କୃଷିଋଣ ଉପରେ ବାର୍ଷିକ ୧.୫% ସୁଧ ରିହାତି

ନୂଆଦିଲ୍ଲୀ,୧୮।୮(ପିଆଇବି): ଦେଶର ସମସ୍ତ ଚାଷୀଙ୍କ ସୁବିଧା ଲାଗି ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଶେଷକରି ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବଳ୍ପ ଅବଧିର କୃଷି ଋଣ ଉପରେ ବାର୍ଷିକ ୧.୫% ସୁଧ ରିହାତି କେନ୍ଦ୍ର ସରକାର ଯୋଗାଇ ଦେବେ ବୋଲି ଜଣାପଡ଼ିଛି। ଏପରିକି ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏ ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ପରେ ସବୁ ଋଣ ଲଗାଣକାରୀ ସଂସ୍ଥା ପାଇଁ ୧.୫% ସୁଧ ରିହାତି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ତେଣୁ ସବୁ ଋଣ ଲଗାଣକାରୀ ଆର୍ଥିକ ସଂସ୍ଥା ଯେ ପରିକି ସରକାରୀ ବ୍ୟାଙ୍କ, ଘରୋଇ ବ୍ୟାଙ୍କ, କ୍ଷୁଦ୍ର ଆର୍ଥିକ ବ୍ୟାଙ୍କ, ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କ, ସମବାୟ ବ୍ୟାଙ୍କ ଏବଂ ବାଣିଜି୍ୟକ ବ୍ୟାଙ୍କଗୁଡ଼ିକ ସହ ସିଧାସଳଖ ଯୋଡ଼ି ହୋଇଥିବା କମ୍ପ୍ୟୁଟରୀକୃତ ପ୍ରାଥମିକ କୃଷି ସମିତିଗୁଡ଼ିକ ବାର୍ଷିକ ଦେଢ ପ୍ରତିଶତ ସୁଧ ରିହାତି ମିଳିବ।

ଆର୍ଥିକ ଋଣ ଲଗାଣକାରୀ ସଂସ୍ଥାଗୁଡ଼ିକ ମଧ୍ୟ ଏହି ଦେଢ ପ୍ରତିଶତ ସୁଧ ରିହାତି ସୁବିଧା ଚାଷୀମାନଙ୍କୁ ଯୋଗାଇଦେବେ। ୨୦୨୨-୨୩ ଆର୍ଥିକ ବର୍ଷଠାରୁ ୨୦୨୪-୨୫ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ୩ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବଳ୍ପ ଅବଧି ବିଶିଷ୍ଟ କୃଷି ଋଣ ଉପରେ ଏହି ରିହାତି ସୁବିଧା ମିଳିବ। ସୁଧ ଛାଡ଼ ସୁବିଧା ନିମନ୍ତେ କାର୍ଯ୍ୟକାରୀ ହେବାକୁ ଥିବା ଏହି ଯୋଜନାରେ ୨୦୨୨-୨୩ ଆର୍ଥିକ ବର୍ଷଠାରୁ ୨୦୨୪-୨୫ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ୩୪ ହଜାର ୮୫୬ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିପାଇଁ ଅତିରିକ୍ତ ବଜେଟ ବ୍ୟବସ୍ଥା କରାଯାଇଛି। ଫଳରେ କୃଷକଙ୍କୁ ଅନେକ ଲାଭ ମିଳିବ ବୋଲି ଆକଳନ କରାଯାଇଛି। ସୁଧ ରିହାତିରେ ବୃଦ୍ଧି କାରଣରୁ କୃଷିଋଣ ଯୋଗାଣରେ ସ୍ଥିରତା ସୁନିଶ୍ଚିତ ହେବ। ଋଣ ପ୍ରଦାନକାରୀ ସଂସ୍ଥା ବିଶେଷକରି ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କ ଏବଂ ସମବାୟ ବ୍ୟାଙ୍କଗୁଡ଼ିକର ଆର୍ଥିକ ସ୍ଥିତିରେ ସୁଧାର ଆସିବ ଏବଂ ଅଧିକ ଋଣ ଦେବାକୁ ସେମାନେ ସକ୍ଷମ ହୋଇପାରିବେ। ଏହା ଗ୍ରାମୀଣ ଅର୍ଥବ୍ୟବସ୍ଥାରେ ଯଥେଷ୍ଟ କୃଷିଋଣ ଉପଲବ୍ଧ କରାଇବ।

ପାଣ୍ଠି ବାବଦ ଖର୍ଚ୍ଚରେ ବୃଦ୍ଧିକୁ ସହ୍ୟ କରିବାରେ ବ୍ୟାଙ୍କଗୁଡ଼ିକ ସକ୍ଷମ ହେବେ ଏବଂ କୃଷକମାନଙ୍କୁ ସେମାନଙ୍କର କୃଷି ଆବଶ୍ୟକତା ପାଇଁ ଋଣ ପ୍ରଦାନ କରିପାରିବେ। ଏହାଦ୍ବାରା ଅଧିକରୁ ଅଧିକ ଚାଷୀ ଋଣର ଲାଭ ପାଇପାରିବେ। ଏହାବ୍ୟତୀତ ନିଯୁକ୍ତି ସୁଯୋଗ ସୃଷ୍ଟିରେ ସହାୟତା ମିଳିବ। କାରଣ ସ୍ବଳ୍ପ ଅବଧି କୃଷିଋଣ ପଶୁପାଳନ, କୁକ୍କୁଟ ପାଳନ, ମତ୍ସ୍ୟ ପାଳନ ସମେତ ସବୁ କୃଷି ଏବଂ ଆନୁଷଙ୍ଗିକ କାର୍ଯ୍ୟରେ ସହାୟତା ପାଇଁ ପ୍ରଦାନ କରାଯାଇଥାଏ। ଚାଷୀମାନେ ବାର୍ଷିକ ୪% ସୁଧ ହାରରେ ସ୍ବଳ୍ପକାଳୀନ କୃଷିଋଣ ନେବା ଜାରି ରଖିପାରିବେ ଏବଂ ଠିକ୍‌ ସମୟରେ ଋଣ ପରିଶୋଧ ନିମନ୍ତେ ସକ୍ଷମ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

୨୫୨ ଟଙ୍କା ମହଙ୍ଗା ହେଲା LPG ଗ୍ୟାସ, ଜାଣନ୍ତୁ କେତେ ରହିଛି ଦାମ୍

ଢାକା,୧୨।୧୦: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଏବେ ଘରୋଇ LPG ଗ୍ୟାସ୍‌ର ଦାମ୍‌କୁ ନେଇ ଉପଭୋକ୍ତା ଚିନ୍ତାରେ ରହିଛନ୍ତି । ଗ୍ୟାସ୍‌ର ଯୋଗାଣ ହ୍ରାସ ପାଇଥିବାରୁ ବଜାରରେ…

ସଫଳତାର ଶୀର୍ଷରେ ପହଞ୍ଚିବା ପାଇଁ ପାଳନ କରନ୍ତୁ ଚାଣକ୍ୟ ଏହି ୪ କଥା…

ଆଚାର୍ଯ୍ୟ ଚାଣକ୍ୟ ଜଣେ ପ୍ରାଚୀନ ଭାରତୀୟ ଶିକ୍ଷକ, ଦାର୍ଶନିକ ତଥା ରାଜ ପରାମର୍ଶଦାତା ଥିଲେ। ତାଙ୍କୁ ‘ଅର୍ଥଶାସ୍ତ୍ର’ର ରଚୟିତା ଭାବରେ ଜଣାଯାଏ। ଯିଏ କି ଅର୍ଥନୀତି, ରାଜନୀତି…

ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା ଷଡ଼ଯନ୍ତ୍ର ପଣ୍ଡ; ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିଛି ପୋଲିସ

ୱାର୍ସା,୧୨।୧୦: ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ସମ୍ଭାବ୍ୟ ବିପଦ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?