ଓଡ଼ିଶାରେ ୧.୩୭ ଲକ୍ଷ କୋଟିର ପୁଞ୍ଜି ବିନିଯୋଗକୁ ଅନୁମୋଦନ, ସଫଳତା ଦେଲା ଉତ୍କର୍ଷ ଓଡ଼ିଶା ରୋଡ୍‌ ଶୋ’

ଭୁବନେଶ୍ୱର,୨୯ା୧୧(ଅନୁରାଧା ମହାରଣା): ଓଡିଶା ୧.୩୭ ଲକ୍ଷ କୋଟିର ପୁଞ୍ଜି ବିନିଯୋଗ ହାସଲ କରିଛି। ଏହା ଭାରତର ଶିଳ୍ପ ଅଭିବୃଦ୍ଧିକୁ ବୃଦ୍ଧି କରିବା ସହ ବିକାଶଶୀଳ ଭାରତ ପାଇଁ ପଥ ପରିଷ୍କାର କରିବ। ଏହି ପୁଞ୍ଜିବିନିଯୋଗରେ ହେବାକୁ ଥିବା ପ୍ରକଳ୍ପଗୁଡ଼ିକ ଓଡିଶାରେ ୭୪,୦୦୦ରୁ ଅଧିକ ନିଯୁକ୍ତି ସୃଷ୍ଟି କରିବ ବୋଲି ଆଶା କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଗୁରୁବାର ଅନୁଷ୍ଠିତ ଦ୍ୱିତୀୟ ଉଚ୍ଚସ୍ତରୀୟ ଅନୁମୋଦନ ପ୍ରାଧିକରଣ (ଏଚ୍‌ଏଲ୍‌ସିଏ)ବୈଠକରେ ରାଜ୍ୟର ୨୦ଟି ପରିବର୍ତ୍ତନଶୀଳ ଶିଳ୍ପ ପ୍ରକଳ୍ପରେ ଏହି ରେକର୍ଡ ପରିମାଣର ୧,୩୬,୬୨୨.୨୪ କୋଟିର ପୁଞ୍ଜି ବିନିଯୋଗକୁ ଅନୁମୋଦନ ମିଳିଛି।

ଇସ୍ପାତ, ରାସାୟନିକ ପଦାର୍ଥ, ସବୁଜ ଶକ୍ତି, ବସ୍ତ୍ର ଆଦି ବିଭିନ୍ନ କ୍ଷେତ୍ରକୁ ବିସ୍ତାର କରୁଥିବା ଏହି ପ୍ରକଳ୍ପଗୁଡିକ ୭୪,୩୫୦ରୁ ଅଧିକ ଲୋକଙ୍କ ପାଇଁ ନିଯୁକ୍ତି ସୃଷ୍ଟି କରିବା ସହ ଓଡିଶାର ଆର୍ଥିକ ଅଭିବୃଦ୍ଧିକୁ ଯଥେଷ୍ଟ ବୃଦ୍ଧି କରିବାକୁ ସ୍ଥିର ହୋଇଛି। ଦିଲ୍ଲୀ, ମୁମ୍ବାଇ ଏବଂ ସିଙ୍ଗାପୁରରେ ଆୟୋଜିତ ଉତ୍କର୍ଷ ଓଡ଼ିଶା ରୋଡ୍‌ ଶୋ’ର ସଫଳତା ଦ୍ୱାରା ପୂର୍ବ ଭାରତର ଅଗ୍ରଣୀ ପୁଞ୍ଜି ବିନିଯୋଗ ଲକ୍ଷ୍ୟସ୍ଥଳ ଭାବେ ଓଡିଶା ଉଭା ହୋଇଛି। ନୂଆ ସରକାର ଗଠନଠାରୁ ୨୦୨୪ ଜୁନ୍‌ରୁ ବର୍ତ୍ତମାନ ସୁଦ୍ଧା ଓଡ଼ିଶା ୧,୮୦,୦୦୦ କୋଟିରୁ ଅଧିକ ପୁଞ୍ଜି ନିବେଶ ଲାଗି ଆକର୍ଷିତ କରିଥିବା ବେଳେ ୭୩ଟି ଶିଳ୍ପ ପ୍ରକଳ୍ପ ମାଧ୍ୟମରେ ୧.୧ ଲକ୍ଷରୁ ଅଧିକ ନିଯୁକ୍ତି ସୃଷ୍ଟି ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ ମାଝୀ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ନିବେଶ-ଅନୁକୂଳ ଇକୋସିଷ୍ଟମକୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟ ନିରନ୍ତର ପ୍ରାୟାସ କରୁଛି।

ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଦୃଢ଼ ସହଯୋଗ ମାଧ୍ୟମରେ ଆମେ ଏକ ବ୍ୟବସାୟିକ ଅନୁକୂଳ ପରିବେଶ ସୃଷ୍ଟି କରିଛୁ। ଇସ୍ପାତ, ରାସାୟନିକ, ଆଲୁମିନିୟମ, ବିମାନ ଇନ୍ଧନ, ସବୁଜ ଶକ୍ତି, ଉପକରଣ, ବସ୍ତ୍ର, ଅକ୍ଷୟ ଶକ୍ତି ଓ ସିମେଣ୍ଟ ସହିତ ୯ଟି ସେକ୍ଟରରେ ଅନୁମୋଦିତ ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପ୍ରକଳ୍ପଗୁଡିକ ଓଡ଼ିଶାର ୧୦ଟି ଜିଲା ଯଥା ଯାଜପୁର, ଝାରସୁଗୁଡ଼ା, ଖୋର୍ଦ୍ଧା, ସମ୍ବଲପୁର, ଗଞ୍ଜାମ, କଳାହାଣ୍ଡି, ମାଲକାନଗିରି, ଢ଼େଙ୍କାନାଳ, ଭଦ୍ରକ ଏବଂ ଜଗତ୍‌ସିଂପୁରରେ ସ୍ଥାପନ ହେବ। ଏହା ଓଡିଶାର ଶିଳ୍ପ ଭିତ୍ତିଭୂମିକୁ ସୁଦୃଢ଼ କରିବା ସହିତ ଆର୍ଥିକ ଅଭିବୃଦ୍ଧି ପାଇଁ ପ୍ରୋତ୍ସାହିତ କରିବ ବୋଲି କୁହାଯାଇଛି। ବୈଠକରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ଧଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?