ମୋବାଇଲ୍‌ ଚୋରି ପରେ ଆକାଉଣ୍ଟରୁ ଚାଲିଗଲା ୧.୨୫ ଲକ୍ଷ

ବ୍ରହ୍ମପୁର ଅଫିସ,୨୮।୧୦: ଗଞ୍ଜାମ ଜିଲାରେ ସାଇବର ଠକ ଜଣଙ୍କ ପରେ ଜଣଙ୍କୁ ଟାର୍ଗେଟ କରି ଲୋକଙ୍କ ଆକାଉଣ୍ଟରୁ ଲକ୍ଷ ଲକ୍ଷ ଟଙ୍କା ଚଳୁ କରିବାରେ ଲାଗିଛନ୍ତି। ଠକ ଜଣଙ୍କ ଜାଲରେ ଡାକ୍ତର, ଶିକ୍ଷାବିତ୍‌ ଓ ପାଠପଢୁଆ ଯୁବକ ମଧ୍ୟ ଛନ୍ଦି ହୋଇପଡୁଛନ୍ତି। ଅନ୍ୟପକ୍ଷେ ସାଇବର ପୋଲିସ ଠକଙ୍କ ସୁରାକ ପାଇପାରୁ ନାହିଁ। ଜଣେ ଫାର୍ମାସିଷ୍ଟଙ୍କ ମାର୍କେଟରେ ମୋବାଇଲ୍‌ ଫୋନ ଚୋରି ହୋଇଯାଇଥିଲା। ଏହାର ଗୋଟିଏ ଦିନ ମଧ୍ୟରେ ତାଙ୍କ ବ୍ୟାଙ୍କ ଜମାଖାତାରୁ ୧୦ଟି ଅଣ ସ୍ବୀକୃତିପ୍ରାପ୍ତ ଅନଲାଇନ୍‌ ନେଣଦେଣ ହୋଇ ୧.୨୫ ଲକ୍ଷ ଉଠାଇ ନେଇଥିବା ଜଣାପଡିଛି। ଏହା ଜାଣିବା ପରେ ଫାର୍ମାସିଷ୍ଟ ଜଣକ ସାଇବର୍‌ ଓ ଅର୍ଥନୈତିକ ଥାନାରେ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ଏକ ମାମଲା(ନଂ.୪୫/୨୦୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ଘଟଣାରୁ ପ୍ରକାଶ ଯେ, ଭଞ୍ଜନଗର ଥାନା ଭେଜିପୁଟ ଅଞ୍ଚଳର ସୁକାନ୍ତ କୁମାର ବିଷୋୟୀ ଇଞ୍ଜିନିୟରିଂ ସ୍କୁଲ ଛକ ନିକଟ ହରିବନ୍ଧୁ ଆପାର୍ଟମେଣ୍ଟରେ ରହୁଛନ୍ତି। ସେ ଏକ ଘରୋଇ ହସ୍ପିଟାଲରେ ଫାର୍ମାସିଷ୍ଟ ଭାବେ କାମ କରନ୍ତି। ସୁକାନ୍ତ ଗତ ୨୪ ତାରିଖ ସକାଳେ ଦୀପାବଳି ପାଇଁ ଆତସବାଜି ସହ ଅନ୍ୟାନ୍ୟ ସାମଗ୍ରୀ କିଣିବାକୁ ନିକଟସ୍ଥ ଆଙ୍କୋଲି ଶିଳ୍ପାଞ୍ଚଳରେ ଥିବା ସ୍ଥାନୀୟ ବଜାରକୁ ଯାଇଥିଲେ। ତେବେ ତରବର ହୋଇ ସେଠାରେ କୌଣସି ଏକ ଦୋକାନରେ ନିଜ ମୋବାଇଲ୍‌ ଛାଡ଼ି ଚାଲି ଆସିଥିଲେ। ପରେ ପାଖରେ ମୋବାଇଲକୁ ନ ପାଇ ପୁଣିଥରେ ବଜାରକୁ ଯାଇ ଖୋଜାଖୋଜି କରିଥିଲେ। ହେଲେ ସେ ମୋବାଇଲ ପାଇ ନ ଥିଲେ। ତା’ପରଦିନ ଆଉ ଏକ ନୂଆ ମୋବାଇଲ୍‌ କିଣି ନିଜ ପୁରୁଣା ସିମ୍‌କୁ ପୁନଃ ଇସ୍ୟୁ କରିପକାଇଥିଲେ। ସେଥିରେ ଫୋନ୍‌ ପେ ଆପକୁ ଇନ୍‌ଷ୍ଟଲ କରିବାରୁ ପୂର୍ବଦିନ ପୂର୍ବାହ୍ନ ସାଢ଼େ ୧୧ରୁ ସନ୍ଧ୍ୟା ସାଢ଼େ ୬ଟା ମଧ୍ୟରେ ୧୦ଟି ଅଜଣା ନମ୍ବରକୁ ମୋଟ୍‌ ୧ଲକ୍ଷ ୨୫ହଜାର ୯୦୧ ଟଙ୍କା ପଠାଯାଇଥିବା ଜାଣିବାକୁ ପାଇଥିଲେ। ଏହାପରେ ସେ ଥାନାର ଦ୍ୱାରସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…

ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?