ସ୍କୁଟି ଡିକିରୁ ୧୫ ଲକ୍ଷ ଜବତ

ବ୍ରହ୍ମପୁର ଅଫିସ,୨୧।୩: ବ୍ରହ୍ମପୁର ବଡବଜାର ଥାନା ପୋଲିସ ଗଞ୍ଜେଇ ଚାଲାଣ ମାମଲାରେ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଗଜପତି ଜିଲା ଆର.ଉଦୟଗିରି ଥାନା ଅନ୍ତର୍ଗତ ସିନ୍ଦୁରଡ଼ାଙ୍ଗ ଗ୍ରାମର ସୁଦୀପ ପାଇକ ଓ ମୋହନା ଥାନା ଅନ୍ତର୍ଗତ କେସରିଆଗୁଡାର କୈଳାସ ବୀର। ମାମଲା ନଂ. ୫୫/୨୨ରେ ଉଭୟଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଛି। ଘଟଣାର ମାଷ୍ଟରମାଇଣ୍ଡ ମନୋଜ ପଣ୍ଡା ସ୍କୁଟି ଛାଡ଼ି ଫେରାର ହୋଇଯାଇଛନ୍ତି। ମନୋଜ ଉଭୟ ଗୁଜରାଟ ଓ ଅହମଦାବାଦ ପୋଲିସର ମୋଷ୍ଟ ୱାଣ୍ଟେଡ ତାଲିକାରେ ରହିଥିଲେ। ଅନ୍ୟପଟେ ମନୋଜଙ୍କ ସ୍କୁଟି ଡିକିରେ ଥିବା ୧୫ ଲକ୍ଷ ଟଙ୍କା ଜବତ କରାଯାଇଥିବା ଥାନାଧିକାରୀ ପ୍ରଶାନ୍ତ ଭୂପତି ସୂଚନା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ବଡବଜାର ଥାନା ପୋଲିସ ଶ୍ରୀରାମନଗର ମୁଖ୍ୟ ରାସ୍ତାରେ ପାଟ୍ରୋଲିଂ କରୁଥିଲା। ପୋଲିସକୁ ଦେଖି ଦୁଇ ଯୁବକ ଗାଡି ବୁଲାଇ ଖସି ପଳାଇବା ପାଇଁ ଉଦ୍ୟମ କରିଥିଲେ। ହେଲେ ପୋଲିସ ସମ୍ପୃକ୍ତ ଦୁଇ ଯୁବକଙ୍କୁ କାବୁ କରି ଗଞ୍ଜେଇ ଜବତ କରିଥିଲା। ସେମାନଙ୍କ ବୟାନକୁ ଆଧାର କରି ମାଷ୍ଟରମାଇଣ୍ଡ ମନୋଜଙ୍କ ମୋବାଇଲ ଟ୍ରାକିଂ କରିଥିଲା। ସେ ଏମକେସିଜି ମେଡିକାଲ ଖେଳପଡ଼ିିଆ ରାସ୍ତରେ ଥିବା ଜଣାପଡ଼ିଥିଲା। ପୋଲିସକୁ ନିକଟରୁ ଦେଖି ମନୋଜ ଗାଡ଼ି ଛାଡ଼ି ଚମ୍ପଟ ମାରିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri