ଡିସେମ୍ବରରେ ୧.୪୯ ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୧: ଦେଶର ଅର୍ଥନୀତିକୁ ସଶକ୍ତ କରିବା ପାଇଁ ସରକାର ଟିକସ ଆଦାୟକୁ ଗୁରୁତ୍ୱ ଦେଉଛନ୍ତି, ଯାହାର ପ୍ରତିଫଳନ ଦେଶର ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଆଦାୟରେ ପରିଲକ୍ଷିତ ହେଉଛି। ଏପରିକି ୨୦୨୨ ଡିସେମ୍ବରର ଜିଏସ୍‌ଟି ସଂଗ୍ରହ ସମ୍ପର୍କରେ ରବିବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ସୂଚନା ପ୍ରଦାନ କରାଯାଇଛି। ବିଶେଷକରି ଡିସେମ୍ବର ମାସରେ ଦେଶର ଜିଏସ୍‌ଟି ସଂଗ୍ରହ ୧.୪୯ (୧,୪୯,୫୦୭) ଲକ୍ଷ କୋଟିରୁ ଅଧିକ ରହିଛି। ସେହିଭଳି ୨୦୨୨ ନଭେମ୍ବରରେ ସଂଗୃହୀତ ଟିକସ ତୁଳନାରେ ୧,୪୫,୮୬୭ କୋଟିରୁ ଏହା ୨.୫% ଅଧିକ ବୋଲି ଜଣାପଡିଛି।

ଅପରପକ୍ଷରେ ୨୦୨୧ ଡିସେମ୍ବରରେ ସଂଗୃହୀତ ଜିଏସ୍‌ଟି ରାଜସ୍ବ ୧,୨୯, ୭୮୦ କୋଟି ରହିଥିଲା, ଯାହା ୨୦୨୨ ଡିସେମ୍ବରର ସଂଗ୍ରହ ତୁଳନାରେ ୧୫% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିପରି ୨୦୨୨ ବର୍ଷରେ କ୍ରମାଗତ ୧୦ମାସ ପାଇଁ ମାସିକ ଜିଏସ୍‌ଟି ଆୟ ୧.୪ ଲକ୍ଷ କୋଟିରୁ ଅଧିକ ସଂଗ୍ରହ ହୋଇଥିବା ସୂଚନା ମିଳିଛି।

ଉଲ୍ଲେଖଯୋଗ୍ୟ, ୨୦୨୨ ଡିସେମ୍ବରରେ ସଂଗୃହୀତ ମୋଟ ଜିଏସ୍‌ଟି ରାଜସ୍ବ ୧,୪୯,୫୦୭ କୋଟି ରହିଥିବା ବେଳେ ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ୨୬,୭୧୧ କୋଟି ଟଙ୍କା ଥିଲାବେଳେ ରାଜ୍ୟ ଜିଏସ୍‌ଟି (ଏସ୍‌ଜିଏସ୍‌ଟି) ୩୩,୩୫୭ କୋଟି ଟଙ୍କା ରହିଛି। ଅପରପକ୍ଷରେ ଆଇଜିଏସ୍‌ଟି ବାବଦରେ ୭୮,୪୩୪ କୋଟି (ସାମଗ୍ରୀ ଆମଦାନୀରେ ୪୦,୨୬୩ କୋଟି ଟଙ୍କା ଅନ୍ତର୍ଭୁକ୍ତ କରି) ଏବଂ ସେସ୍‌ ୧୧,୦୦୫ ଟଙ୍କା କୋଟି (ସାମଗ୍ରୀ ଆମଦାନୀ ଉପରେ ୮୫୦ କୋଟି ଟଙ୍କା ସଂଗ୍ରହ କରି) ଟିକସ ଆକାରରେ ଆଦାୟ କରାଯାଇଛି।

ସେହିଭଳି ସରକାର ସିଜିଏସ୍‌ଟିକୁ ୩୬,୬୬୯ କୋଟି ଟଙ୍କା ଏବଂ ନିୟମିତ ସମାଧାନ ଭାବେ ଆଇଜିଏସ୍‌ଟିରୁ ଏସ୍‌ଜିଏସ୍‌ଟିକୁ ୩୧,୦୯୪ କୋଟି ଟଙ୍କା ଦେବାକୁ ସ୍ଥିର କରିଛନ୍ତି। ଅପରପକ୍ଷରେ ୨୦୨୨ ଡିସେମ୍ବରରେ ନିୟମିତ ବସତି ପରେ କେନ୍ଦ୍ର ଏବଂ ରାଜ୍ୟଗୁଡିକର ମୋଟ ରାଜସ୍ବ ସିଜିଏସ୍‌ଟି ପାଇଁ ୬୩,୩୮୦ କୋଟି ଏବଂ ଏସ୍‌ଜିଏସ୍‌ଟି ପାଇଁ ୬୪,୪୫୧ କୋଟି ଟଙ୍କା ରହିଛି। ସୂଚନାଯୋଗ୍ୟ, ୨୦୨୨ ଡିସେମ୍ବରରେ ଓଡ଼ିଶାରୁ ପ୍ରାୟ ୩,୮୫୪ କୋଟି ଟଙ୍କାର ଟିକସ ଜିଏସ୍‌ଟି ଆକାରରେ ସଂଗ୍ରହ ହୋଇଥିବା ବେଳେ ଗତବର୍ଷ ସମାନ ଅବଧିରେ ୪୦୮୦ କୋଟି ଟଙ୍କା ଜିଏସ୍‌ଟି ବାବଦରେ ଆଦାୟ ହୋଇଥିଲା; ଯାହା ୨୦୨୨ ଡିସେମ୍ବରରେ ପ୍ରାୟ ୬% କମ୍‌ ବୋଲି ଅର୍ଥ ମନ୍ତ୍ରଣାଳୟ ବିଜ୍ଞପ୍ତିରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri