମ୍‌ କାର୍ଡ କରି ନିଜେ ଟଙ୍କା ଉଠାଇ ନେଉଥିଲେ। ଏହିଭଳି ଭାବେ ଅଭିଯୁକ୍ତ ମାଝି ୧ .୧୫ କୋଟି ଟଙ୍କା ଠକେଇ କରିଥିଲେ। ଅଡିଟ୍‌ରୁ ଜଣାପଡିବା ପରେ ଉକ୍ତ ବ୍ୟାଙ୍କର ରିଜିଓନାଲ ମ୍ୟାନେଜର ଜତିନ୍ଦ୍ର ନାଥ ଷଡଙ୍ଗୀ ଏନେଇ କ୍ରାଇମବ୍ରାଞ୍ଚରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri