ବିମାନବନ୍ଦରରୁ ୧.୨ କୋଟିର ସୁନା ଜବତ

ମାଙ୍ଗାଲୁରୁ,୪।୪:  କର୍ନାଟକର ମାଙ୍ଗାଲୁରୁ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଶନିବାର ପ୍ରାୟ ୧.୨ କୋଟି ଟଙ୍କାର ସୁନା ଜବତ ହୋଇଛି। ବିମାନରେ ଆସିଥିବା ୩ଜଣ ଯାତ୍ରୀଙ୍କ ପାଖରୁ କଷ୍ଟମ ବିଭାଗ ଏହା ଜବତ କରିଛି। ଜବତ ସୁନାର ମୂଲ୍ୟ ପ୍ରାୟ ଏକକୋଟି ହେବ ବୋଲି ଜଣାପଡିଛି। ସେହିଭଳି ଉକ୍ତ ୩ ଅଭିଯୁକ୍ତଙ୍କ ନିକଟରୁ ୧.୯ କେଜି ଓଜନର ସୁନା ଜବତ କରାଯାଇଥିବା ଡିସିପି ଅଭିନାଶ କହିଛନ୍ତି। ଏହି ତିନି ଯାତ୍ରୀ ଦୁବାଇରୁ ଭିନ୍ନ ଭିନ୍ନ ବିମାନରେ ଆସିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏ ସମ୍ପର୍କରେ କଷ୍ଟମ ବିଭାଗର ବରିଷ୍ଟ ଅଧିକାରୀ କହିଛନ୍ତି ଯେ ଶନିବାର ୩ ଟି ଭିନ୍ନ ଭିନ୍ନ ଘଟଣାରେ ମୋଟ୍‌ ୧,୧୮,୭୦,୫୯୦ଟଙ୍କାର ସୁନା ଜବତ କରାଯାଇଛି। ପ୍ରଥମେ କେରଳର କାସରଗୋଡରୁ ଆସିଥିବା ଦୁଇ ଯାତ୍ରୀଙ୍କୁ ଅଟକାଇ କଷ୍ଟମ ବିଭାଗ ଖାନତଲାସି କରିଥିଲା। ତଲାସି ପରେ ସେମାନଙ୍କ ନିକଟରୁ ଚୋରା ସୁନା ଥିବା ଜଣାପଡିଥିଲା। ଜବତ ସୁନାର ମୂଲ୍ୟ ପ୍ରାୟ ୨୭ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି। ଉକ୍ତ ୨ ଯାତ୍ରୀଙ୍କ ଠାରୁ ପ୍ରାୟ ୬ ଗ୍ରାମର ସୁନା ଜବତ ହୋଇଥିଲା ବୋଲି କଷ୍ଟମ ଅଧିକାରୀ କହିଛନ୍ତି। ଏହି ଦୁଇ ଯାତ୍ରୀ କେରଳର ବୋଲି ତଦନ୍ତରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri