Odisha Elections 2024

ଡିସେମ୍ବରରେ ୧.୬୫ ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୧: (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ୯ମ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ସୋମବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩-୨୪ ଆର୍ଥିକ ବର୍ଷର ଡିସେମ୍ବରରେ ଦେଶର ଜିଏସ୍‌ଟି ସଂଗ୍ରହ ପ୍ରାୟ ୧.୬୫ (୧,୬୪,୮୮୨) ଲକ୍ଷ କୋଟି ଟଙ୍କାର ଟିକସ ରାଜସ୍ବ ଆକାରରେ ସଂଗ୍ରହ କରାଯାଇଛି। ବିଶେଷକରି ୨୦୨୨-୨୩ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ସଂଗ୍ରହ ହୋଇଥିବା ଟିକସ ପରିମାଣଠାରୁ ୧୦.୩% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ଡିସେମ୍ବରରେ ସଂଗୃହୀତ ଟିକସ ପରିମାଣ ୧,୪୯, ୫୦୭ ଲକ୍ଷ କୋଟିଠାରୁ ୧୦.୩% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ କ୍ରମାଗତ ୨୨ ମାସ ପାଇଁ ଦେଶର ଜିଏସ୍‌ଟି ସଂଗ୍ରହ ୧.୪ ଲକ୍ଷ କୋଟିରୁ ଅଧିକ ରହିଥିବାବେଳେ ତ୍ରୟୋଦଶ ଥର ପାଇଁ ୧.୫ ଲକ୍ଷ କୋଟିରୁ ଅଧିକ ପରିମାଣର ଟିକସ ଆଦାୟ ହୋଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିଭଳି ୨୦୨୩-୨୪ ଆର୍ଥିକ ବର୍ଷରେ ୭ମ ଥର ଲାଗି ଜିଏସ୍‌ଟି ସଂଗ୍ରହ ୧.୬ ଲକ୍ଷ କୋଟିରୁ ଅଧିକ ରହିଥିବା ମନ୍ତ୍ରଣାଳୟ ଓ୍ବେବ୍‌ସାଇଟରୁ ଜଣାପଡିଛି।
ଉଲ୍ଲେଖଯୋଗ୍ୟ, ୨୦୨୩ ଡିସେମ୍ବରରେ ସଂଗୃହୀତ ମୋଟ ଜିଏସ୍‌ଟି ରାଜସ୍ବ ୧,୬୪,୮୮୨ ଲକ୍ଷ କୋଟି ରହିଥିବା ବେଳେ ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ୩୦,୪୪୩ କୋଟି ଟଙ୍କା ରହିଥିଲାବେଳେ ରାଜ୍ୟ ଜିଏସ୍‌ଟି (ଏସ୍‌ଜିଏସ୍‌ଟି) ୩୭,୯୩୫ କୋଟି ଟଙ୍କା ରହିଛି। ସେହିଭଳି ଆଇଜିଏସ୍‌ଟି ବାବଦରେ ୮୪,୨୫୫ କୋଟି (ସାମଗ୍ରୀ ଆମଦାନୀରେ ୪୧,୫୩୪ କୋଟି ଟଙ୍କା ଅନ୍ତର୍ଭୁକ୍ତ) ଏବଂ ସେସ୍‌ ବାବଦରେ ୧୨,୨୪୯ ଟଙ୍କା କୋଟି (ସାମଗ୍ରୀ ଆମଦାନୀ ଉପରେ ୧୦୭୯ କୋଟି ଟଙ୍କା ସାମିଲ)ର ଟିକସ ଆଦାୟ କରାଯାଇଛି। ସେହିପରି ସରକାର ସିଜିଏସ୍‌ଟି ବାବଦରେ ୪୦,୦୫୭ କୋଟି ଟଙ୍କା ଏବଂ ଆଇଜିଏସ୍‌ଟିରୁ ଏସ୍‌ଜିଏସ୍‌ଟି ବାବଦରେ ୩୩,୬୫୨ କୋଟି ଟଙ୍କା ପରିଶୋଧ କରିଛନ୍ତି। ଅପରପକ୍ଷରେ ଓଡ଼ିଶାରୁ ଚଳିତ ଆର୍ଥିକ ବର୍ଷର ୯ମ ମାସରେ ପ୍ରାୟ ୪୩୫୧ କୋଟି ଟଙ୍କାର ଟିକସ ସଂଗ୍ରହ କରାଯାଇଛି। ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଟିକସ ପରିମାଣ ୩୮୫୪ କୋଟି ଟଙ୍କାରୁ ଅଧିକ ରହିଥିଲା, ଯାହା ଚଳିତ ଆର୍ଥକ ବର୍ଷର ନଭେମ୍ବର ଅବଧିରେ ୧୩% ବୃଦ୍ଧି ପାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ସେହିଭଳି ବାର୍ଷିକ ଭିତ୍ତି (ଏପ୍ରିଲରୁ ଡିସେମ୍ବର)ରେ ୧୪.୯୭ ଲକ୍ଷ କୋଟି ସଂଗ୍ରହ କରାଯାଇଥିବାବେଳେ ଗତ ବର୍ଷ ଏହି ସମାନ ଅବଧି ମଧ୍ୟରେ ୧୩.୪୦ ଲକ୍ଷ କୋଟି ଟଙ୍କାର ଟିକସ ଜିଏସ୍‌ଟି ଆକାରରେ ଆଦାୟ କରାଯାଇଥିଲା। ସେହିପରି ୨୦୨୩-୨୪ ଆର୍ଥିକ ବର୍ଷରେ କ୍ରମାଗତ ୯ମ ମାସ ପାଇଁ ମାସିକ ପ୍ରାୟ ୧.୬୬ ଲକ୍ଷ କୋଟି ଟଙ୍କାର ଜିଏସ୍‌ଟି ସଂଗ୍ରହ କରାଯାଉଥିବାବେଳେ ୨୦୨୨-୨୩ ଆର୍ଥିକ ବର୍ଷର ଏହାର ପରିମାଣ ମାସିକ ପ୍ରାୟ୧.୪୯ ଲକ୍ଷ କୋଟି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମଥର ୩ ଲକ୍ଷ କୋଟି ପାର କଲା ବ୍ୟାଙ୍କ ଗୁଡ଼ିକର ଲାଭ

ମୁମ୍ବାଇ,୨୦।୫: ପ୍ରଥମ ଥର ପାଇଁ ବ୍ୟାଙ୍କିଙ୍ଗ କ୍ଷେତ୍ରର ମୋଟ ଲାଭ ଆର୍ଥିକ ବର୍ଷ ୨୦୨୪ ରେ ୩ ​​ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି। ତାଲିକାଭୁକ୍ତ...

ଅତୁଳନୀୟ ବୀମା ସମାଧାନକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୫: ଘରୋଇ ବଜାରରେ ବୀମା ଶିଲ୍ପର ଚାହିଦା ବୃଦ୍ଧି ପାଉଛି। ଏପରିକି ଗ୍ରାହକଙ୍କୁ ଅତୁଳନୀୟ ବୀମା ସମାଧାନ ଯୋଗାଇଦେବାକୁ ଘରୋଇ ବୀମା କମ୍ପାନୀ ବନ୍ଧନ ଲାଇଫ୍‌...

ବଜାରରେ ଟିଭିଏସ୍‌ ଆପାଚି ଆର୍‌ଟିଆର୍‌ ୧୬୦ସିରିଜ୍‌, ବ୍ଲାକ୍‌ ଏଡିଶନର ଅନାବରଣ

ଭୁବନେଶ୍ୱର,୨୦।୫: ଟିଭିଏସ୍‌ ମୋଟର କମ୍ପାନୀର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଟିଭିଏସ୍‌ ଆପାଚି ଆର୍‌ଟିଆର୍‌ ୧୬୦ ସିରିଜ୍‌କୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ...

୪୩,୦୦୦କୋଟି ନିବେଶକରିବ ଟାଟା ମୋଟର୍ସ

ନୂଆଦିଲ୍ଲୀ,୨୦।୫ (ଅଭୟ ଦାଶ): ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ ସଂସ୍ଥା ଟାଟା ମୋଟର୍ସ ୨୦୨୪-୨୫ ଆର୍ଥକ ବର୍ଷରେ ପ୍ରାୟ ୪୩,୦୦୦...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା...

ଡ୍ରାଇଭିଂ ଲାଇସେନ୍ସ ନିୟମରେ ବଡ଼ ପରିବର୍ତ୍ତନ କଲେ ସରକାର, ଜୁନ୍‌ ପହିଲାରୁ ହେବ ଲାଗୁ; ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୯।୫: ସରକାରଙ୍କ ପକ୍ଷରୁ ଡ୍ରାଇଭିଂ ଲାଇସେନ୍ସ ପାଇବା ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏବେ ଆବେଦନକାରୀଙ୍କୁ ଆର୍‌ଟିଓ ଯାଇ ଡ୍ରାଇଭିଂ ଟେଷ୍ଟ ଦେବାର ଆବଶ୍ୟକତା ପଡ଼ିବ...

ଆଇସକ୍ରିମ ମ୍ୟାନ ରଘୁନନ୍ଦନ କମାଥଙ୍କ ପରଲୋକ

ନୂଆଦିଲ୍ଲୀ,୧୯।୫: ଦେଶକୁ ଆଇସକ୍ରିମ ଖୁଆଉଥିବା ରଘୁନନ୍ଦନ କମାଥ ଆଉ ଆମ ମଧ୍ୟରେ ନାହାଁନ୍ତି। ପ୍ରାକୃତିକ ଆଇସକ୍ରିମର ପ୍ରତିଷ୍ଠାତା ରଘୁନନ୍ଦନ କମାଥ ଶନିବାର ୭୫ ବର୍ଷ ବୟସରେ...

ଓଡିଏମ୍‌ର ସ୍ବତନ୍ତ୍ର ସମ୍ବର୍ଦ୍ଧନା ସମାରୋହ

ଭୁବନେଶ୍ୱର,୧୯।୫ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ୍‌ର ଛାତ୍ରୀଛାତ୍ରମାନେ ନିକଟରେ ପ୍ରକାଶିତ ସେଣ୍ଟ୍ରାଲ ବୋର୍ଡ ଅଫ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri