ଚଳିତବର୍ଷ ଦେଢ଼ଲକ୍ଷ ହେକ୍ଟର ବନୀକରଣ

ଭୁବନେଶ୍ୱର, ୬।୭(ବ୍ୟୁରୋ): ୨୦୨୧-୨୨ ଆର୍ଥିକ ବର୍ଷରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରାଜ୍ୟରେ ବ୍ୟାପକ ବନୀକରଣ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରାଜ୍ୟ ସରକାରଙ୍କ ବିଭିନ୍ନ ବନୀକରଣ ଯୋଜନା ଯଥା ପ୍ରାକୃତିକ ଜଙ୍ଗଲର ପୁନର୍ଜନ୍ମ, ନୂତନ ଜଙ୍ଗଲ ସୃଷ୍ଟି, ସହରାଞ୍ଚଳ ବନୀକରଣ, ପଥପାର୍ଶ୍ୱ ବନୀକରଣ ଇତ୍ୟାଦି ମାଧ୍ୟମରେ ବ୍ୟାପକ ଚାରାରୋପଣ କାର୍ଯ୍ୟ ଚାଲୁ ରହିଛି। ୨୦୨୧-୨୨ ବର୍ଷରେ ରାଜ୍ୟରେ ସର୍ବମୋଟ ବିଭିନ୍ନ ଯୋଜନାରେ ୫୯୯ କୋଟି ଟଙ୍କା ବିନିଯୋଗ କରାଯାଇ ୧ ଲକ୍ଷ ୫୦ ହଜାର ୪୮୧ ହେକ୍ଟରରେ ୬ କୋଟି ୬୭ ଲକ୍ଷ ୯୩ ହଜାର ଚାରାରୋପଣ କରାଯିବା ସହ ୩ କୋଟି ୨୧ ଲକ୍ଷ ୬୦ ହଜାର ଚାରା ବଣ୍ଟନ କରାଯିବା ପାଇଁ ଲକ୍ଷ୍ୟ ରହିଛି ବୋଲି ବିଭାଗୀୟ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି। ସୋମବାର ଭୁବନେଶ୍ୱରର ବଡ଼ଗଡ଼ ହାଇସ୍କୁଲ ପରିସରରେ ୭୨ତମ ରାଜ୍ୟସ୍ତରୀୟ ବନ ମହୋତ୍ସବ ପାଳିତ ହୋଇଯାଇଛି। ଏଥିରେ ମନ୍ତ୍ରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରକୃତିର ସୁରକ୍ଷା ଉଦ୍ଦେଶ୍ୟରେ ପ୍ରତ୍ୟେକ ବ୍ୟକ୍ତି ଅଧିକରୁ ଅଧିକ ବୃକ୍ଷ ରୋପଣ କରି ରାଜ୍ୟକୁ ବିଭିନ୍ନ ପ୍ରାକୃତିକ ଦୁର୍ବିପାକରୁ ରକ୍ଷା କରିବା ପାଇଁ ସଂକଳ୍ପବଦ୍ଧ ହେବାକୁ ଆହ୍ବାନ ଦେଇଥିଲେ।
ବିଜ୍ଞାନ ଓ କାରିଗରି, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗଦେଇ କହିଲେ ଯେ, ଚଳିତ ବର୍ଷ ୧୩ କୋଟି ଚାରା ଉତ୍ପାଦନ ହେବ ଓ ପ୍ରାୟ ସାଢ଼େ ୮ କୋଟି ଚାରାରୋପଣ କରାଯିବାକୁ ଲକ୍ଷ୍ୟ ରହିଛି। ଜଙ୍ଗଲ ବିଭାଗ ବନ ମହୋତ୍ସବକୁ ଏକ ଲୋକ ମହୋତ୍ସବରେ ପରିଣତ କରିଛି। ସାରା ରାଜ୍ୟକୁ ସବୁଜିମାମୟ କରିବା ପାଇଁ ବିଭାଗ ଓ ଜନସାଧାରଣଙ୍କ ମିଳିତ ପ୍ରଚେଷ୍ଟା ପ୍ରଶଂସନୀୟ। ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା କହିଥିଲେ, ଜଙ୍ଗଲ ପରିସୀମା କ୍ଷେତ୍ରରେ ସାରା ଦେଶରେ ଓଡ଼ିଶା ଚତୁର୍ଥ। ଆମ ରାଜ୍ୟରେ ୨୭୫ ବର୍ଗ କିଲୋମିଟର ଜଙ୍ଗଲ ବୃଦ୍ଧି ଘଟିଛି। ବ୍ୟାପକ ବନୀକରଣ ହେଲେ ଜଳବାୟୁ ପରିବର୍ତ୍ତନର କୁପ୍ରଭାବକୁ ପ୍ରତିହତ କରାଯାଇପାରିବ। ତେଣୁ ଅଧିକରୁ ଅଧିକ ଚାରା ଲଗାଯିବା ଉପରେ ଶର୍ମା ଗୁରୁତ୍ୱାରୋପ କରିଥିଲେ। ପ୍ରଧାନ ମୁଖ୍ୟ ବନସଂରକ୍ଷକ ଶିଶିର କୁମାର ରଥ ସ୍ବାଗତ ଭାଷଣ ଓ ବଡଗଡ ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ପ୍ରଜ୍ଞା ପାରମିତା ଜେନା ଧନ୍ୟବାଦ ଦେଇଥିଲେ। ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଉପସ୍ଥିତ ଥିଲେ। ପରେ ବଡଗଡ ହାଇସ୍କୁଲ ପରିସରରେ ଅତିଥିମାନଙ୍କ ଦ୍ୱାରା ଚାରାରୋପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri