ରାଜଧାନୀରୁ ୧.୩୦ କେଜି ଗଞ୍ଜେଇ ଜବତ: ୨ ଗିରଫ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି। ଏଥିସହ ୨ ଚୋରା ଚାଲାଣକାରୀଙ୍କୁ କମିଶନରେଟ ପୋଲିସ ଗିରଫ କରିଛି। ଅଭିଯୁକ୍ତଦ୍ୱୟ ହେଲେ ରାୟଗଡ଼ା ଜିଲାର ବିନାୟକ ରାଉତ (୨୮) ଓ ନୟାଗଡ଼ର ସୃଜନ ବେହେରା (୨୭)। ଏମାନଙ୍କଠାରୁ ୧ କୁଇଣ୍ଟାଲ ୩୦ କେଜି ୬୮୫ ଗ୍ରାମ ଗଞ୍ଜେଇ ଓ ବ୍ୟବହୃତ କାର୍‌ (ନଂ. ଓଡି ୦୨ କ୍ୟୁ ୦୩୬୩)କୁ ପୋଲିସ ଜବତ କରିଛି। ଜବତ ଗଞ୍ଜେଇର ମୂଲ୍ୟ ୧୦ ଲକ୍ଷ ଟଙ୍କାରୁ ଅଧିକ ହେବ। ଏନେଇ ନୟାପଲ୍ଲୀ ଥାନାରେ ଏକ ମାମଲା (ନଂ. ୨୦୨/୨୩) ରୁଜୁ ସହ ଅଭିଯୁକ୍ତଦ୍ୱୟଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ଉଭୟଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଅପରପକ୍ଷେ ଗିରଫ ଅଭିଯୁକ୍ତ ଦ୍ୱୟ କେତେଦିନ ହେଲା ଏହି କାରବାରରେ ଜଡ଼ିତ, କେଉଁଠାରୁ ଗଞ୍ଜେଇ ଆଣୁଥିଲେ, କାହା ନିକଟକୁ ଚାଲାଣ କରୁଥିଲେ ଏବଂ ଏହି ଘଟଣାରେ ଆଉ କେଉଁମାନେ ସମ୍ପୃକ୍ତ ସେ ନେଇ ତଦନ୍ତ ଜାରି ରହିଛି। ଏ ନେଇ ତଥ୍ୟ ମିଳିବା ପରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଖବରଦାତା ସମ୍ମିଳନୀରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି।
ସୂଚନାନୁଯାୟୀ, ବିନାୟକ ଓ ସୃଜନ ଫୁଲବାଣୀରୁ ଗଞ୍ଜେଇ ସଂଗ୍ରହ କରି ଏକ ଧଳା ଇନୋଭା କାର୍‌ ଯୋଗେ ଭୁବନେଶ୍ୱର ଭାୟା ଦେଇ ପଶ୍ଚିମବଙ୍ଗ ଯାଉଥିଲେ। ଏ ନେଇ ନୟାପଲ୍ଲୀ ଥାନା ପୋଲିସ ବିଶେଷ ସୂତ୍ରରୁ ଖବର ପାଇବା ପରେ ଉକ୍ତ କାରକୁ ଧରିବା ଲାଗି ଏକ ଟିମ୍‌ ଗଠନ କରି ଜାଲ ବିଛାଇଥିଲା। ସିଆର୍‌ପିଏଫ୍‌ ଛକ ନିକଟରେ ପୋଲିସ ଉକ୍ତ କାରକୁ ଅଟକାଇ ଯାଞ୍ଚ କରିବାରୁ ୮ଟି ବସ୍ତାରେ ଗଞ୍ଜେଇ ଥିବା ଦେଖିବାକୁ ପାଇଥିଲା। ଫଳରେ ପୋଲିସ କାର୍‌ ଓ ଗଞ୍ଜେଇକୁ ଜବତ କରିବା ସହ ଚୋରା ଚାଲାଣକାରୀ ଦ୍ୱୟଙ୍କୁ ଗିରଫ କରିଥିଲା। ସେହିପରି ଗତ ୧୭ ତାରିଖରେ ୨ଜଣ ନିଶାବେପାରୀ ୧ କୁଇଣ୍ଟାଲ ୪୦ କେଜି ଗଞ୍ଜେଇକୁ ଏକ କୁଣ୍ଡା ଓ ନଡ଼ିଆକତା ଭର୍ତ୍ତି ଆଇଚର ଗାଡ଼ିରେ ଗଞ୍ଜାମରୁ ପୁରୀକୁ ଚୋରା ଚାଲାଣ କରୁଥିବାବେଳେ ମଞ୍ଚେଶ୍ୱର ଥାନା ପୋଲିସ ହାତରେ ଧରାପଡ଼ିଥିଲେ। ନିଶା ବେପାରୀମାନେ ଭୁବନେଶ୍ୱର ଦେଇ ଗଞ୍ଜେଇ ଚୋରାଚାଲାଣ କରୁଥିବା ଏଥିରୁ ସ୍ପଷ୍ଟ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri