ବକେୟା ବିଦ୍ୟୁତ୍‌ ବିଲ ଆଦାୟ ନାଁରେ ମହିଳାଙ୍କ ଆକାଉଣ୍ଟରୁ ୧.୯୧ଲକ୍ଷ ଗାଏବ

ବ୍ରହ୍ମପୁର ଅଫିସ,୧୧।୮: ବ୍ରହ୍ମପୁର ସହରରେ ଦିନକୁ ଦିନ ସାଇବର ଅପରାଧ ବଢ଼ିବାରେ ଲାଗିଛି। ବିଭିନ୍ନ ଉପାୟରେ ଲୋକଙ୍କ ଧନସମ୍ପତ୍ତି କ୍ଷଣିକ ମଧ୍ୟରେ ଗାୟବ କରି ଦେଉଛନ୍ତି। ସହରରେ ପୁଣିଥରେ ଏଭଳି ଠକେଇର ଶିକାର ହୋଇଛନ୍ତି ଜଣେ ମହିଳା। ବକେୟା ବିଦ୍ୟୁତ୍‌ ବିଲ ଆଦାୟ ବାହାନାରେ ୧ ଲକ୍ଷ ୯୧ ହଜାର ୫୫ଟଙ୍କା ଲୁଟି ନେଇଛନ୍ତି। ଠକେଇର ଶିକାର ହୋଇଥିବା ମହିଳା କେ. ଇନ୍ଦୁ ଏନେଇ ସାଇବର ଥାନାରେ ଗୁରୁବାର ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା(ନଂ.୩୨/୨୨) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଖାଳସୀ ସାହିର କେ. ଶ୍ରୀନୁଙ୍କ ସ୍ତ୍ରୀ କେ. ଇନ୍ଦୁଙ୍କ ମୋବାଇଲକୁ ଗତ ୪ ତାରିଖରେ ଜଣେ ବ୍ୟକ୍ତି ଫୋନ କରିଥିଲେ। ଫୋନ କରିଥିବା ବ୍ୟକ୍ତି ଜଣଙ୍କ ନିଜକୁ ବିଦ୍ୟୁତ୍‌ ବିଭାଗର କର୍ମଚାରୀ ବୋଲି ପରିଚୟ ଦେଇଥିଲେ। ବକେୟା ବିଲ ପୈଠ ନ କଲେ ବିଦ୍ୟୁତ୍‌ ସଂଯୋଗ ବିଛିନ୍ନ ହୋଇଯିବ ବୋଲି ସେ କହିଥିଲେ। ଅନ୍‌ଲାଇନ୍‌ରେ ଟଙ୍କା ପୈଠ କରିବାକୁ କହି ତାଙ୍କର ଏଟିମ୍‌ କାର୍ଡ ନମ୍ବର ସହିତ ଅନ୍ୟ ତଥ୍ୟ ମାଗିଥିଲେ। ଏହାର କିଛି ସମୟ ପରେ ଇନ୍ଦୁଙ୍କ ମୋବାଇଲକୁ ଟଙ୍କା ଉଠାଣ ନେଇ ମେସେଜ ଆସିଥିଲା। ଇନ୍ଦୁଙ୍କ ଅଜାଣତରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପର୍ଯ୍ୟାୟକ୍ରମେ ୧ଲକ୍ଷ ୯୧ ହଜାର ୫୫ ଟଙ୍କା ଉଠାଣ ହୋଇଥିବା ନେଇ ସେ ଜାଣିବାକୁ ପାଇଥିଲେ। ଠକେଇର ଶିକାର ହୋଇଥିବା ମହିଳା ଜଣଙ୍କ ଘଟଣା ସମ୍ପର୍କରେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ଜଣାଇବା ପରେ ସାଇବର ଥାନାରେ ଅଭିଯୋଗ କରିଥିଲେ। ବର୍ତ୍ତମାନ ସୁଦ୍ଧା ସାଇବର ଥାନାରେ ୩୨ ଟି ମାମଲା ରୁଜୁ ହୋଇ ସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri