ଜାନୁୟାରୀରେ ୧.୫୬ ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୧।୨: ଦେଶର ଅର୍ଥନୀତିକୁ ସଶକ୍ତ କରିବା ପାଇଁ ସରକାର ଟିକସ ଆଦାୟକୁ ଗୁରୁତ୍ୱ ଦେଉଛନ୍ତି। ଏହାର ପ୍ରତିଫଳନ ଦେଶର ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଆଦାୟରେ ପରିଲକ୍ଷିତ ହେଉଛି। ଏପରିକି ୨୦୨୩ ଜାନୁୟାରୀର ଜିଏସ୍‌ଟି ସଂଗ୍ରହ ସମ୍ପର୍କରେ ମଙ୍ଗଳବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ସୂଚନା ପ୍ରଦାନ କରାଯାଇଛି। ବିଶେଷକରି ଚଳିତ ବର୍ଷ ଜାନୁୟାରୀରେ ଦେଶର ଜିଏସ୍‌ଟି ସଂଗ୍ରହ ୧.୫୬ (୧,୫୫,୯୨୨) ଲକ୍ଷ କୋଟି ଟଙ୍କା ଟିକସ ଆକାରରେ ସଂଗ୍ରହ କରାଯାଇଛି। ଅପରପକ୍ଷରେ ୨୦୨୨ ଜାନୁୟାରୀରେ ସଂଗୃହୀତ ଜିଏସ୍‌ଟି ରାଜସ୍ବ ଅପେକ୍ଷା ୨୦୨୩ ଜାନୁୟାରୀର ଟିକସ ସଂଗ୍ରହ ପ୍ରାୟ ୨୪% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩ ଜାନୁୟାରୀରେ ସଂଗୃହୀତ ମୋଟ ଜିଏସ୍‌ଟି ରାଜସ୍ବ ୧,୫୫,୯୨୨ ଲକ୍ଷ କୋଟି ରହିଥିବା ବେଳେ ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ୨୮,୯୬୩ କୋଟି ଟଙ୍କା ଥିଲାବେଳେ ରାଜ୍ୟ ଜିଏସ୍‌ଟି (ଏସ୍‌ଜିଏସ୍‌ଟି) ୩୬,୭୩୦ କୋଟି ଟଙ୍କା ରହିଛି। ସେହିଭଳି ଆଇଜିଏସ୍‌ଟି ବାବଦରେ ୭୯,୫୯୯ କୋଟି (ସାମଗ୍ରୀ ଆମଦାନୀରେ ୩୭,୧୧୮ କୋଟି ଟଙ୍କା ଅନ୍ତର୍ଭୁକ୍ତ ) ଏବଂ ସେସ୍‌ ୧୦,୬୩୦ ଟଙ୍କା କୋଟି (ସାମଗ୍ରୀ ଆମଦାନୀ ଉପରେ ୭୮୮ କୋଟି ଟଙ୍କା ସାମିଲ) ଟିକସ ଆକାରରେ ଆଦାୟ କରାଯାଇଛି। ସେହିପରି ସରକାର ସିଜିଏସ୍‌ଟିକୁ ୩୮,୫୦୭ କୋଟି ଟଙ୍କା ଏବଂ ନିୟମିତ ସମାଧାନ ଭାବେ ଆଇଜିଏସ୍‌ଟିରୁ ଏସ୍‌ଜିଏସ୍‌ଟିକୁ ୩୨,୬୨୪ କୋଟି ଟଙ୍କା ଦେବାକୁ ସ୍ଥିର କରିଛନ୍ତି ବୋଲି ଅର୍ଥ ମନ୍ତ୍ରଣାଳୟ ବିଜ୍ଞପ୍ତିରୁ ସୂଚନା ମିଳିଛି।
ସୂଚନାଯୋଗ୍ୟ, ଚଳିତ ଆର୍ଥିକ ବର୍ଷରେ ୩ୟ ଥର ପାଇଁ ଜିଏସ୍‌ଟି ସଂଗ୍ରହ ୧.୫ ଲକ୍ଷ କୋଟି ଟଙ୍କା ପାରକରିଥିବା ବେଳେ ୨୦୨୨-୨୩ ଆର୍ଥିକ ବର୍ଷରେ ଏହା (ଜାନୁୟାରୀୟରେ ସଂଗୃହୀତ ଟିକସ ୧.୫୬ ଲକ୍ଷ କୋଟି) ୨ ସର୍ବାଧିକ ଜିଏସ୍‌ଟି ସଂଗ୍ରହ ବୋଲି କୁହାଯାଉଛି। ଏପରିକି ୨୦୨୨-୨୩ ଏପ୍ରିଲରେ ପ୍ରାୟ ୧.୬୮ ଲକ୍ଷ କୋଟି ସହ ଶୀର୍ଷ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri