୨୧୧ ନିର୍ମାଣ ଶ୍ରମିକଙ୍କୁ ମିଳିଲା ୧.୭୯ କୋଟି

ସୋନପୁର,୨୨।୧(ନି.ପ୍ର.):  ସୁବର୍ଣ୍ଣପୁର ଜିଲା ଶ୍ରମ ବିଭାଗ ପକ୍ଷରୁ ସୋନପୁର ନୂତନ ଟାଉନ ହଲ ପରିସରରେ ନିର୍ମାଣ ଶ୍ରମିକ ସହାୟତା ବଣ୍ଟନ ଶିବିର ଶନିବାର ଆୟୋଜିତ ହୋଇଯାଇଛି। ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷା ଶ୍ରୀମୟୀ ଶ୍ୱେତାସ୍ନିଗ୍ଧା ମିଶ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ନିର୍ମାଣ ଶ୍ରମିକମାନେ ରାଜ୍ୟ ନିର୍ମାଣର ପ୍ରକୃତ ବିନ୍ଧାଣୀ ବୋଲି କହିଥିଲେ। ଏହି ଅବସରରେ ଜିଲାର ୨୧୧ ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କୁ ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ତରଫରୁ ୧ କୋଟି ୭୯ ଲକ୍ଷ ୩୫ ହଜାର ଟଙ୍କାର ସହାୟତା ରାଶି ଅନଲାଇନରେ ପ୍ରଦାନ କରାଯାଇଥିଲା। ଅଧ୍ୟକ୍ଷା ମିଶ୍ର ହିତାଧିକାରୀଙ୍କୁ ଡେମୋ ଚେକ୍‌ ପ୍ରଦାନ କରିଥିଲେ। ଏହି ଶିବିରରେ ୭୫ଜଣ ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କ ପରିବାରକୁ ୫ ହଜାର ଟଙ୍କା ଲେଖାଏ ଅନ୍ତ୍ୟେଷ୍ଟି କ୍ରିୟା ସହାୟତା ଓ ୨ଲକ୍ଷ ଟଙ୍କା ଲେଖାଏ ମୃତ୍ୟୁ ସହାୟତା ପ୍ରଦାନ କରାଯାଇଥିଲା। ସେହିପରି ୧୨ ଜଣ ମହିଳା ଶ୍ରମିକଙ୍କୁ ୧୦ ହଜାର ଟଙ୍କା ଲେଖାଏ ପ୍ରସୂତୀକାଳୀନ ସହାୟତା, ୪୮ ଜଣଙ୍କୁ ୫୦ ହଜାର ଟଙ୍କା ଲେଖାଏ ବିବାହ ସହାୟତା ଓ ଶ୍ରମିକ ପରିବାରର ତ୍ରିନାଥ ମହାନନ୍ଦଙ୍କୁ ଉଚ୍ଚତର ଶିକ୍ଷା ପାଇଁ ୪୦ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଛି । ଅଧ୍ୟକ୍ଷା ମିଶ୍ର ପଞ୍ଜିକୃତ ନିର୍ମାଣ ଶ୍ରମିକମାନଙ୍କୁ ଓଡିଶା ସରକାରଙ୍କ, ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ତରଫରୁ ମିଳୁଥିବା ସହାୟତା ସମ୍ପର୍କରେ ସୂଚନା ଦେଇଥିଲେ। ପ୍ରକୃତ ନିର୍ମାଣ ଶ୍ରମିକମାନେ ନିଜ ନାମ ପଞ୍ଜିକୃତ କରି ସରକାରଙ୍କ ବିଭିନ୍ନ ସହାୟତା ନେବାକୁ ମିଶ୍ର ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲାପାଳ ନିଶି ପୁନମ ମିଞ୍ଜ, ସୋନପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, ସୁବର୍ଣ୍ଣପୁର ପୌରାଧ୍ୟକ୍ଷା ତାମସି ତାମସ୍ବିତା ନାୟକ, ଜିଲା ପରିଷଦ ସଭ୍ୟ ମଧୁସୂଦନ ଓତା, ମ୍ୟୁନିସିପାଲିଟି ନିର୍ବାହୀ ଅଧିକାରୀ ସୂର୍ଯ୍ୟାଂଶୁ ରୁଟ୍‌, ଜିଲା ଶ୍ରମିକ ସଂଗଠନ ସମନ୍ବୟ ସମିତିର ସଭାପତି ଗୋବିନ୍ଦ ମହାରଣା ଓ ସହକାରୀ ଶ୍ରମ ଅଧିକାରୀ ସବିତା କୁମାରୀ ନାୟକ ଯୋଗଦାନ କରିଥିଲେ। ଜିଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାଖା ସଭାରେ ଅଧ୍ୟକ୍ଷତା କରି ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ ମିଳୁଥିବା ପ୍ରସୂତୀ କାଳୀନ ସହାୟତା, ଶିକ୍ଷାବୃତ୍ତି ସହାୟତା, ବିବାହ ସହାୟତା, ଯନ୍ତ୍ରପାତି କ୍ରୟ ସହାୟତା ଓ ମୃତ୍ୟୁ ସହାୟତା ସମ୍ପର୍କରେ ଆଲୋଚନା କରିଥିଲେ । ସୁଚିସ୍ମିତା ପାତ୍ର ସଭାକୁ ସଂଯୋଜନା କରିଥିଲେ। ସୁବର୍ଣ୍ଣପୁର ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟର କର୍ମଚାରୀ ମାନେ କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ । ଏହି ଅବସରରେ ବହୁ ସଂଖ୍ୟକ ନିର୍ମାଣ ଶ୍ରମିକ ଓ ବିଭିନ୍ନ ଟ୍ରେଡ୍‌ ୟୁନିୟନର କର୍ମକର୍ତ୍ତା ଯୋଗ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ପାଟଣା ବ୍ଲକ୍‌ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …

ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି।…

କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ନିଶା ମୁକ୍ତ ଓଡ଼ିଶା’ ଅଭିଯାନ: ଗଞ୍ଜେଇ ଚାଷ-ନିଶାରୁ ଦୂରେଇ ରହିବାକୁ…

ଦାରିଙ୍ଗବାଡ଼ି,୨୫।୮ (ଅରୁଣ ସାହୁ): କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦାରିଙ୍ଗବାଡ଼ି ଥାନା କିରିକୁଟି ସରକାରୀ ଉନ୍ନୀତ ଉଚ୍ଚ…

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri