୧.୪୬ ଲକ୍ଷ କୋଟିର ପୁଞ୍ଜିନିବେଶ

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟ ଦ୍ବାରା ୨୦୨୦ରୁ କାର୍ଯ୍ୟକାରୀ ହେଉଥିବା ପିଏଲଆଇ ଯୋଜନା ପୁଞ୍ଜି ନିବେଶ, ଉତ୍ପାଦନ ଏବଂ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ଉଲ୍ଲେଖନୀୟ ମାଇଲଖୁଣ୍ଟ ହାସଲ କରିଛି। ୨୦୨୪ ଅଗଷ୍ଟ ସୁଦ୍ଧା ୧୪ଟି କ୍ଷେତ୍ରରେ ୧.୪୬ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ହୋଇଛି। ଫଳରେ ୧୨.୫୦ ଲକ୍ଷ କୋଟି ଟଙ୍କାରୁ ଅଧିକ ଉତ୍ପାଦନ ଓ ବିକ୍ରୟ ହୋଇଛି। ଏହାସହ ୯.୫ ଲକ୍ଷରୁ ଅଧିକ ନିଯୁକ୍ତି ସୃଷ୍ଟି ହୋଇଛି ଏବଂ ରପ୍ତାନି ପରିମାଣ ୪ ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି। ୨୦୨୨-୨୩ ଆର୍ଥିକ ବର୍ଷ ଏବଂ ୨୦୨୩-୨୪ ଆର୍ଥିକ ବର୍ଷରେ ୮ଟି କ୍ଷେତ୍ରରେ ଯଥାକ୍ରମେ ୨,୯୬୮ କୋଟି ଟଙ୍କା ଏବଂ ୯ଟି କ୍ଷେତ୍ରରେ ୬,୭୫୩ କୋଟି ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି। ଭାରତର ଉତ୍ପାଦନ କ୍ଷମତା ଏବଂ ରପ୍ତାନି ବୃଦ୍ଧି ପାଇଁ ୧.୯୭ ଲକ୍ଷ କୋଟି ଟଙ୍କା ବ୍ୟୟରେ ୧୪ଟି ପ୍ରମୁଖ କ୍ଷେତ୍ର ପାଇଁ ଉତ୍ପାଦନ ସଂଯୁକ୍ତ ପ୍ରୋତ୍ସାହନ (ପିଏଲଆଇ) ଯୋଜନା ଘୋଷଣା କରାଯାଇଛି। ଏହି ୧୪ଟି କ୍ଷେତ୍ର ମଧ୍ୟରେ ୭୬୪ଟି ଆବେଦନକୁ ଅନୁମୋଦନ ମିଳିଛି। ଏହି ୭୬୪ଟି ଅନୁମୋଦନ ମଧ୍ୟରୁ ଖାଦ୍ୟ ଉତ୍ପାଦ କ୍ଷେତ୍ର ସର୍ବାଧିକ ୧୮୨ଟି ଅନୁମୋଦନ ପାଇଥିବା ବେଳେ ଯାନବାହନ ଓ ଯାନବାହନ ସରଞ୍ଜାମ କ୍ଷେତ୍ର ୯୫ଟି ଅନୁମୋଦନ ସହ ତୃତୀୟ ସ୍ଥାନରେ ରହିଛି I ଏମଏମଏଫ ବିଭାଗ ଏବଂ ବୈଷୟିକ ବୟନଶିଳ୍ପକୁ ୭୪ଟି ଆବେଦନ ମଞ୍ଜୁର ହୋଇଥିବା ବେଳେ ସ୍ବତନ୍ତ୍ର ଇସ୍ପାତକୁ ୬୭ଟି ଏବଂଏସି ଓ ଏଲଇଡିକୁ ୬୬ଟି ଅନୁମୋଦନ ମିଳିଛି। ଏହାବ୍ୟତୀତ ଗୁରୁତ୍ୱପୂର୍ଣ୍ଣ ପ୍ରମୁଖ ଷ୍ଟାର୍ଟି ସାମଗ୍ରୀ / ଡ୍ରଗ ଇଣ୍ଟରମିଡିଆରୀ ଓ ସକ୍ରିୟ ଔଷଧୀୟ ଉପାଦାନ ଭଳି କ୍ଷେତ୍ରକୁ ୫୧ଟି, ଔଷଧୀୟ ସାମଗ୍ରୀକୁ ୫୫୫ଟି, ଟେଲିକମ ଓ ନେଟୱର୍କିଂ ଉତ୍ପାଦକୁ ୪୨ଟି ଏବଂ ଇଲେକ୍ଟ୍ରୋନିକ/ ଟେକ୍ନୋଲୋଜି ଉପତ୍ାଦକୁ ୨୭ଟି ଅନୁମୋଦନ ମିଳିଛି। ମେଡିକାଲ ଡିଭାଇସ ଉତ୍ପାଦନ ଏବଂ ମୋବାଇଲ ଉତ୍ପାଦନ ଏବଂ ର୍ନିଦ୍ଦିଷ୍ଟ ଇଲେକ୍ଟ୍ରୋନିକ ଉପାଦାନ ଉଭୟ ୩୨ଟି ଲେଖାଏଁ ଅନୁମୋଦନ ପାଇଥିଲା I ଡ୍ରୋନ ଏବଂ ଡ୍ରୋନ ଉପାଦାନ ଭଳି ଉଦୀୟମାନ କ୍ଷେତ୍ରକୁ ୨୩୦, ଉଚ୍ଚ ଦକ୍ଷତା ବିଶିଷ୍ଟ ସୌର ପିଭି ମଡ୍ୟୁଲକୁ ୧୪ ଏବଂ ଆଡଭାନ୍ସଡ କେମିଷ୍ଟ୍ରି ସେଲ (ଏସିସି) ବ୍ୟାଟେରୀକୁ ୪୫ଟି ଅନୁମୋଦନ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଭାରତ ବିପକ୍ଷ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷିତ, ଦଳକୁ ଫେରିଲେ ଏହି ଖେଳାଳି ଜାଣନ୍ତୁ…

ଓ୍ବେଲିଂଟନ,୧୨ା୧୦: ଆସନ୍ତା ୨୨ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଫିନ ଆଲେନ, ଲୋକି…

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….

ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ…

ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍‌, ୩ଟି ବହୁତଳ କୋଠା ଠାବ

ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍‌ ଠାବ ହୋଇଥିବା ସୂଚନା ମିଳିଛି। ଏହା…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?