Posted inଜାତୀୟ

୧ କୋଟି ପ୍ରଭାବିତ, ୩ ଲକ୍ଷ ଘର ଭାଙ୍ଗିଲା

କୋଲକାତା,୨୭ା୫: ବଙ୍ଗୋପସାଗରରୁ ମାଡ଼ିଆସିଥିବା ସାମୁଦ୍ରିକ ଝଡ଼ ୟାସ୍‌ ଉତ୍ତର ଓଡ଼ିଶାର ଧାମରା ବନ୍ଦର ନିକଟରେ ସ୍ଥଳଭାଗ ଛୁଇଁଛି। କିନ୍ତୁ ଏହାର ଦୌରାମତ୍‌ୟ ପଡ଼ୋଶୀ ପଶ୍ଚିମବଙ୍ଗରେ ମଧ୍ୟ ଦେଖିବାକୁ ମିଳିଛି। ଏଥିରେ ଅନୂ୍ୟନ ୧ କୋଟି ଲୋକ ପ୍ରଭାବିତ ହୋଇଛନ୍ତି। ବର୍ଷା ଓ ସମୁଦ୍ର ପାଣିରେ ୩ ଲକ୍ଷ ଘର ଭାଙ୍ଗିଯାଇଛି ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ସୂଚନା ଦେଇଛନ୍ତି।
ପଶ୍ଚିମବଙ୍ଗରେ ଶକ୍ତିଶାଳୀ ସମୁଦ୍ରର ଉଚ୍ଚ ଢେଉ ସାଙ୍ଗକୁ ବର୍ଷା ଓ ପବନ ତାଣ୍ଡବ ରଚିଛି। ୟାସ୍‌ ଆସିବା ପୂର୍ବରୁ ୧୫,୦୪,୫୦୬ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିଲା। ବାତ୍ୟା ସମୟରେ ଜଣେ ବ୍ୟକ୍ତି ସମୁଦ୍ରକୁ ମାଛ ଧରିବାକୁ ଯାଇ ପ୍ରାଣ ହରାଇଛନ୍ତି। ସର୍ବାଧିକ ପ୍ରଭାବିତ ଜିଲା ଦକ୍ଷିଣ ୨୪ ପ୍ରଗଣା, ଉତ୍ତର ୨୪ ପ୍ରଗଣା ଜିଲାରେ ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କରିବେ ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ପ୍ରକୃତ କ୍ଷୟକ୍ଷତି ଆକଳନ ପାଇଁ ୭୨ ଘଣ୍ଟା ଲାଗିବ । ସେହିପରି ଉପକୂଳ ଜିଲା ପୂର୍ବ ମେଦିନୀପୁରର ଦିଘାରେ ୟାସ୍‌ର ଭୟଙ୍କର ପ୍ରଭାବ ଦେଖିବାକୁ ମିଳିଛି। ଅନେକ ସ୍ଥାନରେ ସମୁଦ୍ର ଓ ବର୍ଷାପାଣିରେ ଘରଦ୍ୱାର ଭାଙ୍ଗିଯାଇଛି। ବିଦ୍ୟୁତ୍‌ ଖୁଣ୍ଟ ଓ ଗଛ ଧରାଶାୟୀ ହୋଇଯାଇଛି। ପର୍ଯ୍ୟଟନ ସହର ଦିଘାରେ ସମୁଦ୍ରରେ ୨ ମିଟର ଉଚ୍ଚତାର ଜୁଆର ଉଠିଥିଲା। ଏହାର ପ୍ରଭାବରେ ବିଦ୍ୟାଧାରୀ, ହୁଗ୍‌ଲି, ରୂପନାରାୟଣ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଶଙ୍କରପୁର ଉପକୂଳସ୍ଥିତ ଏକ ସ୍କୁଲ ଧୋଇହୋଇ ଯାଇଛି। ଫ୍ରାଜେରଗଞ୍ଜରେ ରାସ୍ତାରେ ପାଣି ଢେଉ ମାରୁଥିବାବେଳେ ଲୋକେ ନିଜ ତଥା ଗୋରୁଙ୍କ ଜୀବନ ବଞ୍ଚାଇବା ପାଇଁ ଧାଉଁଥିବା ଦେଖିବାକୁ ମିଳିଛି। ଖୁବ୍‌ ଜୋର୍‌ରେ ପବନ ବହିବାରୁ ବହୁ ଘରଦ୍ୱାର ଓ ସ୍କୁଲ ଛାତ ଉଡ଼ିଯାଇଛି। ସେନା, ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନ୍‌ଡିଆର୍‌ଏଫ୍‌), ରାଜ୍ୟ ପୋଲିସ ଏବଂ ସ୍ବେଚ୍ଛାସେବୀମାନେ ଯୁଦ୍ଧକାଳୀନ ଭିତ୍ତିରେ ରିଲିଫ ଓ ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri