ନଭେମ୍ବରରେ ୧.୬୮ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୧୨, (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ୮ମ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ଶୁକ୍ରବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩-୨୪ ଆର୍ଥିକ ବର୍ଷର ନଭେମ୍ବରରେ ଦେଶର ଜିଏସ୍‌ଟି ସଂଗ୍ରହ ପ୍ରାୟ ୧.୬୮ (୧, ୬୭, ୯୨୯) ଲକ୍ଷ କୋଟି ଟଙ୍କାର ଟିକସ ରାଜସ୍ବ ଆକାରରେ ସଂଗ୍ରହ କରାଯାଇଛି। ବିଶେଷକରି ୨୦୨୨-୨୩ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ସଂଗ୍ରହ ହୋଇଥିବା ଟିକସ ପରିମାଣଠାରୁ ପ୍ରାୟ ୧୫% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ନଭେମ୍ବର ମାସରେ ସଂଗୃହୀତ ଟିକସ ପରିମାଣ ୧, ୪୫, ୮୬୭ ଲକ୍ଷ କୋଟିଠାରୁ ପ୍ରାୟ ୧୫% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ କ୍ରମାଗତ ୨୧ ମାସ ପାଇଁ ଦେଶର ଜିଏସ୍‌ଟି ସଂଗ୍ରହ ୧.୪ ଲକ୍ଷ କୋଟିରୁ ଅଧିକ ରହିଥିବାବେଳେ ଦ୍ୱାଦଶ ଥର ପାଇଁ ୧.୫ଲକ୍ଷ କୋଟିରୁ ଅଧିକ ପରିମାଣର ଟିକସ ଆଦାୟ ହୋଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିଭଳି ୨୦୨୩-୨୪ ଆର୍ଥିକ ବର୍ଷରେ ୬ଷ୍ଠ ଥର ଲାଗି ଜିଏସ୍‌ଟି ସଂଗ୍ରହ ୧.୬ ଲକ୍ଷ କୋଟିରୁ ଅଧିକ ରହିଥିବା ଜଣାପଡିଛି।
ଉଲ୍ଲେଖଯୋଗ୍ୟ, ୨୦୨୩ ନଭେମ୍ବରରେ ସଂଗୃହୀତ ମୋଟ ଜିଏସ୍‌ଟି ରାଜସ୍ବ ୧,୬୭,୯୨୯ ଲକ୍ଷ କୋଟି ରହିଥିବା ବେଳେ ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ୩୦,୪୨୦ କୋଟି ଟଙ୍କା ରହିଥିଲାବେଳେ ରାଜ୍ୟ ଜିଏସ୍‌ଟି (ଏସ୍‌ଜିଏସଟି) ୩୮, ୨୨୬ କୋଟି ଟଙ୍କା ରହିଛି। ସେହିଭଳି ଆଇଜିଏସ୍‌ଟି ବାବଦରେ ୮୭, ୦୦୯ କୋଟି (ସାମଗ୍ରୀ ଆମଦାନୀରେ ୩୯, ୧୯୮ କୋଟି ଟଙ୍କା ଅନ୍ତର୍ଭୁକ୍ତ) ଏବଂ ସେସ୍‌ ବାବଦରେ ୧୨,୨୭୪ ଟଙ୍କା କୋଟି (ସାମଗ୍ରୀ ଆମଦାନୀ ଉପରେ ୧୦୩୬ କୋଟି ଟଙ୍କା ସାମିଲ)ର ଟିକସ ଆଦାୟ କରାଯାଇଛି। ସେହିପରି ସରକାର ସିଜିଏସ୍‌ଟି ବାବଦରେ ୩୭,୮୭୮ କୋଟି ଟଙ୍କା ଏବଂ ଆଇଜିଏସ୍‌ଟିରୁ ଏସ୍‌ଜିଏସ୍‌ଟି ବାବଦରେ ୩୧,୫୫୭ କୋଟି ଟଙ୍କା ପରିଶୋଧ କରିଛନ୍ତି। ଅପରପକ୍ଷରେ ଓଡ଼ିଶାରୁ ଚଳିତ ଆର୍ଥିକ ବର୍ଷର ୮ମ ମାସରେ ପ୍ରାୟ ୪୨୯୫ କୋଟି ଟଙ୍କାର ଟିକସ ସଂଗ୍ରହ କରାଯାଇଛି। ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଟିକସ ପରିମାଣ ୪୧୬୨ କୋଟି ଟଙ୍କାରୁ ଅଧିକ ରହିଥିଲା, ଯାହା ଚଳିତ ଆର୍ଥକ ବର୍ଷର ନଭେମ୍ବର ଅବଧିରେ ୩% ବୃଦ୍ଧି ପାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?