ଦେଶର ୧ କୋଟି ୪୦ ଲକ୍ଷ ରିଟେଲର ଡିଜିଟାଲ ତାଲିମ ପାଇବେ: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬ା୧୦(ସୁନିତ୍‌ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଶାରଦୀୟ ନବରାତ୍ର୍‌ର ଶୁଭ ଅବସରରେ ଭୁବନେଶ୍ୱରଠାରେ କୋକାକୋଲା ଇଣ୍ଡିଆ ଓ ଜାତୀୟ ଦକ୍ଷତା ବିକାଶ ନିଗମ(ଏନ୍‌ଏସ୍‌ଡିସି)ର ମିଳିତ ସହଯୋଗରେ ଆରମ୍ଭ ହୋଇଥିବା ‘ଖୁଚୁରା ବ୍ୟବସାୟୀ ତାଲିମ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି ଯେ, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଅଧୀନରେ ଖୁଚୁରା ବେପାରୀଙ୍କୁ ଅଧିକ ଦକ୍ଷ କରିବା ସହ ସେମାନେ କିପରି ନିଜ ବ୍ୟବସାୟ ବଢ଼ାଇପାରିବେ ସେ ଦିଗରେ ତାଲିମ ପ୍ରଦାନ କରିବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ। ଏହି କାର୍ଯ୍ୟକ୍ରମ ଜରିଆରେ ଦେଶର ୧ କୋଟି ୪୦ ଲକ୍ଷ ରିଟେଲର ଡିଜିଟାଲ ତାଲିମ ପାଇବେ। ନିଜ ମୋବାଇଲରେ ଆପ୍‌ ଡାଉନଲୋଡ କରି କିମ୍ବା ୱେବ୍‌ସାଇଟ ମାଧ୍ୟମରେ ଦକ୍ଷତା ବିକାଶ ପାଇଁ ତାଲିମ ନେବେ। ଖୁଚୁରା ବ୍ୟବସାୟୀଙ୍କୁ ସ୍କିଲ୍‌ ଇଣ୍ଡିଆ ଡିଜିଟାଲ ପୋର୍ଟାଲ ମାଧ୍ୟମରେ ୧୪ ଘଣ୍ଟାର ଉନ୍ନତମାନର ରିଟେଲ୍‌ ପ୍ରଶିକ୍ଷଣ ଦିଆଯିବ। ଖାଉଟିଙ୍କୁ ଆକୃଷ୍ଟ କରିବା ଭଳି ଯୋଜନା ସହ ବ୍ୟବସାୟ କରିବାର କୌଶଳ ଓ ଡିଜିଟାଲ ପ୍ଲାଟଫର୍ମର ବ୍ୟାପକ ସୁଯୋଗକୁ ବ୍ୟବହାର କରିବା ନେଇ ତାଲିମ ଦିଆଯିବ। ଏହି ଅଭିନବ କାର୍ଯ୍ୟକ୍ରମରେ ସହଯୋଗୀ ହୋଇଥିବା କୋକାକୋଲା ଇଣ୍ଡିଆକୁ ଧନ୍ୟବାଦ ଜଣାଇବା ସହ ସମସ୍ତ ଟ୍ରେନିଂ ମଡ୍ୟୁଲକୁ ଓଡ଼ିଆ ଭାଷା ସମେତ ସବୁ ଭାରତୀୟ ଭାଷାରେ ଉପଲବ୍ଧ କରାଇବା ପାଇଁ ସେ ପରାମର୍ଶ ଦେଇଛନ୍ତି। ଦେଶର ଅର୍ଥନୀତିରେ ବୃହତ ଶିଳ୍ପ ଓ କାରଖାନାଗୁଡ଼ିକ ମଜଭୁତ ସ୍ତମ୍ଭ। ତେବେ ଛୋଟ ଛୋଟ ବ୍ୟବସାୟୀମାନେ କୌଣସି ଗୁଣରେ ଟାଟା, ବିର୍ଲା, ଆଦାନୀଠୁ କମ୍‌ ନୁହନ୍ତି। ବଡ଼ ବ୍ୟବସାୟୀଙ୍କ ଭଳି ଛୋଟ ଦୋକାନୀଙ୍କୁ ସ୍କିଲିଂ, ରି-ସ୍କିଲିଂ ଓ ଅପ୍‌-ସ୍କିଲିଂ କରାଇବା ସହ ଭାଷାଶୈଳୀର ପ୍ରଶିକ୍ଷଣ ଦିଆଗଲେ ଦେଶର ଅର୍ଥନୀତି ମଜଭୁତ ହେବ। ବର୍ତ୍ତମାନ ପରିବର୍ତ୍ତିତ ଦୁନିଆରେ ୟୁପିଆଇ ପେମେଣ୍ଟ ନୂଆ ରୂପ ନେଇଛି। ଏହା ହିଁ ମୋଦିଙ୍କ ଡିଜିଟାଲ ଇଣ୍ଡିଆ, ନୂଆ ଭାରତ ବୋଲି ସେ କହିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କୋକାକୋଲାର ସଫଳ ରିଟେଲରଙ୍କୁ ପୁରସ୍କୃତ କରିବା ସହ ନିଜର କଳା ଦକ୍ଷତାର ଉପଯୋଗ କରି ସ୍ବାବଲମ୍ବୀ ହୋଇଥିବା ମହିଳାଙ୍କୁ ସମ୍ମାନିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଖ ପରିଭାଷା

ଡାକ୍ତରୀ ପଢ଼ିବାକୁ ମନା କରିବା ଦ୍ବାରା ମା’ବାପାଙ୍କର ସ୍ବପ୍ନକୁ ଧୂଳିସାତ କରିଦେଇଥିଲେ ମଧ୍ୟ ନିଜ ପସନ୍ଦରେ ଫିଜିକ୍ସ ଅନର୍ସ ରଖି ପଢ଼ିବାର ସୁଯୋଗ ହାସଲ କରିପାରିଥିବାରୁ ବାପୁନ…

କଲରାରେ ଭରି ରହିଛି ଏସବୁ ଉପକାରୀ ଗୁଣ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗ ଦ୍ୱାରା ଆକ୍ରାନ୍ତ ହେବାର ଆଶଙ୍କା ଅଧିକ ରହିଛି। ତେବେ…

ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…

ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍‌…

ତଳକୁ ଚାହିଁବା ହେଉ

ଭାରତରେ ଗଣତନ୍ତ୍ରର ଅର୍ଥ ଓ ବାସ୍ତବତା ମଧ୍ୟରେ ଥିବା ବ୍ୟବଧାନ ସାଧାରଣ ଜନତାଙ୍କୁ ବିସ୍ମିତ କରିଛି । ମୁଷ୍ଟିମେୟ ଶାସକ ଗୋଷ୍ଠୀ ପାଇଁ ଗଣତନ୍ତ୍ର ଆଜି ପାଲଟିଛି…

ସମ୍ବର ପରିବର୍ତ୍ତେ ଡାଲମା

ଅଗଷ୍ଟ ୧୫ରେ ଭାରତ ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରିଛି। ପାରମ୍ପରିକ ଭାବେ ନୂଆଦିଲ୍ଲୀର ଐତିହାସିକ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ସମ୍ବୋଧିତ କରିଛନ୍ତି।…

୧୩ ଲକ୍ଷ ଫଲୋଅର୍ସ ଥିବା TikTok ଷ୍ଟାରଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା

ଇସଲାମାବାଦ,୧୭।୮: ପାକିସ୍ତାନର ଜଣେ ଲୋକପ୍ରିୟ ଟିକଟକ ଷ୍ଟାର ଶାମସୁ ବିବି (ଉରଫ ଆୟେଶା ଗିଲାମାନା)ଙ୍କୁ ତକ୍ଷଶିଳାରେ ଅଜ୍ଞାତ ବନ୍ଧୁକଧାରୀ ମୋଟରସାଇକେଲରେ ଆସି ଗୁଳି କରି ହତ୍ୟା କରିଛନ୍ତି।…

ଶ୍ରାବଣ ସୋମବାରରେ ବଡ଼ ଅଘଟଣ, ଦଳାଚକାଟାରେ ଗଲା ୭ ଶ୍ରଦ୍ଧାଳୁଙ୍କ ଜୀବନ, ଅନେକେ ଆହତ

ଲଖିସରାଇ,୧୭।୮: ବିହାରର ଲଖିସରାଇରୁ ଏକ ବଡ଼ ଖବର ଆସୁଛି। ପ୍ରସିଦ୍ଧ ଅଶୋକ ଧାମ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ମଧ୍ୟରେ ଏକ ବଡ଼ ଘଟଣା ଘଟିଛି। ଭକ୍ତମାନେ…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri