୧ କୋଟି ୭୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର

ବୌଦ୍ଧ,୧୫ା୫( ଅଜିତ କୁମାର ବାରିକ ): ବୌଦ୍ଧ ଥାନା ବଘିଆପଡା ଫାଣ୍ଡି ଅଞ୍ଚଳରେ ଜଙ୍ଗଲ ମଧ୍ୟରେ ରଖା ଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜିଲା ଅବକାରୀ ବିଭାଗ ପକ୍ଷରୁ ଜବତ କରାଯାଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟି ୭୫ ଲକ୍ଷ ଟଙ୍କା ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରକାଶ ଯେ, ନିର୍ବାଚନକୁ ଦୃଷ୍ଟିରେ ରଖି ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଛି ା ବଘିଆପଡା ଫାଣ୍ଡି ଅନ୍ତର୍ଗତ ଆଙ୍କୁନ ଓ ସାନବବଡା ଜଙ୍ଗଲରେ ଚୋରା ଚାଲାଣ ପାଇଁ ବିପୁଳ ପରିମାଣର ଗଞ୍ଜେଇ ଗଚ୍ଛିତ ଥିବା ସୂଚନା ପାଇ ମଙ୍ଗଳବାର ଦିନ ଚଢାଉ କରାଯାଇଥିଲା। ଆଙ୍କୁନ ଗ୍ରାମ ନିକଟସ୍ଥ ଜଙ୍ଗଲରୁ ୫୧୫ କିଲୋ ଓ ସାନବବଡା ନିକଟସ୍ଥ ଜଙ୍ଗଲରୁ ୫୬୦ କିଲୋ ଗଞ୍ଜେଇ ଜବତ କରାଯିବା ସହିତ ଦୁଇଟି ବାଇକ୍‌ ( ନଂଓଡି ୩୧- ୯୫୭୨/ ନଂଓଡି ୨୭ ବି ୬୨୪୫)କୁ ଅବକାରୀ ବିଭାଗ ଜବତ କରିଥିବା ଜଣାଯାଇଛି। ଚାଲାଣକାରୀମାନେ ଫେରାର ହୋଇଯାଇଥିବା ଜଣାଯାଇଛିା ଏ ନେଇ ତଦନ୍ତ ଚାଲିଥିବା ଜିଲା ଅବକାରୀ ଅଧୀକ୍ଷକ ଶାନ୍ତିଲତା ମାରାଣ୍ଡି ସୂଚନା ଦେଇଛନ୍ତି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟି ୭୫ ଲକ୍ଷ ଟଙ୍କା ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଚଢାଉରେ ଅନ୍ୟମାନଙ୍କ ମଧ୍ୟରେ ଅବକାରୀ ଇନ୍ସପେକ୍ଟର(ମୋବାଇଲ) ପ୍ରମୋଦ କୁମାର ବଣୁଆ,ସବଇନ୍ସପେକ୍ଟର ସତ୍ୟ ନାରାୟଣ ପ୍ରଧାନ,ଏଏସଆଇ ଅସିତ କୁମାର ପ୍ରଧାନ,ପ୍ରିୟରଞ୍ଜନ କହଁର ଓ ରେଣୁପ୍ରିୟା ଦେହୁରୀଙ୍କ ସମେତ ଅବକାରୀ କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି।…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

ଅଗଷ୍ଟ ୧୫ରୁୁ ୪ ରାଶିଙ୍କ ଫିଟିବ ଭାଗ୍ୟ! ବୁଧ କରିବେ ବମ୍ପର ଲାଭ…

ବୁଧ ଗ୍ରହ ନିଜ ନକ୍ଷତ୍ର ‘ଅଶ୍ଲେଷା’ରେ ପ୍ରବେଶ କରିବେ। ନିଜ ନକ୍ଷତ୍ରରେ ପ୍ରବେଶ କରୁଥିବାରୁ ଏହା ଅନେକ ଗୁଣା ଲାଭଦାୟକ ପ୍ରମାଣିତ ହେବ। ଏହାର ସକାରାତ୍ମକ ପ୍ରଭାବ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

BCIକୁ CJIଙ୍କ ପରାମର୍ଶ: ‘ହସ୍ତକ୍ଷେପ କରିବାର କୌଣସି ଆବଶ୍ୟକତା ନାହିଁ; ମୁଁ ଛାତ୍ର ଥିବାବେଳେ ମଧ୍ୟ ସକ୍ରିୟ ଥିଲି’

ନୂଆଦିଲ୍ଲୀ,୧୪।୮: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି NALSAR ଛାତ୍ରମାନେ ତାଙ୍କ ବିରୋଧରେ ପ୍ରତିବାଦ କରୁଛନ୍ତି, ତେବେ ବାର କାଉନସିଲ ଅଫ ଇଣ୍ଡିଆ (BCI)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri