୧.୪୬ ଲକ୍ଷ କୋଟିର ପୁଞ୍ଜିନିବେଶ

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟ ଦ୍ବାରା ୨୦୨୦ରୁ କାର୍ଯ୍ୟକାରୀ ହେଉଥିବା ପିଏଲଆଇ ଯୋଜନା ପୁଞ୍ଜି ନିବେଶ, ଉତ୍ପାଦନ ଏବଂ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ଉଲ୍ଲେଖନୀୟ ମାଇଲଖୁଣ୍ଟ ହାସଲ କରିଛି। ୨୦୨୪ ଅଗଷ୍ଟ ସୁଦ୍ଧା ୧୪ଟି କ୍ଷେତ୍ରରେ ୧.୪୬ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ହୋଇଛି। ଫଳରେ ୧୨.୫୦ ଲକ୍ଷ କୋଟି ଟଙ୍କାରୁ ଅଧିକ ଉତ୍ପାଦନ ଓ ବିକ୍ରୟ ହୋଇଛି। ଏହାସହ ୯.୫ ଲକ୍ଷରୁ ଅଧିକ ନିଯୁକ୍ତି ସୃଷ୍ଟି ହୋଇଛି ଏବଂ ରପ୍ତାନି ପରିମାଣ ୪ ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି। ୨୦୨୨-୨୩ ଆର୍ଥିକ ବର୍ଷ ଏବଂ ୨୦୨୩-୨୪ ଆର୍ଥିକ ବର୍ଷରେ ୮ଟି କ୍ଷେତ୍ରରେ ଯଥାକ୍ରମେ ୨,୯୬୮ କୋଟି ଟଙ୍କା ଏବଂ ୯ଟି କ୍ଷେତ୍ରରେ ୬,୭୫୩ କୋଟି ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି। ଭାରତର ଉତ୍ପାଦନ କ୍ଷମତା ଏବଂ ରପ୍ତାନି ବୃଦ୍ଧି ପାଇଁ ୧.୯୭ ଲକ୍ଷ କୋଟି ଟଙ୍କା ବ୍ୟୟରେ ୧୪ଟି ପ୍ରମୁଖ କ୍ଷେତ୍ର ପାଇଁ ଉତ୍ପାଦନ ସଂଯୁକ୍ତ ପ୍ରୋତ୍ସାହନ (ପିଏଲଆଇ) ଯୋଜନା ଘୋଷଣା କରାଯାଇଛି। ଏହି ୧୪ଟି କ୍ଷେତ୍ର ମଧ୍ୟରେ ୭୬୪ଟି ଆବେଦନକୁ ଅନୁମୋଦନ ମିଳିଛି। ଏହି ୭୬୪ଟି ଅନୁମୋଦନ ମଧ୍ୟରୁ ଖାଦ୍ୟ ଉତ୍ପାଦ କ୍ଷେତ୍ର ସର୍ବାଧିକ ୧୮୨ଟି ଅନୁମୋଦନ ପାଇଥିବା ବେଳେ ଯାନବାହନ ଓ ଯାନବାହନ ସରଞ୍ଜାମ କ୍ଷେତ୍ର ୯୫ଟି ଅନୁମୋଦନ ସହ ତୃତୀୟ ସ୍ଥାନରେ ରହିଛି I ଏମଏମଏଫ ବିଭାଗ ଏବଂ ବୈଷୟିକ ବୟନଶିଳ୍ପକୁ ୭୪ଟି ଆବେଦନ ମଞ୍ଜୁର ହୋଇଥିବା ବେଳେ ସ୍ବତନ୍ତ୍ର ଇସ୍ପାତକୁ ୬୭ଟି ଏବଂଏସି ଓ ଏଲଇଡିକୁ ୬୬ଟି ଅନୁମୋଦନ ମିଳିଛି। ଏହାବ୍ୟତୀତ ଗୁରୁତ୍ୱପୂର୍ଣ୍ଣ ପ୍ରମୁଖ ଷ୍ଟାର୍ଟି ସାମଗ୍ରୀ / ଡ୍ରଗ ଇଣ୍ଟରମିଡିଆରୀ ଓ ସକ୍ରିୟ ଔଷଧୀୟ ଉପାଦାନ ଭଳି କ୍ଷେତ୍ରକୁ ୫୧ଟି, ଔଷଧୀୟ ସାମଗ୍ରୀକୁ ୫୫୫ଟି, ଟେଲିକମ ଓ ନେଟୱର୍କିଂ ଉତ୍ପାଦକୁ ୪୨ଟି ଏବଂ ଇଲେକ୍ଟ୍ରୋନିକ/ ଟେକ୍ନୋଲୋଜି ଉପତ୍ାଦକୁ ୨୭ଟି ଅନୁମୋଦନ ମିଳିଛି। ମେଡିକାଲ ଡିଭାଇସ ଉତ୍ପାଦନ ଏବଂ ମୋବାଇଲ ଉତ୍ପାଦନ ଏବଂ ର୍ନିଦ୍ଦିଷ୍ଟ ଇଲେକ୍ଟ୍ରୋନିକ ଉପାଦାନ ଉଭୟ ୩୨ଟି ଲେଖାଏଁ ଅନୁମୋଦନ ପାଇଥିଲା I ଡ୍ରୋନ ଏବଂ ଡ୍ରୋନ ଉପାଦାନ ଭଳି ଉଦୀୟମାନ କ୍ଷେତ୍ରକୁ ୨୩୦, ଉଚ୍ଚ ଦକ୍ଷତା ବିଶିଷ୍ଟ ସୌର ପିଭି ମଡ୍ୟୁଲକୁ ୧୪ ଏବଂ ଆଡଭାନ୍ସଡ କେମିଷ୍ଟ୍ରି ସେଲ (ଏସିସି) ବ୍ୟାଟେରୀକୁ ୪୫ଟି ଅନୁମୋଦନ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଓଭରବ୍ରିଜ୍‌ ନିକଟରେ କଣ୍ଟେନର-ଟ୍ରକ୍‌ ମୁହାଁମୁହିଁ ହେବାରୁ…

ଗଞ୍ଜାମ,୨୨ା୧(ଅନାଥ ତରାଇ): ଗଞ୍ଜାମସ୍ଥିତ ହୁମ୍ମା ଫାଣ୍ଡି ଅନ୍ତର୍ଗତ ଲକ୍ଷ୍ମୀପୁର ଓଭରବ୍ରିଜ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ବୁଧବାର ବିଲମ୍ବିତ ରାତିରେ ଏକ ଭୟଙ୍କର ସଡ଼କ...

ମଝି ଆକାଶରେ ଯାତ୍ରୀଙ୍କୁ ଆସିଲା ହାର୍ଟଆଟାକ୍‌, ଆଉ ତା’ପରେ…

ନୂଆଦିଲ୍ଲୀ,୨୨।୧: ନାଗପୁର ବିମାନବନ୍ଦରରେ ଉଡ଼ାଣ ସମୟରେ ଜଣେ ଯାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ଖରାପ ହୋଇଯିବାରୁ ଉତ୍ତେଜନା ସୃଷ୍ଟି ହୋଇଛି। ଗାଜିଆବାଦରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ...

ବଡ଼ ରେକର୍ଡ କଲେ ରିଙ୍କୁ ସିଂ: ଧୋନୀଙ୍କ ସହ ସମକକ୍ଷ

ନାଗପୁର,୨୨।୧: ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ଧମାକାଦାର ଭାବରେ ଆରମ୍ଭ କରି ପ୍ରଥମ ମ୍ୟାଚକୁ ୪୮ ରନରେ ଜିତିଛି।...

IND vs NZ 1st T20I: ମ୍ୟାଚ ପରେ ଗମ୍ଭୀର ଦେଲେ ଏମିତି ବୟାନ, ଯାହାକୁ ନେଇ ସୋସିଆଲ ମିଡ଼ିଆରେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୨୨।୧: ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଆଜିକାଲି ନିରନ୍ତର ଖବରର ଶିରୋନାମାରେ ଅଛନ୍ତି। କାରଣ ହେଉଛି ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଘରୋଇ ପରିବେଶରେ ପ୍ରଥମ...

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ତ୍ବରାନ୍ବିତ, ନିର୍ବାଚନ କମିଶନ ପ୍ରସ୍ତାବ…

ଭୁବନେଶ୍ବର,୨୨।୧:  ରାଜ୍ୟ ସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଦେଶର ୧୦  ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ...

ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ...

ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍‌, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…

ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍‌ ପକ୍ଷରୁ ଜଙ୍ଗଲ ପାଶର୍‌ବ ସୀମା...

ICC vs BCB: ବଢିଲା ବାଂଲାଦେଶର ଟେନସନ, ସରକାର-ଖେଳାଳିଙ୍କ ମଧ୍ୟରେ ବୈଠକ

ଢାକା,୨୨।୧: ବାଂଲାଦେଶ କ୍ରିକେଟ ବର୍ତ୍ତମାନ ୨୦୨୬ ଟି-୨୦ ବିଶ୍ୱକପ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ପ୍ରଶ୍ନଟି ସରଳ: ବାଂଲାଦେଶ ତାର ଦଳକୁ ଭାରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri