ବିମାନବନ୍ଦରରୁ ୧.୨ କୋଟିର ସୁନା ଜବତ

ମାଙ୍ଗାଲୁରୁ,୪।୪:  କର୍ନାଟକର ମାଙ୍ଗାଲୁରୁ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଶନିବାର ପ୍ରାୟ ୧.୨ କୋଟି ଟଙ୍କାର ସୁନା ଜବତ ହୋଇଛି। ବିମାନରେ ଆସିଥିବା ୩ଜଣ ଯାତ୍ରୀଙ୍କ ପାଖରୁ କଷ୍ଟମ ବିଭାଗ ଏହା ଜବତ କରିଛି। ଜବତ ସୁନାର ମୂଲ୍ୟ ପ୍ରାୟ ଏକକୋଟି ହେବ ବୋଲି ଜଣାପଡିଛି। ସେହିଭଳି ଉକ୍ତ ୩ ଅଭିଯୁକ୍ତଙ୍କ ନିକଟରୁ ୧.୯ କେଜି ଓଜନର ସୁନା ଜବତ କରାଯାଇଥିବା ଡିସିପି ଅଭିନାଶ କହିଛନ୍ତି। ଏହି ତିନି ଯାତ୍ରୀ ଦୁବାଇରୁ ଭିନ୍ନ ଭିନ୍ନ ବିମାନରେ ଆସିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏ ସମ୍ପର୍କରେ କଷ୍ଟମ ବିଭାଗର ବରିଷ୍ଟ ଅଧିକାରୀ କହିଛନ୍ତି ଯେ ଶନିବାର ୩ ଟି ଭିନ୍ନ ଭିନ୍ନ ଘଟଣାରେ ମୋଟ୍‌ ୧,୧୮,୭୦,୫୯୦ଟଙ୍କାର ସୁନା ଜବତ କରାଯାଇଛି। ପ୍ରଥମେ କେରଳର କାସରଗୋଡରୁ ଆସିଥିବା ଦୁଇ ଯାତ୍ରୀଙ୍କୁ ଅଟକାଇ କଷ୍ଟମ ବିଭାଗ ଖାନତଲାସି କରିଥିଲା। ତଲାସି ପରେ ସେମାନଙ୍କ ନିକଟରୁ ଚୋରା ସୁନା ଥିବା ଜଣାପଡିଥିଲା। ଜବତ ସୁନାର ମୂଲ୍ୟ ପ୍ରାୟ ୨୭ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି। ଉକ୍ତ ୨ ଯାତ୍ରୀଙ୍କ ଠାରୁ ପ୍ରାୟ ୬ ଗ୍ରାମର ସୁନା ଜବତ ହୋଇଥିଲା ବୋଲି କଷ୍ଟମ ଅଧିକାରୀ କହିଛନ୍ତି। ଏହି ଦୁଇ ଯାତ୍ରୀ କେରଳର ବୋଲି ତଦନ୍ତରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ

ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ...

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri