Posted inଜାତୀୟ

ନୋଟାକୁ ୧.୮୧% : ୨୦୨୦ଠାରୁ ଅଧିକ, ୨୦୧୫ ତୁଳନାରେ କମ୍‌ ଭୋଟ

ପାଟନା/ନୂଆଦିଲ୍ଲୀ,୧୫ା୧୧: ବିହାର ବିଧାନସଭା ନିର୍ବାଚନରେ ନନ୍‌ ଅଫ୍‌ ଦି ଏବଭ୍‌ (ନୋଟା) ବିକଳ୍ପକୁ ୨୦୨୦ ତୁଳନାରେ ଅପେକ୍ଷାକୃତ ଅଧିକ ଭୋଟ ମିଳିଛି। କିନ୍ତୁ ଏହା ୨୦୨୫ ନିର୍ବାଚନ ତୁଳନାରେ ଅଧିକ ବୋଲି ନିର୍ବାଚନ କମିଶନ (ଇସି)ଙ୍କ ସୂତ୍ରରୁ ପ୍ରକାଶ। ଡେଟା ଅନୁସାରେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ର ନୋଟା ବିକଳ୍ପ ୧.୮୧% ବା ୬,୬୫,୮୭୦ ଭୋଟ ଟାଣିବାରେ ସକ୍ଷମ ହୋଇଛି। ବିହାରରେ ୭.୪୫ କୋଟି ଭୋଟର ଥିବାବେଳେ ୬୬.୯୧% ମତଦାନ ହୋଇଥିଲା, ଯାହାକି ୧୯୫୧ ପରଠୁ ସର୍ବାଧିକ। ୩.୫୧% ମତଦାତା ଭୋଟ ଦେବା ବିହାର ଇତିହାସରେ ରେକର୍ଡ। ତେବେ ସେମାନଙ୍କ ମଧ୍ୟରୁ ୧.୮୧% ନୋଟାକୁ ବାଛିଛନ୍ତି। ୨୦୨୦ରେ ୭,୦୬,୨୫୨ ଭୋଟର ନୋଟାକୁ ବାଛିଥିଲେ, ଯାହାକି ମୋଟ ମତଦାନର ୧.୬୮%। ଅନ୍ୟପକ୍ଷେ ୨୦୧୫ରେ ୩.୮ କୋଟି ମତଦାତାଙ୍କ ମଧ୍ୟରୁ ୯.୪ ଲକ୍ଷ ଅର୍ଥାତ୍‌ ୨.୪୮% ନୋଟା ବଟନ୍‌ ଦବାଇଥିଲେ। ବିହାର ନିର୍ବାଚନରେ ନୋଟାକୁ ୨୦୨୪ରେ ସର୍ବନିମ୍ନ ଭୋଟ ମିଳିଥିଲା। ଉଲ୍ଲେଖଯୋଗ୍ୟ, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କୌଣସି ପ୍ରାର୍ଥୀ ପସନ୍ଦକୁ ନ ଆସିଲେ ଜଣେ ଭୋଟର ନୋଟା ବିକଳ୍ପ ବାଛିପାରିବେ। ୨୦୧୩ ସେପ୍ଟେମ୍ବରରେ ସୁପ୍ରିମକୋର୍ଟଙ୍କ ଏକ ରାୟ ଅନୁସାରେ ସେହିବର୍ଷରୁ ଏହି ବିକଳ୍ପର ବ୍ୟବସ୍ଥା କରାଯାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri