ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶର,୧୭।୩(ବ୍ୟୁରୋ) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଇଛି କରୋନା । ତେବେ ମୃତକ ଜଣଙ୍କ କଟକ ଜିଲାର ବୋଲି ଜଣାପଡିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୧୬କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।