ମହିଳାଙ୍କ ଆକାଉଣ୍ଟରୁ ୧.୯୧ଲକ୍ଷ ଗାଏବ

ବ୍ରହ୍ମପୁର ଅଫିସ,୧୨ା୮: ବ୍ରହ୍ମପୁର ସହରରେ ଦିନକୁ ଦିନ ସାଇବର ଅପରାଧ ବଢ଼ିବାରେ ଲାଗିଛି। ବିଭିନ୍ନ ଉପାୟରେ ଲୋକଙ୍କ ଧନସମ୍ପତ୍ତି କ୍ଷଣିକ ମଧ୍ୟରେ ଗାଏବ କରି ଦେଉଛନ୍ତି। ସହରରେ ପୁଣିଥରେ ଏଭଳି ଠକେଇର ଶିକାର ହୋଇଛନ୍ତି ଜଣେ ମହିଳା। ବକେୟା ବିଦ୍ୟୁତ୍‌ ବିଲ୍‌ ଆଦାୟ ବାହାନାରେ ୧ ଲକ୍ଷ ୯୧ ହଜାର ୫୫ଟଙ୍କା ଲୁଟ ହୋଇଛି। ଠକେଇର ଶିକାର ହୋଇଥିବା ମହିଳା କେ. ଇନ୍ଦୁ ଏନେଇ ସାଇବର ଥାନାରେ ଗୁରୁବାର ଅଭିଯୋଗ କରିଛନ୍ତି। ପୋଲିସ ନଂ.ରେ ୩୨/୨୨ରେ ଏକ ମାମଲା ରୁଜୁକରି ଘଟଣାର ଅନୁସନ୍ଧାନ ଆରମ୍ଭ କରିଛି।
ସୂଚନା ଅନୁସାରେ, ଖାଳସୀ ସାହିର କେ. ଶ୍ରୀନୁଙ୍କ ସ୍ତ୍ରୀ କେ. ଇନ୍ଦୁଙ୍କ ମୋବାଇଲକୁ ଗତ ୪ ତାରିଖରେ ଜଣେ ବ୍ୟକ୍ତି ଫୋନ କରିଥିଲେ। ଫୋନ କରିଥିବା ବ୍ୟକ୍ତି ଜଣଙ୍କ ନିଜକୁ ବିଦ୍ୟୁତ୍‌ ବିଭାଗର କର୍ମଚାରୀ ବୋଲି ପରିଚୟ ଦେଇଥିଲେ। ବକେୟା ବିଲ୍‌ ପୈଠ ନ କଲେ ସଂଯୋଗ ବିଚ୍ଛିନ୍ନ ହୋଇଯିବ ବୋଲି ସେ କହିଥିଲେ। ଅନ୍‌ଲାଇନ୍‌ରେ ଟଙ୍କା ପୈଠ କରିବାକୁ କହି ତାଙ୍କର ଏଟିଏମ୍‌ କାର୍ଡ ନମ୍ବର ସହିତ ଅନ୍ୟ ତଥ୍ୟ ମାଗିଥିଲେ। ଏହାର କିଛି ସମୟ ପରେ ଇନ୍ଦୁଙ୍କ ମୋବାଇଲକୁ ଟଙ୍କା ଉଠାଣ ନେଇ ମେସେଜ ଆସିଥିଲା। ଇନ୍ଦୁଙ୍କ ଅଜାଣତରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପର୍ଯ୍ୟାୟକ୍ରମେ ୧ଲକ୍ଷ ୯୧ ହଜାର ୫୫ ଟଙ୍କା ଉଠାଣ ହୋଇଥିବା ନେଇ ସେ ଜାଣିବାକୁ ପାଇଥିଲେ। ଠକେଇର ଶିକାର ହୋଇଥିବା ମହିଳା ଜଣଙ୍କ ଘଟଣା ସମ୍ପର୍କରେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ଜଣାଇବା ପରେ ସାଇବର ଥାନାରେ ଅଭିଯୋଗ କରିଥିଲେ। ବର୍ତ୍ତମାନ ସୁଦ୍ଧା ସାଇବର ଥାନାରେ ୩୨ଟି ମାମଲା ରୁଜୁ ହୋଇ ସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri