୧.୨୪ ଲକ୍ଷ ଲୋକଙ୍କର ଛାତଘର ନାହିଁ

ଭୁବନେଶ୍ୱର,୧୭ା୩(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସହରଞ୍ଚଳରେ ବାସଗୃହ ଯୋଗାଇ ଦେବାକୁ ଚଳିତ ବଜେଟରେ ୩୧୭.୭୬ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଭାଜପା ସଭ୍ୟ ମୋହନ ଚରଣ ମାଝିଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମଙ୍ଗଳବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ରାଜ୍ୟରେ ସହରାଞ୍ଚଳରେ ବାସ କରୁଥିବା ଲୋକଙ୍କ ମଧ୍ୟରୁ ୧ ଲକ୍ଷ ୨୪ ହଜାର ୪୧ ଲୋକଙ୍କର ଛାତ ଘର ନାହିଁ। ସେମାନଙ୍କ ମଧ୍ୟରେ ୨୩,୩୪୫ ଅନୁସୂଚୀତ ଜନଜାତି, ୨୨,୨୫୨ ଅନୁସୂଚୀତ ଜାତି ଓ ୩୩,୩୨୭ ଅର୍ଥ ନୈତିକ ଦୁର୍ବଳ ବର୍ଗର ଲୋକ ଅଛନ୍ତି। ୨୦୧୨-୧୩ରୁ ଏ ପର୍ଯ୍ୟନ୍ତ ସ୍ବଳ୍ପ ମୂଲ୍ୟରେ ୭୮,୯୩୮ ବାସଗୃହ ଯୋଗାଇ ଦିଆଯାଇଛି। ସେଥିରୁ ୨୦୦୯ରୁ ୨୦୧୫ ମଧ୍ୟରେ ବେସିକ ସର୍ଭିସ ଟୁ ଅର୍ବାନ ପୋର ଯୋଜନାରେ ୧,୭୭୮ ବାସଗୃହ ଯୋଗାଇ ଦିଆଯାଇଥ୍‌ତ୍ବା ବେଳେ ସମନ୍ବିତ ଗୃହ ଓ ବସ୍ତି ଉନ୍ନୟନ ଯୋଜନାରେ ୧୧,୨୯୬ , ରାଜୀବ ଅବାସ ଯୋଜନାରେ ୨୦୧୩ରୁ ୪୭୭୩ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୬୧,୦୯୧ ଗୃହ ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। ବଙ୍ଗଳାଗୁଡ଼ା ନିକଟରେ ଚବେରୀ ନଦୀ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri