ନକଲି ସୁନା ଦେଇ ବ୍ୟାଙ୍କରୁ ଠକିନେଲେ ୧୯ ଲକ୍ଷ

ସୋନପୁର,୧୫।୧୧(ନି.ପ୍ର.):ଚଞ୍ଚକତା କରି ୬ଜଣ ବ୍ୟକ୍ତି ସୋନପୁର ୟୁକୋ ବ୍ୟାଙ୍କ ଶାଖାରୁ ୧୯ଲକ୍ଷ ଟଙ୍କା ଋଣ ନେବାରେ ସକ୍ଷମ ହୋଇଛନ୍ତି। ବ୍ୟାଙ୍କ ଅଡିଟ୍‌ ସମୟରେ ଏହି ଘଟଣା ଜଣାପଡିଛି। ଶାଖା ପରିଚାଳକ ପ୍ରଶାନ୍ତ କୁମାର ନାୟକ ଏହି ସମ୍ପର୍କରେ ସୋମବାର ସୋନପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଏକ ଠକେଇ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ସୂଚନା ଯୋଗ୍ୟ, ୨୦୧୯ରେ ସୁବର୍ଣ୍ଣପୁର ଜିଲା ବିନିକା ଥାନା ସିଲାଟି ଗ୍ରାମର ଆକାଶ ମହଲା, ବିରେନ୍ଦ୍ର ସରାଫ, ସୁରେନ୍ଦ୍ର ସରାଫ, ଇଶ୍ୱର ସରାଫ ଓ ବରଗଡ ଜିଲା ରଷୁଡାର ହରିଚରଣ ପାତ୍ର ଏବଂ ରାମଚନ୍ଦ୍ର ବାରିକ ସୁନା ବନ୍ଧକ ରଖି ବ୍ୟାଙ୍କରୁ ଋଣ ନେଇଥିଲେ। ୬ ଜଣ ମୋଟ ୧୯ ଲକ୍ଷ ଟଙ୍କା ଋଣ ନେଇଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ବ୍ୟାଙ୍କ୍‌କୁ ଟଙ୍କା ଫେରାଇ ନାହାନ୍ତି କିମ୍ବା ସୁଧ ଦେଇ ନାହାନ୍ତି। ଅନ୍ୟ ପକ୍ଷେ ଗତ ଅଗଷ୍ଟ ମାସରେ ବ୍ୟାଙ୍କ ଶାଖାରେ ଅଡିଟ୍‌ ପରେ ଚଞ୍ଚକତା କରାଯାଇ ଋଣ ନାମରେ ଠକେଇ ହୋଇଥିବା ଜଣାପଡିଥିଲା। ବନ୍ଧକ ଦିଆ ଯାଇଥିବା ଅଳଙ୍କାର ଭିତରେ ଅନ୍ୟ ଧାତବ ପଦାର୍ଥ ଥିବା ବେଳେ ଉପରେ ସ୍ବର୍ଣ୍ଣ ପ୍ରଲେପ ଦିଆଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ସୋନପୁର ଆଇଆଇସି ପୁଷ୍ପେନ୍ଦୁ ସାଗର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri