କୃଷିଋଣ ଉପରେ ବାର୍ଷିକ ୧.୫% ସୁଧ ରିହାତି

ନୂଆଦିଲ୍ଲୀ,୧୮।୮(ପିଆଇବି): ଦେଶର ସମସ୍ତ ଚାଷୀଙ୍କ ସୁବିଧା ଲାଗି ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଶେଷକରି ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବଳ୍ପ ଅବଧିର କୃଷି ଋଣ ଉପରେ ବାର୍ଷିକ ୧.୫% ସୁଧ ରିହାତି କେନ୍ଦ୍ର ସରକାର ଯୋଗାଇ ଦେବେ ବୋଲି ଜଣାପଡ଼ିଛି। ଏପରିକି ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏ ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ପରେ ସବୁ ଋଣ ଲଗାଣକାରୀ ସଂସ୍ଥା ପାଇଁ ୧.୫% ସୁଧ ରିହାତି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ତେଣୁ ସବୁ ଋଣ ଲଗାଣକାରୀ ଆର୍ଥିକ ସଂସ୍ଥା ଯେ ପରିକି ସରକାରୀ ବ୍ୟାଙ୍କ, ଘରୋଇ ବ୍ୟାଙ୍କ, କ୍ଷୁଦ୍ର ଆର୍ଥିକ ବ୍ୟାଙ୍କ, ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କ, ସମବାୟ ବ୍ୟାଙ୍କ ଏବଂ ବାଣିଜି୍ୟକ ବ୍ୟାଙ୍କଗୁଡ଼ିକ ସହ ସିଧାସଳଖ ଯୋଡ଼ି ହୋଇଥିବା କମ୍ପ୍ୟୁଟରୀକୃତ ପ୍ରାଥମିକ କୃଷି ସମିତିଗୁଡ଼ିକ ବାର୍ଷିକ ଦେଢ ପ୍ରତିଶତ ସୁଧ ରିହାତି ମିଳିବ।

ଆର୍ଥିକ ଋଣ ଲଗାଣକାରୀ ସଂସ୍ଥାଗୁଡ଼ିକ ମଧ୍ୟ ଏହି ଦେଢ ପ୍ରତିଶତ ସୁଧ ରିହାତି ସୁବିଧା ଚାଷୀମାନଙ୍କୁ ଯୋଗାଇଦେବେ। ୨୦୨୨-୨୩ ଆର୍ଥିକ ବର୍ଷଠାରୁ ୨୦୨୪-୨୫ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ୩ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବଳ୍ପ ଅବଧି ବିଶିଷ୍ଟ କୃଷି ଋଣ ଉପରେ ଏହି ରିହାତି ସୁବିଧା ମିଳିବ। ସୁଧ ଛାଡ଼ ସୁବିଧା ନିମନ୍ତେ କାର୍ଯ୍ୟକାରୀ ହେବାକୁ ଥିବା ଏହି ଯୋଜନାରେ ୨୦୨୨-୨୩ ଆର୍ଥିକ ବର୍ଷଠାରୁ ୨୦୨୪-୨୫ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ୩୪ ହଜାର ୮୫୬ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିପାଇଁ ଅତିରିକ୍ତ ବଜେଟ ବ୍ୟବସ୍ଥା କରାଯାଇଛି। ଫଳରେ କୃଷକଙ୍କୁ ଅନେକ ଲାଭ ମିଳିବ ବୋଲି ଆକଳନ କରାଯାଇଛି। ସୁଧ ରିହାତିରେ ବୃଦ୍ଧି କାରଣରୁ କୃଷିଋଣ ଯୋଗାଣରେ ସ୍ଥିରତା ସୁନିଶ୍ଚିତ ହେବ। ଋଣ ପ୍ରଦାନକାରୀ ସଂସ୍ଥା ବିଶେଷକରି ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କ ଏବଂ ସମବାୟ ବ୍ୟାଙ୍କଗୁଡ଼ିକର ଆର୍ଥିକ ସ୍ଥିତିରେ ସୁଧାର ଆସିବ ଏବଂ ଅଧିକ ଋଣ ଦେବାକୁ ସେମାନେ ସକ୍ଷମ ହୋଇପାରିବେ। ଏହା ଗ୍ରାମୀଣ ଅର୍ଥବ୍ୟବସ୍ଥାରେ ଯଥେଷ୍ଟ କୃଷିଋଣ ଉପଲବ୍ଧ କରାଇବ।

ପାଣ୍ଠି ବାବଦ ଖର୍ଚ୍ଚରେ ବୃଦ୍ଧିକୁ ସହ୍ୟ କରିବାରେ ବ୍ୟାଙ୍କଗୁଡ଼ିକ ସକ୍ଷମ ହେବେ ଏବଂ କୃଷକମାନଙ୍କୁ ସେମାନଙ୍କର କୃଷି ଆବଶ୍ୟକତା ପାଇଁ ଋଣ ପ୍ରଦାନ କରିପାରିବେ। ଏହାଦ୍ବାରା ଅଧିକରୁ ଅଧିକ ଚାଷୀ ଋଣର ଲାଭ ପାଇପାରିବେ। ଏହାବ୍ୟତୀତ ନିଯୁକ୍ତି ସୁଯୋଗ ସୃଷ୍ଟିରେ ସହାୟତା ମିଳିବ। କାରଣ ସ୍ବଳ୍ପ ଅବଧି କୃଷିଋଣ ପଶୁପାଳନ, କୁକ୍କୁଟ ପାଳନ, ମତ୍ସ୍ୟ ପାଳନ ସମେତ ସବୁ କୃଷି ଏବଂ ଆନୁଷଙ୍ଗିକ କାର୍ଯ୍ୟରେ ସହାୟତା ପାଇଁ ପ୍ରଦାନ କରାଯାଇଥାଏ। ଚାଷୀମାନେ ବାର୍ଷିକ ୪% ସୁଧ ହାରରେ ସ୍ବଳ୍ପକାଳୀନ କୃଷିଋଣ ନେବା ଜାରି ରଖିପାରିବେ ଏବଂ ଠିକ୍‌ ସମୟରେ ଋଣ ପରିଶୋଧ ନିମନ୍ତେ ସକ୍ଷମ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri