Posted inଜାତୀୟ

୧.୪୮ ଲକ୍ଷ କୋଟିର ଅତିରିକ୍ତ ବ୍ୟୟବରାଦକୁ ମଞ୍ଜୁରୀ

ନୂଆଦିଲ୍ଲୀ, ୨୨ା୩(ପି.ଟି.): ଆଦାନୀ ଗ୍ରୁପ୍‌ ପ୍ରସଙ୍ଗକୁ ନେଇ ବିରୋଧୀ ଦଳଗୁଡ଼ିକର ହଟ୍ଟଗୋଳ ମଧ୍ୟରେ ମଙ୍ଗଳବାର ୨୦୨୨-୨୩ ଆର୍ଥତ୍କ ବର୍ଷ ଲାଗି କେନ୍ଦ୍ର ସରକାରଙ୍କ ୧.୪୮ ଲକ୍ଷ କୋଟି ଟଙ୍କାର ଅତିରିକ୍ତ ବ୍ୟୟବରାଦ ଲୋକ ସଭାରେ ଗୃହୀତ ହୋଇଛି। ଗତ ୧୩ ତାରିଖରେ ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧରୀ ଏହି ଅତିରିକ୍ତ ଖର୍ଚ୍ଚ ଦାବି ଉପସ୍ଥାପନ କରିଥିଲେ। ଏହାକୁ ମିଶାଇ ମୋଟ ଅତିରିକ୍ତ ବ୍ୟୟ ଦାବି ୨,୭୦,୫୦୮.୮୯ କୋଟି ଟଙ୍କାରେ ପହଞ୍ଚତ୍ଛି। ସେଥିରୁ ମୋଟ ନଗଦ ଖର୍ଚ୍ଚ ଦାବି ୧,୪୮,୧୩୩.୨୩ କୋଟି ଟଙ୍କା। ଅବଶିଷ୍ଟ ବ୍ୟୟକୁ ବିଭିନ୍ନ ମନ୍ତ୍ରଣାଳୟ/ବିଭାଗ ଖର୍ଚ୍ଚ କାଟ୍‌ କରି କିମ୍ବା ବିଭିନ୍ନ ସୂତ୍ରରୁ ଆଦାୟ ବଢ଼ାଇ ଭରଣା କରାଯିବ ବୋଲି ଏକ ବିବୃତିରେ କୁହାଯାଇଛି। ଅତିରିକ୍ତ ବ୍ୟୟବରାଦରୁ ୩୬,୩୨୫ କୋଟି ଟଙ୍କା ସାର ସବ୍‌ସିଡି ବାବଦରେ ବିନିଯୋଗ ହେବ। ଏହା ବ୍ୟତୀତ ସାର୍ବଜନିକ ସେବା ଦାୟିତ୍ୱ ନିଧି (ୟୁଏସ୍‌ଓଏଫ୍‌) ପାଇଁ ୨୫,୦୦୦ କୋଟି, ପ୍ରତିରକ୍ଷା ବିଭାଗ ଓଆର୍‌ଓପି ବକେୟା ପ୍ରଦାନ ବାବଦ ୩୩,୭୧୮.୪୯ କୋଟି ବ୍ୟୟ ହେବ। ସେହିପରି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ଲାଗି ଜିଏସ୍‌ଟି କ୍ଷତିପୂରଣ ପାଣ୍ଠିକୁ ଅତିରିକ୍ତ ୩୩,୫୦୬ କୋଟି ଟଙ୍କା ପ୍ରଦାନ କରାଯିବ। ଏହା ପୂର୍ବରୁ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ଲାଗି ବିଲ୍‌ ଲୋକ ସଭାରେ ଧ୍ୱନି ମତରେ ଗୃହୀତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri