ଦୁବାଇ, ୨୭ା୫ (ପି.ଟି.): ଓଭାଲଠାରେ ଆସନ୍ତା ମାସରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲର ବିଜେତା ଦଳ ପୁରସ୍କାର ବାବଦରେ ୧.୬ ନିୟୁତ ଆମେରିକୀୟ ଡଲାର ପାଇବ। ରନରଅପ୍ ଦଳ ପାଇଁ ୮,୦୦,୦୦୦ ଡଲାର ଆର୍ଥିକ ପୁରସ୍କାର ବ୍ୟବସ୍ଥା କରାଯାଇଥିବା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି। ଚାମ୍ପିୟନଶିପ୍ର ନିର୍ଣ୍ଣାୟକ ମ୍ୟାଚ ଲଣ୍ଡନସ୍ଥିତ ଦି ଓଭାଲଠାରେ ଜୁନ୍ ୭ରୁ ୧୧ ପର୍ଯ୍ୟନ୍ତ ଖେଳାଯିବ। ଜୁନ୍ ୧୨କୁ ରିଜର୍ଭ ଦିବସ ରଖାଯାଇଛି। ୨୦୧୯-୨୧ରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲରେ ପୁରସ୍କାର ରାଶି ସମାନ ରହିଥିଲା। ଅର୍ଥାତ୍ ଡବ୍ଲ୍ୟୁଟିସି ଗଦା ବ୍ୟତୀତ ମୋଟ ପୁରସ୍କାର ରାଶିିର ୩.୮ ନିୟୁତ ଡଲାର ରହିଥିଲା। ଦୁଇ ବର୍ଷ ପୂର୍ବେ ସାଉଥାମ୍ପଟନଠାରେ ଭାରତ ବିପକ୍ଷ ୬ ଦିନିଆ ଫାଇନାଲରେ ବିଜୟ ହାସଲ କରିଥିବା କେନ୍ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ଏକ ଆକର୍ଷଣୀୟ ଗଦା ବ୍ୟତୀତ ୧.୬ ନିୟୁତ ଡଲାର ଆର୍ଥିକ ପୁରସ୍କାର ଲାଭ କରିଥିଲା। ଚାମ୍ପିୟନଶିପ୍ରେ ଭାଗ ନେଇଥିବା ସମସ୍ତ ୯ଟି ଦଳ ୩.୮ ନିୟୁତ ଡଲାରକୁ ବାଣ୍ଟି କରି ନେବେ। ଡବ୍ଲ୍ୟୁଟିସି ୨୦୨୧-୨୩ ଷ୍ଟାଣ୍ଡିଂରେ ତୃତୀୟ ସ୍ଥାନ ଅଧିକାର କରିଥିବା ଦକ୍ଷିଣ ଆଫ୍ରିକା ୪,୫୦,୦୦୦ ଡଲାର ପାଇବ। ଚତୁର୍ଥ ସ୍ଥାନରେ ରହିଥିବା ଇଂଲଣ୍ଡକୁ ୩,୫୦,୦୦୦ ଡଲାର ମିଳିବ। ଶ୍ରେଷ୍ଠ ଦଳଗୁଡ଼ିକ ମଧ୍ୟରେ ଦୌଡ଼ରେ ରହିଥିବା ଅନ୍ୟତମ ଦଳ ଶ୍ରୀଲଙ୍କା ୫ମ ସ୍ଥାନରେ ରହିବାରୁ ୨,୦୦,୦୦ ଡଲାର ପାଇବ। ସେହିପରି ଅବଶିଷ୍ଟ ଦଳ ନ୍ୟୁଜିଲାଣ୍ଡ (୬ଷ୍ଠ), ପାକିସ୍ତାନ (୭ମ), ଓ୍ବେଷ୍ଟଇଣ୍ଡିଜ (୮ମ) ଓ ବାଂଲାଦେଶ (୯ମ)କୁ ୧,୦୦,୦୦ ଡଲାର ଲେଖାଏ ମିଳିବ।
US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ
ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…
୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…
ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…
ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ
ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…
ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….
ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…
ରାତିରେ ଝିଅ ଡ୍ରେସ୍ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…
ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…
ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ
ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…
୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…
ନୂଆଦିଲ୍ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…
ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video
ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…
Archives

