ଦିନକରେ ୧.୯୧ ଲକ୍ଷ ଜରିମାନା

ବ୍ରହ୍ମପୁର ଅଫିସ,୨୩।୫: ସଡ଼କ ସୁରକ୍ଷା ନିୟମ କଡାକଡି କରିବା ପାଇଁ କେନ୍ଦ୍ର ସରକାର ମୋଟରଯାନ ଆଇନରେ ସଂଶୋଧନ ଆଣିଥିଲେ। ବିଶେଷକରି ହେଲ୍‌ମେଟ ଓ ନିଶାସକ୍ତ ଚାଳକ ଧରପଗଡ ଅଭିଯାନ ଏବେ ଜୋରଦାର କରାଯାଇଛି। ଅମାନିଆଙ୍କ ପାଇଁ ହେଲମେଟ ନ ପିନ୍ଧିଲେ ଏବେ ଆଉ ୫ଶହ ନୁହେଁ ସଂଶୋଧିତ ନିୟମ ଅନୁସାରେ ୧ହଜାର ଟଙ୍କା ଜରିମାନା ଆଦାୟ ବ୍ୟବସ୍ଥା କରାଯାଇଛି। ଏପରି କି ହେଲ୍‌ମେଟ ନ ପିନ୍ଧିଲେ ୩ ମାସ ପର୍ଯ୍ୟନ୍ତ ଗାଡ଼ି ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ(ଡିଏଲ୍‌) ରଦ୍ଦ କରିବା ପାଇଁ ପୋଲିସ ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ଙ୍କୁ ସୁପାରିସ କରିଛି। ଶନିବାର ବ୍ରହ୍ମପୁରରେ ଟ୍ରାଫିକ ଥାନା ପକ୍ଷରୁ ଜରିମାନା ବାବଦରେ ମାନୁଆଲ୍‌ ଏବଂ ଇ-ଚାଲାନ୍‌ ବାବଦରେ ୧ ଲକ୍ଷ ୯୧ ହଜାର ଟଙ୍କା ଅମାନିଆ ଚାଳକଙ୍କ ଉପରେ ଧାର୍ଯ୍ୟ ହୋଇ ସାରିଛି ବୋଲି ଟ୍ରାଫିକ୍‌ ଥାନାଧିକାରୀ ସୁନୀଲ ବେହେରା ସୂଚନା ଦେଇଛନ୍ତି। ସେହିପରି ୮ ଗାଡି ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ପାଇଁ ଆରଟିଓଙ୍କୁ ସୁପାରିସ କରାଯାଇଛି ବୋଲି ଥାନାଧିକାରୀ ବେହେରା ରବିବାର ସୂଚନା ଦେଇଛନ୍ତି। ଏହାବ୍ୟତୀତ ଦୁଇ ନିଶାସକ୍ତ ଚାଳକଙ୍କୁ ଗିରଫ କରାଯିବା ସହ ସେମାନଙ୍କ ବାଇକ୍‌ ମଧ୍ୟ ଜବତ କରାଯାଇଛି। ଏହି ଧରପଗଡ଼ ଆଗକୁ ମଧ୍ୟ ଜାରି ରହିବ ବୋଲି ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨(ଦିଲ୍ଲୀପ ସାମଲ): ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri