ଦୁବାଇ, ୨୭ା୫ (ପି.ଟି.): ଓଭାଲଠାରେ ଆସନ୍ତା ମାସରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲର ବିଜେତା ଦଳ ପୁରସ୍କାର ବାବଦରେ ୧.୬ ନିୟୁତ ଆମେରିକୀୟ ଡଲାର ପାଇବ। ରନରଅପ୍ ଦଳ ପାଇଁ ୮,୦୦,୦୦୦ ଡଲାର ଆର୍ଥିକ ପୁରସ୍କାର ବ୍ୟବସ୍ଥା କରାଯାଇଥିବା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି। ଚାମ୍ପିୟନଶିପ୍ର ନିର୍ଣ୍ଣାୟକ ମ୍ୟାଚ ଲଣ୍ଡନସ୍ଥିତ ଦି ଓଭାଲଠାରେ ଜୁନ୍ ୭ରୁ ୧୧ ପର୍ଯ୍ୟନ୍ତ ଖେଳାଯିବ। ଜୁନ୍ ୧୨କୁ ରିଜର୍ଭ ଦିବସ ରଖାଯାଇଛି। ୨୦୧୯-୨୧ରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲରେ ପୁରସ୍କାର ରାଶି ସମାନ ରହିଥିଲା। ଅର୍ଥାତ୍ ଡବ୍ଲ୍ୟୁଟିସି ଗଦା ବ୍ୟତୀତ ମୋଟ ପୁରସ୍କାର ରାଶିିର ୩.୮ ନିୟୁତ ଡଲାର ରହିଥିଲା। ଦୁଇ ବର୍ଷ ପୂର୍ବେ ସାଉଥାମ୍ପଟନଠାରେ ଭାରତ ବିପକ୍ଷ ୬ ଦିନିଆ ଫାଇନାଲରେ ବିଜୟ ହାସଲ କରିଥିବା କେନ୍ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ଏକ ଆକର୍ଷଣୀୟ ଗଦା ବ୍ୟତୀତ ୧.୬ ନିୟୁତ ଡଲାର ଆର୍ଥିକ ପୁରସ୍କାର ଲାଭ କରିଥିଲା। ଚାମ୍ପିୟନଶିପ୍ରେ ଭାଗ ନେଇଥିବା ସମସ୍ତ ୯ଟି ଦଳ ୩.୮ ନିୟୁତ ଡଲାରକୁ ବାଣ୍ଟି କରି ନେବେ। ଡବ୍ଲ୍ୟୁଟିସି ୨୦୨୧-୨୩ ଷ୍ଟାଣ୍ଡିଂରେ ତୃତୀୟ ସ୍ଥାନ ଅଧିକାର କରିଥିବା ଦକ୍ଷିଣ ଆଫ୍ରିକା ୪,୫୦,୦୦୦ ଡଲାର ପାଇବ। ଚତୁର୍ଥ ସ୍ଥାନରେ ରହିଥିବା ଇଂଲଣ୍ଡକୁ ୩,୫୦,୦୦୦ ଡଲାର ମିଳିବ। ଶ୍ରେଷ୍ଠ ଦଳଗୁଡ଼ିକ ମଧ୍ୟରେ ଦୌଡ଼ରେ ରହିଥିବା ଅନ୍ୟତମ ଦଳ ଶ୍ରୀଲଙ୍କା ୫ମ ସ୍ଥାନରେ ରହିବାରୁ ୨,୦୦,୦୦ ଡଲାର ପାଇବ। ସେହିପରି ଅବଶିଷ୍ଟ ଦଳ ନ୍ୟୁଜିଲାଣ୍ଡ (୬ଷ୍ଠ), ପାକିସ୍ତାନ (୭ମ), ଓ୍ବେଷ୍ଟଇଣ୍ଡିଜ (୮ମ) ଓ ବାଂଲାଦେଶ (୯ମ)କୁ ୧,୦୦,୦୦ ଡଲାର ଲେଖାଏ ମିଳିବ।
ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...
ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍ ପୂର୍ବରୁ ହଠାତ୍ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ
ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...
ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...
ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ
ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...
ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...
ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…
ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...
ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ ହୋଇଯାଇଛି। ଏହାକୁ...
ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍ପି ଶୁଭେନ୍ଦୁ...
Archives


