ଦିନକରେ ୧.୩୮ ଲକ୍ଷ କୋଟି ନିବେଶ ବୃଦ୍ଧି

ନୂଆଦିଲ୍ଲୀ,୨୫।୪: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ସ୍ଥାନୀୟ ବଜାରର ମାନ୍ଦାବସ୍ଥା ଯୋଗୁ ଗତ ସପ୍ତାହରେ ଶେୟାର ବଜାର କାରବାରରେ ବ୍ୟାପକ ହ୍ରାସ ଘଟିଥିଲା। ଫଳରେ ଲକ୍ଷାଧିକ ଟଙ୍କାର ନିବେଶ ଶେୟାର ବଜାରର ନିବେଶକମାନେ ହରାଇଥିଲେ। ହେଲେ ଗୋଟିଏ ସପ୍ତାହ ପରେ ପୁଞ୍ଜିବଜାରରେ ପୁଣି ଥରେ ଉତ୍ସାହ ଫେରିଥିବା ଜଣାପଡିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାରବାର ଶେଷ ସୁଦ୍ଧା ନିବେଶକମାନେ ଦିନକ ମଧ୍ୟରେ ପ୍ରାୟ ୧.୩୮ ଲକ୍ଷ କୋଟି ଟଙ୍କା ଲାଭ କରିଛନ୍ତି। ସେହିଭଳି ସୋମବାର ଶେୟାର ବଜାର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସଇ)ର ସେନସେକ୍ସ ପୁଣି ଥରେ ୬୦,୦୦୦ ଅଙ୍କ ପାର୍‌ କରିଥିବା ବେଳେ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସଇ)ର ନିଫ୍ଟି-୫୦ ମଧ୍ୟ ୧୮,୦୦୦ (୧୭,୭୪୩.୪୦) ଅଙ୍କର ନିକଟତର ହୋଇଛି। ବିଶେଷକରି ବିଏସଇର ମିଡକ୍ୟାପ ଏବଂ ସ୍ମଲକ୍ୟାପ ସୂଚକାଙ୍କ ଯଥାକ୍ରମେ ୦.୪୭% ଏବଂ ୦.୩୪% ବୃଦ୍ଧି ସହ ପ୍ରଥମ ଦିନର କାରବାର ଶେଷ ହୋଇଛି। ଫଳରେ ଶେୟାର ବଜାର ନିବେଶକଙ୍କ ସମ୍ପତ୍ତି ଦିନକ ମଧ୍ୟରେ ପ୍ରାୟ ୧.୩୮ ଲକ୍ଷ କୋଟି ଟଙ୍କାର ବୃଦ୍ଧି ଘଟିଛି। ସେହିଭଳି ବିଏସଇରେ ସୂଚୀବଦ୍ଧ କମ୍ପାନୀଗୁଡିକର ମୋଟ ବଜାର ପୁଞ୍ଜି ସୋମବାର ପ୍ରାୟ ୧.୩୮ ଲକ୍ଷ କୋଟି ବଢି ୨୬୬.୩୫ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ଏହା ପୂର୍ବରୁ (ଶୁକ୍ରବାର) ବିଏସଇରେ ସୂଚୀବଦ୍ଧ କମ୍ପାନୀଗୁଡିକର ମୋଟ ବଜାର ପୁଞ୍ଜି ୨୬୪.୯୭ ଲକ୍ଷ କୋଟି ଟଙ୍କାରେ ରହିଥିଲା। ସେହିପରି ସୋମବାର ବଜାର କାରବାର ମଧ୍ୟରେ ବ୍ୟାଙ୍କିଙ୍କ, ଫାଇନାନସିଆଲ୍‌, ରିୟଲ ଇଷ୍ଟେଟ, ମେଟାଲ ଏବଂ ଆଇଟି ଭଳି ପ୍ରମୁଖ ଶେୟାରଗୁଡିରେ ସବୁଠୁ ଅଧିକ ବୃଦ୍ଧି ଦେଖିବାକୁ ମିଳିଥିଲା। ଉଲ୍ଲେଖଯୋଗ୍ୟ ସୋମବାର ବିଏସଇର ୩୦ ଶେୟାର ବିଶିଷ୍ଟ ସୂଚକାଙ୍କ ସେନସେକ୍ସ ୪୦୧.୦୪ ପଏଣ୍ଟ ବୃଦ୍ଧି ଘଟି ୬୦,୦୫୬.୧୦ ଅଙ୍କରେ ବନ୍ଦ ହୋଇଥିଲାବେଳେ ଏନଏସଇର ନିଫ୍ଟି-୫୦ ଶେୟାର ବିଶିଷ୍ଟ ସୂଚକାଙ୍କ ନିଫ୍ଟିରେ ମଧ୍ୟ ୧୧୯.୩୫ ପଏଣ୍ଟ ବଢି ୧୭,୭୪୩.୪୦ ଅଙ୍କରେ କାରବାର ବନ୍ଦ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri