ଡିସେମ୍ବରରେ ୧.୬୫ ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୧: (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ୯ମ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ସୋମବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩-୨୪ ଆର୍ଥିକ ବର୍ଷର ଡିସେମ୍ବରରେ ଦେଶର ଜିଏସ୍‌ଟି ସଂଗ୍ରହ ପ୍ରାୟ ୧.୬୫ (୧,୬୪,୮୮୨) ଲକ୍ଷ କୋଟି ଟଙ୍କାର ଟିକସ ରାଜସ୍ବ ଆକାରରେ ସଂଗ୍ରହ କରାଯାଇଛି। ବିଶେଷକରି ୨୦୨୨-୨୩ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ସଂଗ୍ରହ ହୋଇଥିବା ଟିକସ ପରିମାଣଠାରୁ ୧୦.୩% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ଡିସେମ୍ବରରେ ସଂଗୃହୀତ ଟିକସ ପରିମାଣ ୧,୪୯, ୫୦୭ ଲକ୍ଷ କୋଟିଠାରୁ ୧୦.୩% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ କ୍ରମାଗତ ୨୨ ମାସ ପାଇଁ ଦେଶର ଜିଏସ୍‌ଟି ସଂଗ୍ରହ ୧.୪ ଲକ୍ଷ କୋଟିରୁ ଅଧିକ ରହିଥିବାବେଳେ ତ୍ରୟୋଦଶ ଥର ପାଇଁ ୧.୫ ଲକ୍ଷ କୋଟିରୁ ଅଧିକ ପରିମାଣର ଟିକସ ଆଦାୟ ହୋଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିଭଳି ୨୦୨୩-୨୪ ଆର୍ଥିକ ବର୍ଷରେ ୭ମ ଥର ଲାଗି ଜିଏସ୍‌ଟି ସଂଗ୍ରହ ୧.୬ ଲକ୍ଷ କୋଟିରୁ ଅଧିକ ରହିଥିବା ମନ୍ତ୍ରଣାଳୟ ଓ୍ବେବ୍‌ସାଇଟରୁ ଜଣାପଡିଛି।
ଉଲ୍ଲେଖଯୋଗ୍ୟ, ୨୦୨୩ ଡିସେମ୍ବରରେ ସଂଗୃହୀତ ମୋଟ ଜିଏସ୍‌ଟି ରାଜସ୍ବ ୧,୬୪,୮୮୨ ଲକ୍ଷ କୋଟି ରହିଥିବା ବେଳେ ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ୩୦,୪୪୩ କୋଟି ଟଙ୍କା ରହିଥିଲାବେଳେ ରାଜ୍ୟ ଜିଏସ୍‌ଟି (ଏସ୍‌ଜିଏସ୍‌ଟି) ୩୭,୯୩୫ କୋଟି ଟଙ୍କା ରହିଛି। ସେହିଭଳି ଆଇଜିଏସ୍‌ଟି ବାବଦରେ ୮୪,୨୫୫ କୋଟି (ସାମଗ୍ରୀ ଆମଦାନୀରେ ୪୧,୫୩୪ କୋଟି ଟଙ୍କା ଅନ୍ତର୍ଭୁକ୍ତ) ଏବଂ ସେସ୍‌ ବାବଦରେ ୧୨,୨୪୯ ଟଙ୍କା କୋଟି (ସାମଗ୍ରୀ ଆମଦାନୀ ଉପରେ ୧୦୭୯ କୋଟି ଟଙ୍କା ସାମିଲ)ର ଟିକସ ଆଦାୟ କରାଯାଇଛି। ସେହିପରି ସରକାର ସିଜିଏସ୍‌ଟି ବାବଦରେ ୪୦,୦୫୭ କୋଟି ଟଙ୍କା ଏବଂ ଆଇଜିଏସ୍‌ଟିରୁ ଏସ୍‌ଜିଏସ୍‌ଟି ବାବଦରେ ୩୩,୬୫୨ କୋଟି ଟଙ୍କା ପରିଶୋଧ କରିଛନ୍ତି। ଅପରପକ୍ଷରେ ଓଡ଼ିଶାରୁ ଚଳିତ ଆର୍ଥିକ ବର୍ଷର ୯ମ ମାସରେ ପ୍ରାୟ ୪୩୫୧ କୋଟି ଟଙ୍କାର ଟିକସ ସଂଗ୍ରହ କରାଯାଇଛି। ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଟିକସ ପରିମାଣ ୩୮୫୪ କୋଟି ଟଙ୍କାରୁ ଅଧିକ ରହିଥିଲା, ଯାହା ଚଳିତ ଆର୍ଥକ ବର୍ଷର ନଭେମ୍ବର ଅବଧିରେ ୧୩% ବୃଦ୍ଧି ପାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ସେହିଭଳି ବାର୍ଷିକ ଭିତ୍ତି (ଏପ୍ରିଲରୁ ଡିସେମ୍ବର)ରେ ୧୪.୯୭ ଲକ୍ଷ କୋଟି ସଂଗ୍ରହ କରାଯାଇଥିବାବେଳେ ଗତ ବର୍ଷ ଏହି ସମାନ ଅବଧି ମଧ୍ୟରେ ୧୩.୪୦ ଲକ୍ଷ କୋଟି ଟଙ୍କାର ଟିକସ ଜିଏସ୍‌ଟି ଆକାରରେ ଆଦାୟ କରାଯାଇଥିଲା। ସେହିପରି ୨୦୨୩-୨୪ ଆର୍ଥିକ ବର୍ଷରେ କ୍ରମାଗତ ୯ମ ମାସ ପାଇଁ ମାସିକ ପ୍ରାୟ ୧.୬୬ ଲକ୍ଷ କୋଟି ଟଙ୍କାର ଜିଏସ୍‌ଟି ସଂଗ୍ରହ କରାଯାଉଥିବାବେଳେ ୨୦୨୨-୨୩ ଆର୍ଥିକ ବର୍ଷର ଏହାର ପରିମାଣ ମାସିକ ପ୍ରାୟ୧.୪୯ ଲକ୍ଷ କୋଟି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?