ଧାନ ବିକିବା ଲାଗି ୧.୩୨ ଲକ୍ଷ ଚାଷୀ ପଞ୍ଜୀକୃତ

ଛତ୍ରପୁର,୩୦ା୮(ଡି.ଏନ୍‌.ଏ.): ଖରିଫ ଧାନ ବିକିବା ପାଇଁ ଆଗୁଆ ଅନଲାଇନ୍‌ରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ସରିଛି। ଚଳିତବର୍ଷ ଧାନ ବିକିବା ପାଇଁ ଗଞ୍ଜାମ ଜିଲାର ୧ଲକ୍ଷ ୩୨ ହଜାର ୬୪୭ ଜଣ ଚାଷୀ ପଞ୍ଜୀକୃତ ହୋଇଛନ୍ତି। ଅନଲାଇନ୍‌ ପଞ୍ଜୀକରଣ ଆବେଦନ ଜୁଲାଇ ୧୫ରୁ ଆରମ୍ଭ ହୋଇ ଗତ ୨୨ତାରିଖରେ ସରିଥିଲା । ଡିଜିଟାଇଜେସନ ଅବଧି ୨୮ ତାରିଖରେ ସରିଛି । ମିଳିଥିବା ସୂଚନା ଅନୁସାରେ ଜିଲାର ୪୬୪ ପ୍ୟାକ୍ସ (ପ୍ରାଥମିକ ସେବା ସମବାୟ ସମିତି) ମଧ୍ୟରୁ ୩୭୦ ପ୍ୟାକ୍ସ ପକ୍ଷରୁ ୧ ଲକ୍ଷ ୧୨ ହଜାର ୮୭୫ ଜଣ ଚାଷୀ ପଞ୍ଜୀକୃତ ହୋଇଥିବା ବେଳେ ୯୩ଟି ମହିଳା ସଂଘ ପକ୍ଷରୁ ୧୯ ହଜାର ୬୬୫ ଜଣ ଚାଷୀ, ଗୋଟିଏ ପାଣି ପଞ୍ଚାୟତ ପକ୍ଷରୁ ୧୦୭ ଜଣ ଚାଷୀ ଧାନ ବିକିବା ପାଇଁ ପଞ୍ଜୀକୃତ ହୋଇଛନ୍ତି। ସୂଚନାଯୋଗ୍ୟ, ଗତବର୍ଷ ଜିଲାର ୧ଲକ୍ଷ ୨୪ ହଜାର ୩୦୦ ଚାଷୀ ଧାନ ବିକିବା ପାଇଁ ପଞ୍ଜୀକୃତ ହୋଇଥିଲେ । ତେବେ ସେମାନଙ୍କ ମଧ୍ୟରୁ କେବଳ ୯୬ ହଜାର ଚାଷୀଙ୍କଠାରୁ ସରକାର ଧାନ କିଣିପାରିଥିଲେ । ଗତବର୍ଷ ତୁଳନାରେ ଚଳିତଥର ଅଧିକ ଚାଷୀ ସେମାନଙ୍କ ଧାନ ବିକିବା ପାଇଁ ପଞ୍ଜୀକରଣ କରିଛନ୍ତି। ତେବେ ଗତଥର ୨୮ ହଜାରରୁ ଉର୍ଦ୍ଧ୍ୱ ଚାଷୀଙ୍କ ଧାନ କିଣାଯାଇ ପାରି ନ ଥିବାରୁ ଚଳିତବର୍ଷ ସମସ୍ତ ଚାଷୀଙ୍କ ଧାନ କିଭଳି କିଣାଯିବ ସେନେଇ ଆଶଙ୍କା ଦେଖାଦେଇଛି । ଅପରପକ୍ଷରେ ଜିଲାରେ ୪୬୪ ଟି ପ୍ୟାକ୍ସ ଥିବାବେଳେ ସେଥିରୁ ୯୪ ଟି ପ୍ୟାକ୍ସ ଧାନ କିଣା ଦାୟିତ୍ୱରୁ ନିଜକୁ ଦୂରେଇ ରଖିଛନ୍ତି। ଫଳରେ ମହିଳା ସଂଘ ଓ ପାଣି ପଞ୍ଚାୟତ ଉପରେ ଏହି ଦାୟିତ୍ୱ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri