ପିଅନ ପଦବୀ ପାଇଁ ୧୫ ଲକ୍ଷ ଆବେଦନ,ଏମ୍‌ଫିଲ୍‌ ଡିଗ୍ରୀ ଥିବା ଯୁବବର୍ଗ ବି ସାମିଲ୍‌…

ଲାହୋର,୨୮।୯: ପାକିସ୍ତାନରେ ଏବେ ବେକାରଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଦେଶର ବେକାରଙ୍କ ସଂଖ୍ୟା ୬.୫ ପ୍ରତିଶତ ରହିଥିବା ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ କହୁଥିବାବେଳେ ପ୍ରକୃତ ତଥ୍ୟ କିନ୍ତୁ ଏହାର ଓଲଟା ହୋଇଛି। ଦେଶରେ ୧୬ ପ୍ରତିଶତ ବେକାର ରହିଛନ୍ତି। ଧୀରେଧୀରେ ଏଭଳି ଲୋକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଫଳରେ ବେରୋଜଗାର ସ୍ଥିତି ଭୟଙ୍କର ହେବାରେ ଲାଗିଛି।

ସରକାରୀ ନୀତିର ଅପାରଗତା ଏବଂ କରୋନା ମହାମାରୀ ଯୋଗୁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା କୁହାଯାଉଛି। ଦେଶର ୨୪ ପ୍ରତିଶତ ଶିକ୍ଷିତ ଏବେ ବେକାର ହୋଇ ବସି ରହିଛନ୍ତି ବୋଲି ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ୍‌ ଡେଭଲପ୍‌ମେଣ୍ଟ୍‌ ଇକୋନୋମିକ୍ସ୍‌(ପିଆଇଡିଇ) ପକ୍ଷରୁ ପ୍ରକାଶିତ ହୋଇଥିବା ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି।

ସମ୍ପ୍ରତି ଏକ ପିଅନ ପଦବୀ ପାଇଁ ୧୫ ଲକ୍ଷ ବେକାର ଯୁବବର୍ଗ ଆବେଦନ କରିଥିବା ଖବର ପାକିସ୍ତାନ ଗଣମାଧ୍ୟମ ସଂସ୍ଥାରେ ପ୍ରକାଶ ପାଇଛି। ପିଅନ ପଦବୀ ପାଇଁ ଏମ୍‌ଫିଲ୍‌ ଡିଗ୍ରୀଧାରୀ ଯୁବକମାନେ ମଧ୍‌ୟ ଆବେଦନ କରିଛନ୍ତି। ଏହି ଘଟଣା ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏହାଦ୍ୱାରା ଇମ୍ରାନ୍‌ଙ୍କ ମିଛ ଧରା ପଡ଼ିଯାଇଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri