ବ୍ରାଉନ୍‌ସୁଗାର ବେପାରୀଙ୍କ ୧.୩୨ କୋଟିର ଘର ଜବତ

ଭୁବନେଶ୍ୱର,୨୨।୬ (ବ୍ୟୁରୋ): ରାଜଧାନୀ ଉପକଣ୍ଠ ୧୬ ନଂ. ଜାତୀୟ ରାଜପଥର ପାହାଳ କ୍ରସିଂ ନିକଟରୁ ୪ ମାସ ତଳେ ୧.୨୭କୋଟି ଟଙ୍କାର ବ୍ରାଉନ୍‌ସୁଗାର ଜବତ ମାମଲାରେ ଗିରଫ ହୋଇ ଜେଲରେ ଥିବା ଏସ୍‌.କେ. ଜାମ୍‌ସେଦଙ୍କ ସମ୍ପତ୍ତି କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ଜବତ କରିଛି। ଜବତ ସମ୍ପତ୍ତି ମଧ୍ୟରେ ଭୁବନେଶ୍ୱର ଝାରପଡ଼ା ଅଞ୍ଚଳରେ ୧.୩୨ କୋଟି ଟଙ୍କାର ଏକ ୩ ମହଲା କୋଠା ରହିଛି। ଏହାକୁ ବାଜ୍ୟାପ୍ତି ପାଇଁ ଅର୍ଥମନ୍ତ୍ରାଳୟ ରାଜସ୍ବ ବିଭାଗର କୋଲ୍‌କାତାସ୍ଥିତ କମ୍ପିଟେଣ୍ଟ ଅଥରିଟିଙ୍କଠାରୁ ଏସ୍‌ଟିଏଫ୍‌ ଅନୁମତିି ଲୋଡ଼ିଥିବା ମଙ୍ଗଳବାର ପ୍ରେସ୍‌ ବିଜ୍ଞପ୍ତିରେ ସୂଚନା ଦେଇଛି। ନିଶା ବେପାର ଦ୍ୱାରା ଅଭିଯୁକ୍ତ ଏସ୍‌.କେ. ଜାମ୍‌ସେଦ ଏହି ବଆଇନ ସମ୍ପତ୍ତି ଠାବ କରିଛନ୍ତି। ଜାମସେଦ୍‌ ହେଉଛନ୍ତି ନିଶା ବେପାରୀ ଶିବ ପ୍ରସାଦ ଦାସଙ୍କ ଘନିଷ୍ଠ ସହଯୋଗୀ। ଜାମସେଦ୍‌ଙ୍କ ନାମରେ ଏସ୍‌ଟିଏଫ୍‌ ବ୍ୟତୀତ ଲାଲବାଗ୍‌ ଥାନା ଓ ବାଲିଅନ୍ତା ଥାନାରେ ମଧ୍ୟ ଗୋଟିଏ ଲେଖାଏ ନିଶା କାରବାର ଜନିତ ମାମଲା ରହିଥିବା ଏସ୍‌ଟିଏଫ୍‌ ସୂଚନା ଦେଇଛି। ସୂଚନାନୁଯାୟୀ, ଗତ ଫେବୃୟାରୀ ୨୦ ବିଳମ୍ବିତ ରାତିରେ ରାଜଧାନୀ ଉପକଣ୍ଠ ୧୬ ନଂ. ଜାତୀୟ ରାଜପଥର ପାହାଳ କ୍ରସିଂ ନିକଟରେ ଶିବୁ ଓ ଜାମ୍‌ସେଦ ବ୍ରାଉନ୍‌ସୁଗାର ନେଇ ଯାଉଥିବାବେଳେ ଏସ୍‌ଟିଏଫ୍‌ ଚଢ଼ାଉ କରିଥିଲା। ସେହି ସମୟରେ ଶିବୁ ଧରାପଡ଼ିଥିଲେ। ହେଲେ ସେଠାରୁ ଏସ୍‌କେ ଜାମ୍‌ସେଦ୍‌ ଖସି ପଳାଇଥିଲେ। ଶିବୁଙ୍କଠାରୁ ଗୋଟିଏ ବାଇକ୍‌ ସହ ୧ କେଜି ୨୨୭ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ କରାଯାଇଥିଲା। ଏସ୍‌ଟିଏଫ୍‌ ଉକ୍ତ ଘଟଣାରେ ମାମଲା(ନଂ.୫/୨୦୨୨) ରୁଜୁ କରି ଶିବୁଙ୍କୁ କୋର୍ଟଚାଲାଣ କରିଥିଲା। ଜାମ୍‌ସେଦ୍‌ଙ୍କୁ ଧରିବାକୁ ଏସ୍‌ଟିଏଫ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଥିଲା। ଏପ୍ରିଲ ୨୨ରେ ଲକ୍ଷ୍ମୀସାଗର ଥାନା ହଳଦିପଡ଼ିଆ ବସ୍ତିସ୍ଥିତ ଘରେ ଏସ୍‌ଟିଏଫ୍‌ ଚଢ଼ାଉ କରି ଜାମ୍‌ସେଦ୍‌ଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?