ଅଗଷ୍ଟରେ ୧.୫୯ ଲକ୍ଷ କୋଟି ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୯: (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ପଞ୍ଚମ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ଶୁକ୍ରବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩-୨୪ ଆର୍ଥିକ ବର୍ଷର ଅଗଷ୍ଟ ମାସରେ ଦେଶର ଜିଏସ୍‌ଟି ସଂଗ୍ରହ ୧.୫୯(୧,୬୫,୦୬୯) ଲକ୍ଷ କୋଟି ଟଙ୍କାରୁ ଅଧିକ ଟିକସ ଆକାରରେ ସଂଗ୍ରହ କରାଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ସଂଗ୍ରହ ହୋଇଥିବା ଟିକସ ପରିମାଣ ପ୍ରାୟ ୧.୪୩ ଲକ୍ଷ କୋଟିଠାରୁ ୨୦୨୩-୨୪ ଆର୍ଥିକ ବର୍ଷର ଅଗଷ୍ଟରେ ସଂଗୃହୀତ ଟିକସ ପରିମାଣ ପ୍ରାୟ ୧୧% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ କ୍ରମାଗତ ୧୮ ମାସ ପାଇଁ ଦେଶର ଜିଏସ୍‌ଟି ସଂଗ୍ରହ ୧.୪ ଲକ୍ଷ କୋଟିରୁ ଅଧିକ ରହିଥିବାବେଳେ ୯ମ ଥର ପାଇଁ ୧.୫ ଲକ୍ଷ କୋଟିରୁ ଅଧିକ ପରିମାଣର ଟିକସ ଆଦାୟ ହୋଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ୨୦୨୩ ଅଗଷ୍ଟରେ ସଂଗୃହୀତ ମୋଟ ଜିଏସ୍‌ଟି ରାଜସ୍ବ ୧,୫୯,୦୬୯ ଲକ୍ଷ କୋଟି ରହିଥିବା ବେଳେ ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ୨୮,୩୨୮ କୋଟି ଟଙ୍କା ରହିଥିଲାବେଳେ ରାଜ୍ୟ ଜିଏସ୍‌ଟି (ଏସ୍‌ଜିଏସ୍‌ଟି) ୩୫,୭୯୪ କୋଟି ଟଙ୍କା ରହିଛି। ସେହିଭଳି ଆଇଜିଏସ୍‌ଟି ବାବଦରେ ୮୩,୨୫୧ କୋଟି (ସାମଗ୍ରୀ ଆମଦାନୀରେ ୪୩,୫୫୦ କୋଟି ଟଙ୍କା ଅନ୍ତର୍ଭୁକ୍ତ) ଏବଂ ସେସ୍‌ ବାବଦରେ ୧୧,୬୯୫ ଟଙ୍କା କୋଟି (ସାମଗ୍ରୀ ଆମଦାନୀ ଉପରେ ୧୦୧୬ କୋଟି ଟଙ୍କା ସାମିଲ) ର ଟିକସ ଆଦାୟ କରାଯାଇଛି। ସେହିପରି ସରକାର ସିଜିଏସ୍‌ଟି ବାବଦରେ ୩୭,୫୮୧ କୋଟି ଟଙ୍କା ଏବଂ ଆଇଜିଏସ୍‌ଟିରୁ ଏସ୍‌ଜିଏସ୍‌ଟି ବାବଦରେ ୩୧,୪୦୮ କୋଟି ଟଙ୍କା ପରିଶୋଧ କରିଛନ୍ତି।
ଅପରପକ୍ଷରେ ଓଡ଼ିଶାରୁ ଚଳିତ ଆର୍ଥିକ ବର୍ଷର ୫ର୍ଥ ମାସରେ ପ୍ରାୟ ୪୪୦୮.୨୭ କୋଟି ଟଙ୍କାର ଟିକସ ସଂଗ୍ରହ କରାଯାଇଛି। ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଟିକସ ପରିମାଣ ୩୮୮୩.୯୦ କୋଟି ଟଙ୍କାରୁ ଅଧିକ ରହିଥିଲା। ଏହା ଚଳିତ ଆର୍ଥକ ବର୍ଷର ଜୁଲାଇ ଅବଧିରେ ୧୩.୫୦% ବୃଦ୍ଧି ପାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri