ଅକ୍ଟୋବରରେ ୧.୫୧ ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨ା୧୧: ଚଳିତ ବର୍ଷ ଅକ୍ଟୋବରରେ ରେକର୍ଡ ପରିମାଣର ଟିକସ ଆଦାୟ ହୋଇଥିବା ଜଣାପଡ଼ିଛି। ଏପରିକି ଅକ୍ଟୋବରରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ ୧.୫୧ ଲକ୍ଷ କୋଟି ଟଙ୍କାରୁ ଅଧିକ ହୋଇଥିବା କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅକ୍ଟୋବରରେ ମୋଟ ୧,୫୧,୭୧୮କୋଟି ଟଙ୍କାର ଟିକସ ସଂଗ୍ରହ ହୋଇଥିବା ବେଳେ ଏହା ଏପର୍ଯ୍ୟନ୍ତର ୨ୟ ସର୍ବାଧିକ ଜିଏସ୍‌ଟି ସଂଗ୍ରହ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏହା ପୂର୍ବରୁ ୨୦୨୨ ଏପ୍ରିଲରେ ସବୁଠୁ ଅଧିକ ଜିଏସ୍‌ଟି ସଂଗ୍ରହ ହୋଇଥିବାର ରେକର୍ଡ ରହିଛି। ତେବେ ଅକ୍ଟୋବରରେ ୧୬.୬% ବୃଦ୍ଧି ହୋଇ ୧.୫୧ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ସେହିଭଳି ଲଗାତର ୮ମ ଥର ପାଇଁ ଜିଏସଟି କଲେକ୍ସନ ୧.୪ଲକ୍ଷ କୋଟି ଟଙ୍କା ପାରକରିଛି, ଯାହା ସରକାରଙ୍କ ଲାଗି ବାସ୍ତବିକ ଆଶ୍ୱସ୍ତିକର ବୋଲି କୁହାଯାଉଛି। ଚଳିତ ବର୍ଷ ଅକ୍ଟୋବରରେ ସଂଗୃହୀତ ମୋଟ ଜିଏସଟିରୁ ୨୬,୦୩୯କୋଟି ଟଙ୍କା ସିଜିଏସଟି ବାବଦକୁ ଆଦାୟ ହୋଇଥିବା ବେଳେ ଏସଜିଏସଟିରେ ୩୩,୩୯୬ କୋଟି ଟଙ୍କା, ଆଇଜିଏସଟିରେ ୮୧,୭୭୮ କୋଟି ଟଙ୍କା ଆଦାୟ ହୋଇଛି। ଏଥିରେ ରପ୍ତାନି ସାମଗ୍ରୀ (ଇମ୍ପୋର୍ଟ ଗୁଡ୍‌ସ) ବାବଦରେ ୩୭,୨୯୭ କୋଟି ଟଙ୍କା ମିଳିଥିବା ବେଳେ ୧୦,୫୦୫ ସେସ୍‌ ବାବଦକୁ ଆଦାୟ ହୋଇଛି। ଅପରପକ୍ଷରେ ଦେଶରେ ସାମଗ୍ରୀ ଓ ସେବା କର ଲାଗୁ ହେବା ପରଠାରୁ ରାଜକୋଷକୁ ପ୍ରତି ମାସରେ ଲକ୍ଷାଧିକ ଟଙ୍କାର ଶୁଳ୍କ ଆମଦାନୀ ହେଉଛି। ୨୦୨୨ ସେପ୍ଟେମ୍ବରରେ ମୋଟ୍‌ ୮.୩ କୋଟି ଇ-ୱେ ବିଲ୍‌ ପ୍ରସ୍ତୁତ ହୋଇଥିଲା, ଯାହାକି ୨୦୨୨ ଅଗଷ୍ଟରେ ପ୍ରସ୍ତୁତ ହୋଇଥିବା ୭.୭ କୋଟି ଇ-ୱେ ବିଲ୍‌ଠାରୁ ଉଲ୍ଲେଖନୀୟ ଭାବେ ଅଧିକ ରହିଛି। ଉଲ୍ଲେଖଯୋଗ୍ୟ ଯେ ଓଡ଼ିଶାରେ ୨୦୨୨ ଅକ୍ଟୋବରରେ ୩,୭୬୯ କୋଟି ଟଙ୍କାର ଜିଏସଟି ରାଜସ୍ବ ସଂଗୃହୀତ ହୋଇଛି। ଗତବର୍ଷ ସମାନ ମାସ ତୁଳନାରେ ରାଜ୍ୟରେ ଜିଏସଟି ସଂଗ୍ରହ ୫% ପ୍ରତିଶତ ବୃଦ୍ଧି ପାଇଛି। ଅକ୍ଟୋବର ୨୦୨୧ରେ ଓଡ଼ିଶାରୁ ୩,୫୯୩ କୋଟି ଟଙ୍କାର ଜିଏସଟି ଆଦାୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?