ଓଡ଼ିଶାରେ ୧.୩୭ ଲକ୍ଷ କୋଟିର ପୁଞ୍ଜି ବିନିଯୋଗକୁ ଅନୁମୋଦନ, ସଫଳତା ଦେଲା ଉତ୍କର୍ଷ ଓଡ଼ିଶା ରୋଡ୍‌ ଶୋ’

ଭୁବନେଶ୍ୱର,୨୯ା୧୧(ଅନୁରାଧା ମହାରଣା): ଓଡିଶା ୧.୩୭ ଲକ୍ଷ କୋଟିର ପୁଞ୍ଜି ବିନିଯୋଗ ହାସଲ କରିଛି। ଏହା ଭାରତର ଶିଳ୍ପ ଅଭିବୃଦ୍ଧିକୁ ବୃଦ୍ଧି କରିବା ସହ ବିକାଶଶୀଳ ଭାରତ ପାଇଁ ପଥ ପରିଷ୍କାର କରିବ। ଏହି ପୁଞ୍ଜିବିନିଯୋଗରେ ହେବାକୁ ଥିବା ପ୍ରକଳ୍ପଗୁଡ଼ିକ ଓଡିଶାରେ ୭୪,୦୦୦ରୁ ଅଧିକ ନିଯୁକ୍ତି ସୃଷ୍ଟି କରିବ ବୋଲି ଆଶା କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଗୁରୁବାର ଅନୁଷ୍ଠିତ ଦ୍ୱିତୀୟ ଉଚ୍ଚସ୍ତରୀୟ ଅନୁମୋଦନ ପ୍ରାଧିକରଣ (ଏଚ୍‌ଏଲ୍‌ସିଏ)ବୈଠକରେ ରାଜ୍ୟର ୨୦ଟି ପରିବର୍ତ୍ତନଶୀଳ ଶିଳ୍ପ ପ୍ରକଳ୍ପରେ ଏହି ରେକର୍ଡ ପରିମାଣର ୧,୩୬,୬୨୨.୨୪ କୋଟିର ପୁଞ୍ଜି ବିନିଯୋଗକୁ ଅନୁମୋଦନ ମିଳିଛି।

ଇସ୍ପାତ, ରାସାୟନିକ ପଦାର୍ଥ, ସବୁଜ ଶକ୍ତି, ବସ୍ତ୍ର ଆଦି ବିଭିନ୍ନ କ୍ଷେତ୍ରକୁ ବିସ୍ତାର କରୁଥିବା ଏହି ପ୍ରକଳ୍ପଗୁଡିକ ୭୪,୩୫୦ରୁ ଅଧିକ ଲୋକଙ୍କ ପାଇଁ ନିଯୁକ୍ତି ସୃଷ୍ଟି କରିବା ସହ ଓଡିଶାର ଆର୍ଥିକ ଅଭିବୃଦ୍ଧିକୁ ଯଥେଷ୍ଟ ବୃଦ୍ଧି କରିବାକୁ ସ୍ଥିର ହୋଇଛି। ଦିଲ୍ଲୀ, ମୁମ୍ବାଇ ଏବଂ ସିଙ୍ଗାପୁରରେ ଆୟୋଜିତ ଉତ୍କର୍ଷ ଓଡ଼ିଶା ରୋଡ୍‌ ଶୋ’ର ସଫଳତା ଦ୍ୱାରା ପୂର୍ବ ଭାରତର ଅଗ୍ରଣୀ ପୁଞ୍ଜି ବିନିଯୋଗ ଲକ୍ଷ୍ୟସ୍ଥଳ ଭାବେ ଓଡିଶା ଉଭା ହୋଇଛି। ନୂଆ ସରକାର ଗଠନଠାରୁ ୨୦୨୪ ଜୁନ୍‌ରୁ ବର୍ତ୍ତମାନ ସୁଦ୍ଧା ଓଡ଼ିଶା ୧,୮୦,୦୦୦ କୋଟିରୁ ଅଧିକ ପୁଞ୍ଜି ନିବେଶ ଲାଗି ଆକର୍ଷିତ କରିଥିବା ବେଳେ ୭୩ଟି ଶିଳ୍ପ ପ୍ରକଳ୍ପ ମାଧ୍ୟମରେ ୧.୧ ଲକ୍ଷରୁ ଅଧିକ ନିଯୁକ୍ତି ସୃଷ୍ଟି ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ ମାଝୀ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ନିବେଶ-ଅନୁକୂଳ ଇକୋସିଷ୍ଟମକୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟ ନିରନ୍ତର ପ୍ରାୟାସ କରୁଛି।

ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଦୃଢ଼ ସହଯୋଗ ମାଧ୍ୟମରେ ଆମେ ଏକ ବ୍ୟବସାୟିକ ଅନୁକୂଳ ପରିବେଶ ସୃଷ୍ଟି କରିଛୁ। ଇସ୍ପାତ, ରାସାୟନିକ, ଆଲୁମିନିୟମ, ବିମାନ ଇନ୍ଧନ, ସବୁଜ ଶକ୍ତି, ଉପକରଣ, ବସ୍ତ୍ର, ଅକ୍ଷୟ ଶକ୍ତି ଓ ସିମେଣ୍ଟ ସହିତ ୯ଟି ସେକ୍ଟରରେ ଅନୁମୋଦିତ ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପ୍ରକଳ୍ପଗୁଡିକ ଓଡ଼ିଶାର ୧୦ଟି ଜିଲା ଯଥା ଯାଜପୁର, ଝାରସୁଗୁଡ଼ା, ଖୋର୍ଦ୍ଧା, ସମ୍ବଲପୁର, ଗଞ୍ଜାମ, କଳାହାଣ୍ଡି, ମାଲକାନଗିରି, ଢ଼େଙ୍କାନାଳ, ଭଦ୍ରକ ଏବଂ ଜଗତ୍‌ସିଂପୁରରେ ସ୍ଥାପନ ହେବ। ଏହା ଓଡିଶାର ଶିଳ୍ପ ଭିତ୍ତିଭୂମିକୁ ସୁଦୃଢ଼ କରିବା ସହିତ ଆର୍ଥିକ ଅଭିବୃଦ୍ଧି ପାଇଁ ପ୍ରୋତ୍ସାହିତ କରିବ ବୋଲି କୁହାଯାଇଛି। ବୈଠକରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ଧଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri