ଦିନକରେ ୧.୯୧ ଲକ୍ଷ ଜରିମାନା

ବ୍ରହ୍ମପୁର ଅଫିସ,୨୩।୫: ସଡ଼କ ସୁରକ୍ଷା ନିୟମ କଡାକଡି କରିବା ପାଇଁ କେନ୍ଦ୍ର ସରକାର ମୋଟରଯାନ ଆଇନରେ ସଂଶୋଧନ ଆଣିଥିଲେ। ବିଶେଷକରି ହେଲ୍‌ମେଟ ଓ ନିଶାସକ୍ତ ଚାଳକ ଧରପଗଡ ଅଭିଯାନ ଏବେ ଜୋରଦାର କରାଯାଇଛି। ଅମାନିଆଙ୍କ ପାଇଁ ହେଲମେଟ ନ ପିନ୍ଧିଲେ ଏବେ ଆଉ ୫ଶହ ନୁହେଁ ସଂଶୋଧିତ ନିୟମ ଅନୁସାରେ ୧ହଜାର ଟଙ୍କା ଜରିମାନା ଆଦାୟ ବ୍ୟବସ୍ଥା କରାଯାଇଛି। ଏପରି କି ହେଲ୍‌ମେଟ ନ ପିନ୍ଧିଲେ ୩ ମାସ ପର୍ଯ୍ୟନ୍ତ ଗାଡ଼ି ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ(ଡିଏଲ୍‌) ରଦ୍ଦ କରିବା ପାଇଁ ପୋଲିସ ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ଙ୍କୁ ସୁପାରିସ କରିଛି। ଶନିବାର ବ୍ରହ୍ମପୁରରେ ଟ୍ରାଫିକ ଥାନା ପକ୍ଷରୁ ଜରିମାନା ବାବଦରେ ମାନୁଆଲ୍‌ ଏବଂ ଇ-ଚାଲାନ୍‌ ବାବଦରେ ୧ ଲକ୍ଷ ୯୧ ହଜାର ଟଙ୍କା ଅମାନିଆ ଚାଳକଙ୍କ ଉପରେ ଧାର୍ଯ୍ୟ ହୋଇ ସାରିଛି ବୋଲି ଟ୍ରାଫିକ୍‌ ଥାନାଧିକାରୀ ସୁନୀଲ ବେହେରା ସୂଚନା ଦେଇଛନ୍ତି। ସେହିପରି ୮ ଗାଡି ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ପାଇଁ ଆରଟିଓଙ୍କୁ ସୁପାରିସ କରାଯାଇଛି ବୋଲି ଥାନାଧିକାରୀ ବେହେରା ରବିବାର ସୂଚନା ଦେଇଛନ୍ତି। ଏହାବ୍ୟତୀତ ଦୁଇ ନିଶାସକ୍ତ ଚାଳକଙ୍କୁ ଗିରଫ କରାଯିବା ସହ ସେମାନଙ୍କ ବାଇକ୍‌ ମଧ୍ୟ ଜବତ କରାଯାଇଛି। ଏହି ଧରପଗଡ଼ ଆଗକୁ ମଧ୍ୟ ଜାରି ରହିବ ବୋଲି ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri